ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ପରଲୋକ

ମାଲକାନଗିରି,୩ା୭: ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବୁଧବାର ପରଲୋକ ଘଟିଛି। ଦୀର୍ଘଦିନ ଧରି ସେ କିଡ୍‌ନୀ ଜନିତ ରୋଗରେ ପୀଡ଼ିତ ଥିଲେ। ଆଜି ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ଏମ୍ସରେ ତାଙ୍କର ଦେହାନ୍ତ ହୋଇଛି। ତାଙ୍କ ବିୟୋଗରେ ସମଗ୍ର ରାଜ୍ୟରେ ଶୋକର ଛାୟା ଖେଳିଯାଇଛି।

ସୂଚନାଯୋଗ୍ୟ, ଆଦିତ୍ୟ ୨୦୧୯ରୁ ୨୦୨୪ ପର୍ଯ୍ୟନ୍ତ ଭାଜପାର ମାଲକାନଗିରି ବିଧାୟକ ଥିଲେ। ବିଧାୟକ ହେବା ପରଠାରୁ ସେ କିଡ୍‌ନୀ ରୋଗରେ ପୀଡ଼ିତ ଥିଲେ।