ପୂର୍ବତନ ବିଧାୟକ, ଆଦିବାସୀ ନେତା ଜର୍ଜ ତିର୍କୀଙ୍କ ପରଲୋକ

ସୁନ୍ଦରଗଡ,୨୦।୯(ଜୟ ନାରାୟଣ ମେଣ୍ଡୁଳି): ଜଣାଶୁଣା ଆଦିବାସୀ ଓ ଶ୍ରମିକ ନେତା ତଥା ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କ ଶୁକ୍ରବାର ମଧ୍ୟରାତ୍ରିରେ ଭୁବନେଶ୍ୱର ସ୍ଥିତ ଏକ ହସ୍ପିଟାଲରେରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ବର୍ଷ ବୟସ ହୋଇଥିଲା। ସେ ସୁନ୍ଦରଗଡ ଜିଲା ବୀରମିତ୍ରପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ୧୯୯୫,୨୦୦୦,୨୦୦୯ଓ୨୦୧୪ରେ ଓଡ଼ିଶା ବିଧାନସଭାକୁ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସୁନ୍ଦରଗଡ ଜିଲାର ଆଦିବାସୀ ମାନଙ୍କ ଜଳ,ଜମି ,ଜଙ୍ଗଲ ଅଧିକାର ପାଇଁ ସେ ଲଢ଼େଇ କରି ଆସୁଥିଲେ। ସେ କିଛି ମାସ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ। ଶୁକ୍ରବାର ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିଥିବାରୁ ତାଙ୍କୁ ପ୍ରଥମେ ରାଉରକେଲା ଓ ପରେ ସେଠାରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା। ତାଙ୍କର ଶେଷକୃତ୍ୟ ବୀରମିତ୍ରପୁର ଝୁନୁମୁରସ୍ଥିତ ତାଙ୍କ ପୈତୃକ ଗ୍ରାମରେ ସମ୍ପନ୍ନ ହେବ। ତାଙ୍କ ପରଲୋକରେ ସୁନ୍ଦରଗଡ ଜିଲା ତଥା ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ ଦାୟିତ୍ୱ ପ୍ରଦାନ କରିଥିବା ବେଳେ…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?