ପୂର୍ବତନ ବିଧାୟକ କାଙ୍ଗାଳି ଚରଣ ପଣ୍ଡାଙ୍କ ବିୟୋଗ

ଧର୍ମଶାଳା,୧୩।୨ (ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ଜନମାନସର ନେତା କାଙ୍ଗାଳି ଚରଣ ପଣ୍ଡାଙ୍କ ଶନିବାର ଭୋର୍‌ ସମୟରେ ତାଙ୍କ ଭୁବନେଶ୍ୱରସ୍ଥିତ ବାସଭବନରେ ହୃଦ୍‌ଘାତରେ ପରଲୋକ ହୋଇଛି। ତାଙ୍କୁ ୮୦ବର୍ଷ ବୟସ ହୋଇଥିଲା। ମରଶରୀର ଧର୍ମଶାଳାରେ ପହଞ୍ଚତ୍ବା ପରେ ଶୋଭାଯାତ୍ରାରେ ଜାରକା ବଜାର ପରିକ୍ରମା କରାଯାଇଥିଲା। ଏଥିରେ ଦଳମତ ନିର୍ବିଶେଷରେ ବହୁ ବିଶିଷ୍ଟ ବ୍ୟକ୍ତି ଓ ଜନସାଧାରଣ ସାମିଲ ହୋଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ପରେ ମରଶରୀରକୁ ଧର୍ମଶାଳା ମହୋତ୍ସବ ପଡ଼ିଆକୁ ନିଆଯାଇଥିଲା। ସେଠାରେ ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ପୁଷ୍ପଗୁଚ୍ଛ ପ୍ରଦାନ କରି ପଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହାପରେ ପଣ୍ଡାଙ୍କ ମରଶରୀରକୁ ନିଜ ଜନ୍ମ ମାଟି ବାହାଦଲାପୁର ପଞ୍ଚାୟତର ଗରିପୁର ଓ ସେଠାରୁ ପୁରୀ ସ୍ବର୍ଗଦ୍ୱାର ନିଆଯାଇ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ପଣ୍ଡା ଧର୍ମଶାଳା ବିଧାନସଭା କ୍ଷେତ୍ରରୁ ଦୁଇଦୁଇ ଥର ବିଧାୟକ ହୋଇଥିଲେ। ୧୯୮୦ ମସିହାରେ ସେ ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ି ବିଜୟ ହୋଇଥିଲେ। ୧୯୮୫ରେ କଂଗ୍ରେସ ଟିକଟରେ ଲଢ଼ି ବିଧାୟକ ହୋଇଥିଲେ। ପୂର୍ବରୁ ସେ ରସୁଲପୁର ବ୍ଲକ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନିର୍ବାହ କରିଥିଲେ। ସମବାୟ ଆନ୍ଦୋଳନ କ୍ଷେତ୍ରରେ ତାଙ୍କର ଯଥେଷ୍ଟ ଭୂମିକା ଥିଲା। ତାଙ୍କ ବିଧାୟକତ୍ୱ ସମୟରେ ସେ ଧର୍ମଶାଳାର ବହୁ ଉନ୍ନୟନମୂଳକ କାର୍ଯ୍ୟ କରିଥିଲେ; ଯେଉଁଥି ପାଇଁ ଧର୍ମଶାଳାବାସୀଙ୍କ ମନରେ ସେ ଚିରଦିନ ସ୍ମରଣୀୟ ହୋଇରହିବେ ବୋଲି ବହୁ ନେତୃମଣ୍ଡଳୀ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି। ତାଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri