ପୂର୍ବତନ ବିଧାୟକ କାଙ୍ଗାଳି ଚରଣ ପଣ୍ଡାଙ୍କ ବିୟୋଗ

ଧର୍ମଶାଳା,୧୩।୨ (ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ଜନମାନସର ନେତା କାଙ୍ଗାଳି ଚରଣ ପଣ୍ଡାଙ୍କ ଶନିବାର ଭୋର୍‌ ସମୟରେ ତାଙ୍କ ଭୁବନେଶ୍ୱରସ୍ଥିତ ବାସଭବନରେ ହୃଦ୍‌ଘାତରେ ପରଲୋକ ହୋଇଛି। ତାଙ୍କୁ ୮୦ବର୍ଷ ବୟସ ହୋଇଥିଲା। ମରଶରୀର ଧର୍ମଶାଳାରେ ପହଞ୍ଚତ୍ବା ପରେ ଶୋଭାଯାତ୍ରାରେ ଜାରକା ବଜାର ପରିକ୍ରମା କରାଯାଇଥିଲା। ଏଥିରେ ଦଳମତ ନିର୍ବିଶେଷରେ ବହୁ ବିଶିଷ୍ଟ ବ୍ୟକ୍ତି ଓ ଜନସାଧାରଣ ସାମିଲ ହୋଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ପରେ ମରଶରୀରକୁ ଧର୍ମଶାଳା ମହୋତ୍ସବ ପଡ଼ିଆକୁ ନିଆଯାଇଥିଲା। ସେଠାରେ ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ପୁଷ୍ପଗୁଚ୍ଛ ପ୍ରଦାନ କରି ପଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହାପରେ ପଣ୍ଡାଙ୍କ ମରଶରୀରକୁ ନିଜ ଜନ୍ମ ମାଟି ବାହାଦଲାପୁର ପଞ୍ଚାୟତର ଗରିପୁର ଓ ସେଠାରୁ ପୁରୀ ସ୍ବର୍ଗଦ୍ୱାର ନିଆଯାଇ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ପଣ୍ଡା ଧର୍ମଶାଳା ବିଧାନସଭା କ୍ଷେତ୍ରରୁ ଦୁଇଦୁଇ ଥର ବିଧାୟକ ହୋଇଥିଲେ। ୧୯୮୦ ମସିହାରେ ସେ ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ି ବିଜୟ ହୋଇଥିଲେ। ୧୯୮୫ରେ କଂଗ୍ରେସ ଟିକଟରେ ଲଢ଼ି ବିଧାୟକ ହୋଇଥିଲେ। ପୂର୍ବରୁ ସେ ରସୁଲପୁର ବ୍ଲକ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନିର୍ବାହ କରିଥିଲେ। ସମବାୟ ଆନ୍ଦୋଳନ କ୍ଷେତ୍ରରେ ତାଙ୍କର ଯଥେଷ୍ଟ ଭୂମିକା ଥିଲା। ତାଙ୍କ ବିଧାୟକତ୍ୱ ସମୟରେ ସେ ଧର୍ମଶାଳାର ବହୁ ଉନ୍ନୟନମୂଳକ କାର୍ଯ୍ୟ କରିଥିଲେ; ଯେଉଁଥି ପାଇଁ ଧର୍ମଶାଳାବାସୀଙ୍କ ମନରେ ସେ ଚିରଦିନ ସ୍ମରଣୀୟ ହୋଇରହିବେ ବୋଲି ବହୁ ନେତୃମଣ୍ଡଳୀ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି। ତାଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri