ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ ନିଶ୍ବାସ ପ୍ରଶ୍ବାସ ନେବାରେ ଅସୁବିଧା ହେବାରୁ ବର୍ତ୍ତମାନ ଅମ୍ଳଜାନ ଦିଆଯାଉଛି । ଫୁସଫୁସ ସଂକ୍ରମଣ ଯୋଗୁଁ ତାଙ୍କ ଅବସ୍ଥା ଗୁରୁତର ହୋଇଛି ।

ସୂଚନା ଅନୁସାରେ, ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ବୟସ ୭୯ । ଶାନ୍ତିନଗର ସ୍ଥିତ ତାଙ୍କ ନିଜ ଘରେ ବିଶେଷଜ୍ଞ ଡାକ୍ତରଙ୍କ ଦ୍ବାରା ବର୍ତ୍ତମାନ ତାଙ୍କର ଚିକିତ୍ସା ଚାଲିଛି । ପ୍ରାୟ ଏକବର୍ଷ ହେଲା ସେ ସ୍ନାୟୁଜନିତ ସମସ୍ୟାରେ ପୀଡିତ ରହିଥିବା ବେଳେ ବିଶେଷ ଚଲାବୁଲା କରିପାରୁନଥିଲେ । ଘରେ ରହି ସେ ଚିକିତ୍ସିତ ହେଉଥିଲେ।
ସୂଚନା ଯୋଗ୍ଯ ଯେ, ରାସେଶ୍ୱରୀ ପାଣିଗ୍ରାହୀ ଗତ ୨୦୧୪ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସମ୍ବଲପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜେଡି ଟିକେଟରେ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଜଣେ ଉତ୍ତମ ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ଭାବେ କେବଳ ସମ୍ବଲପୁର ନୁହେଁ ବରଂ ସମଗ୍ର ଓଡ଼ିଶାରେ ତାଙ୍କର ସୁନାମ ରହିଛି । ବର୍ତ୍ତମାନ ମଧ୍ଯ ସେ ରୋଗୀଙ୍କୁ ସେବା ଯୋଗାଉଥିଲେ। ବୁର୍ଲାସ୍ଥିତ ତତ୍କାଳୀନ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଚିକିତ୍ସା ଓ ମହା ବିଦ୍ଯାଳୟରେ ଏମ୍‌ବିବିଏସ୍ ପାଠ ପଢ଼ା ଶେଷ କରି ୧୯୭୨ ମସିହାରେ ଓଡ଼ିଶା ସରକାରଙ୍କ ଅଧିନରେ ଜଣେ ଚିକିତ୍ସକ ଭାବେ ଭାବେ ଚାକିରୀ ଜୀବନ ଆରମ୍ଭ କରିଥିଲ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?