ପୂର୍ବତନ ବିଧାୟକ ଗୋପନାରାୟଣ ଦାସଙ୍କ ପରଲୋକ

ବାଲେଶ୍ୱର ଅଫିସ,୧୬ା୯:ବାଲେଶ୍ୱର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଗୋପନାରାୟଣ ଦାସ(୭୪)ଙ୍କ ଗତ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କର ବ୍ରେନ ଷ୍ଟ୍ରୋକ ହେବାରୁ ପରିବାର ଲୋକେ କଟକ ବଡ଼ ମେଡିକାଲ ନେଉଥିବାବେଳେ ଅଧା ବାଟରେ ମୃତ୍ୟୁ ହୋଇଯାଇଥିଲା। ମରଶରୀର ବାଲେଶ୍ୱର ଗୋପାଳଗାଁସ୍ଥିତ ବାସଭବନରେ ଗୁରୁବାର ପହଞ୍ଚତ୍ବା ପରେ କଂଗ୍ରେସ ନେତାଙ୍କ ସମେତ ବିଭିନ୍ନ ଦଳର ରାଜନେତା, ବିଶିଷ୍ଟ ବ୍ୟକ୍ତି ତାଙ୍କର ଶେଷଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।
ସ୍ବର୍ଗତ ଦାସ ୧୯୮୫ରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଛାତ୍ର ଜୀବନରୁ କଂଗ୍ରେସ ଆଦର୍ଶରେ ଅନୁପ୍ରାଣିତ ହୋଇ ରାଜନୀତିରେ ଅଂଶଗ୍ରହଣ କରିଥିଲେ। ପରେ ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନ ଶିକ୍ଷା ସମାପ୍ତ କରି ବାଲେଶ୍ୱରରେ ଆଇନଜୀବୀ ଭାବେ କାର୍ଯ୍ୟ କରିଥିଲେ। ୧୯୭୩ରେ କାଉନସିଲର ଭାବେ ନିର୍ବାଚନ ଜିଣି ରାଜନୈତିକ ଜୀବନ ଆରମ୍ବ ହୋଇଥିଲେ। ୧୯୮୦ରୁ ୧୯୮୫ ବାଲେଶ୍ୱର ସଦର ବ୍ଲକ ଚେୟାରମ୍ୟାନ ଏବଂ ପରବର୍ତ୍ତୀ ସମୟରେ ବାଲେଶ୍ୱର ନିର୍ବାଚନମଣ୍ଡଳୀରୁ କଂଗ୍ରେସ ଟିକେଟରେ ପ୍ରତିଦ୍ୱନ୍ଦ୍ୱିତା କରି ୧୯୮୫ରୁ ୧୯୯୦ ପର୍ଯ୍ୟନ୍ତ ବିଧାୟକ ଭାବେ ଦାୟିତ୍ୱ ତୁଲାଇଥିଲେ। ସେହିଭଳି ଜିଲା କଂଗ୍ରେସ କମିଟି ସଭାପତି ଭାବେ ଦାୟିତ୍ୱ ନିର୍ବାହ ସହ କଂଗ୍ରେସ ସରକାର ସମୟରେ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ଚେୟାରମ୍ୟାନ ଭାବେ ୧୯୯୬ରୁ ୨୦୦୦ମସିହା ପର୍ଯ୍ୟନ୍ତ ଦାୟିତ୍ୱ ତୁଲାଇଥିଲେ। ଏଥିସହ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ସଙ୍ଗଠନ ସହିତ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବରେ ଜଡ଼ିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

କର୍ଲାମୁଣ୍ଡାରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା, ଭାଜପା….

କର୍ଲାମୁଣ୍ଡା,୧୩ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ମଣ୍ଡଳ ଭାଜପା ପକ୍ଷରୁ ମଣ୍ଡଳ ସଭାପତି ଡୋଳା ମଣୀ ଭୋଇଙ୍କ ନେତୃତ୍ୱରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri