ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କୁ ଦିଆଗଲା ଗାର୍ଡ ଅଫ ଅନର୍‌: ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ବୀରମିତ୍ରପୁର ନିର୍ବାଚନମଣ୍ଡଳୀର ପୂର୍ବତନ ତଥା ୪ ଥରର ବିଧାୟକ, ବିଶିଷ୍ଟ ଶ୍ରମିକ ଓ ଆଦିବାସୀ ନେତା ଜର୍ଜ ତିର୍କୀ ଆଉନାହାନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ତାଙ୍କର ପରଲୋକ ଘଟିଛି। ଶନିବାର ବିଧାନସଭା ପରିସରରେ ଜର୍ଜ ତିର୍କୀଙ୍କୁ ଦିଆଯାଇଛି ଗାର୍ଡ ଅଫ ଅନର୍‌। ଏହା ସହିତ ଜର୍ଜ ତିର୍କୀଙ୍କ ପାର୍ଥିବ ଶରୀରକୁ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସମେତ ବିଧାନସଭାର ଉପସ୍ଥିତ ସମସ୍ତ ସଦସ୍ୟ ମଧ୍ୟ ଶେଷ ଦର୍ଶନ କରିଛନ୍ତି।

ଜର୍ଜ ତିର୍କୀ ସୁନ୍ଦରଗଡ ଜିଲା ବୀରମିତ୍ରପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ୧୯୯୫,୨୦୦୦,୨୦୦୯ଓ୨୦୧୪ରେ ଓଡ଼ିଶା ବିଧାନସଭାକୁ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସୁନ୍ଦରଗଡ ଜିଲାର ଆଦିବାସୀ ମାନଙ୍କ ଜଳ,ଜମି ,ଜଙ୍ଗଲ ଅଧିକାର ପାଇଁ ସେ ଲଢ଼େଇ କରି ଆସୁଥିଲେ। ସେ କିଛି ମାସ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ। ଶୁକ୍ରବାର ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିଥିବାରୁ ତାଙ୍କୁ ପ୍ରଥମେ ରାଉରକେଲା ଓ ପରେ ସେଠାରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା। ତାଙ୍କର ଶେଷକୃତ୍ୟ ବୀରମିତ୍ରପୁର ଝୁନୁମୁରସ୍ଥିତ ତାଙ୍କ ପୈତୃକ ଗ୍ରାମରେ ସମ୍ପନ୍ନ ହେବ। ତାଙ୍କ ପରଲୋକରେ ସୁନ୍ଦରଗଡ ଜିଲା ତଥା ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ…

ତୃତୀୟ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ

ଅକ୍‌ଲାଣ୍ଡ,୨୦ା୩: ଶୁକ୍ରବାର ଖେଳାଯାଇଥିବା ତୃତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ଟମ୍‌ ଲଥାମ(୬୩)ଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ…

ରୁଷିଆରେ ଡିଜିଟାଲ୍‌ ଷ୍ଟ୍ରାଇକ୍‌: ଡ୍ରୋନ୍‌ ମାଡ଼ ଭୟରେ ଇଣ୍ଟରନେଟ୍‌ ସେବା ବନ୍ଦ, ପୁଟିନଙ୍କୁ ଘାରିଛି ଅଜଣା ଭୟ?

ନୂଆଦିଲ୍ଲୀ,୨୦।୩: ବର୍ତ୍ତମାନ ସାରା ବିଶ୍ୱ ଏକ ଅସ୍ଥିର ପରିସ୍ଥିତି ଦେଇ ଗତି କରୁଛି। ଗୋଟିଏ ପଟେ ରୁଷିଆ-ୟୁକ୍ରେନ ଯୁଦ୍ଧ ଜାରି ରହିଥିବା ବେଳେ ଅନ୍ୟପଟେ ଇରାନ, ଇସ୍ରାଏଲ…

ବାଲିଗୁଡ଼ାରେ ଗ୍ୟାସ୍‌ ସମସ୍ୟା, ହୋଟେଲ ବନ୍ଦ

ବାଲିଗୁଡା,୨୦ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛି। ଫଳରେ ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର ଅସନ୍ତୋଷ ବୃଦ୍ଧି ପାଇଛି। ଅନ୍ୟପଟେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri