ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ମିଳିଲା ଜାମିନ

ଝାରସୁଗୁଡ଼ା ଅଫିସ,୩ା୧୧: ବହୁଚର୍ଚ୍ଚିତ କଳ୍ପନା ଦାସ ଓ ତାଙ୍କ ଝିଅ ବବ୍‌ଲି ଦାସ ହତ୍ୟା ମାମଲାରେ ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଛତିଶଗଡ଼ ହାଇକୋର୍ଟ ଗୁରୁବାର ଜାମିନ ପ୍ରଦାନ କରିଛନ୍ତି। ଓକିଲ ସର୍ମତ ସିଂହ ମାରହାସ ଏହି ସୂଚନା ଦେଇଛନ୍ତି । ଜଷ୍ଟିସ୍‌ ସଞ୍ଜୟ କୁମାର ଅଗ୍ରଓ୍ବାଲ ଓ ଦୀପକ କୁମାର ତିଓ୍ବାରୀଙ୍କୁ ନେଇ ଗଠିତ ୨ଜଣିଆ ବେଞ୍ଚ ମାମଲାର ଶୁଣାଣି କରି ଅନୁପଙ୍କୁ ଜାମିନ ପ୍ରଦାନ କରିଥିବା ଜଣାପଡିଛି।

ସୂଚନାଯୋଗ୍ୟ, କଳ୍ପନା ଓ ତାଙ୍କ ଝିଅ ବବ୍‌ଲି ହତ୍ୟାକାଣ୍ଡକୁ ନେଇ ଛତିଶଗଡ଼ ଚକ୍ରଧରନଗର ଥାନାରେ ଏକ ହତ୍ୟା ମାମଲା (ନଂ.୧୫୮/୧୬) ରୁଜୁ ହୋଇଥିଲା। ଏହାର ତଦନ୍ତ କରି ଦୀର୍ଘ ୪ବର୍ଷ ପରେ ୨୦୨୦ ଫେବୃୟାରୀ ୧୩ରେ ପୂର୍ବତନ ବିଧାୟକ ସାଏ ଓ ତାଙ୍କ ଡ୍ରାଇଭର ବର୍ଦ୍ଧନ ଟପ୍ପୋଙ୍କୁ ଚକ୍ରଧରନଗର ପୋଲିସ ଗିରଫ କରିଥିଲା। ଗିରଫ ପରେ ଉଭୟଙ୍କୁ ରାୟଗଡ଼ ଜେଲ୍‌ ହାଜତକୁ ପଠାଇ ଦିଆଯାଇଥିଲା । ରାୟଗଡ ଜିଲା କୋର୍ଟରେ ଏହାର ବିଚାର ଚାଲିଥିଲା । ବିଚାର ପରେ ଉଭୟଙ୍କ ମଧ୍ୟରୁ ଡ୍ରାଇଭର ଟପ୍ପୋଙ୍କୁ କୋର୍ଟ ନିର୍ଦ୍ଦୋଷରେ ଖଲାସ କରିଦେଇଥିଲେ। କୋର୍ଟରେ ବିଧାୟକ ସାଏଙ୍କ ବିଚାର ଚାଲିଥିବା ବେଳେ ଗତ ଏପ୍ରିଲ ୨ତାରିଖରେ ଜିଲା ଦୌରାଜଜ୍‌ ତାଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ଏହାକୁ ନେଇ ବିଧାୟକ ସାଏ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ବିଳାସପୁର ହାଇକୋର୍ଟ ଏହାର ବିଚାର କରି ବିଧାୟକ ସାଏଙ୍କୁ ଜାମିନ ଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri