ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ହୃଶୀକେଷ ନାଏକ ବିଜେଡି ଛାଡ଼ିଥିବା କହିଛନ୍ତି। ତାଙ୍କୁ ଦଳ ଅଣଦେଖା କରିବାରୁ ସେ ବିଜେଡି ସୁପ୍ରିମୋଙ୍କୁ ପୋଷ୍ଟାଲ ଯୋଗେ ରେଜେଷ୍ଟ୍ରି କରି ଇସ୍ତଫା ଦେଇଥିବା କହିଛନ୍ତି। ୨୦୨୦ ସାଧାରଣ ନିର୍ବାଚନରେ ତାଙ୍କୁ ଦଳ ତରଫରୁ ଏମ୍‌ପି ଟିକେଟ ଦିଆ ଯିବାର ପ୍ରତିଶ୍ରୁତି ପରେ ଟିକେଟ ଦିଆଯାଇ ନ ଥିଲା। ଏହାପରେ ତାଙ୍କୁ ରାଜ୍ୟସଭାକୁ ପଠାଯିବାର ପ୍ରତିଶ୍ରୁତି ଦିଆଯାଇଥିଲା ବୋଲି ସେ କହିଛନ୍ତି। ହେଲେ ଦଳ ତାଙ୍କୁ ବିଭିନ୍ନ ଦଳୀୟ କାର୍ଯ୍ୟକ୍ରମରେ ଅଲୋଡ଼ା କରିବାରୁ ସେ ଦଳରେ ମୁଁ ଆଉ ରହି କ’ଣ କରିବି ବୋଲି କ୍ଷୋଭର ସହ କହିଛନ୍ତି। ପୂର୍ବରୁ ସେ ଭାଜପାରେ ଯୋଗ ଦେବେ ବୋଲି କଳ୍ପନା ଜଳ୍ପନା ହେଉଥିଲା। ତେବେ ଏବେ ସେ କୌଣସି ଦଳରେ ଯୋଗ ଦେବାର ନିଷ୍ପତ୍ତି ନେଇନାହାନ୍ତି ବୋଲି କହିଛନ୍ତି। ରାଜନୀତିରୁ ସନ୍ନ୍ୟାସ ନେଉଛନ୍ତି କି ବୋଲି ପ୍ରଶ୍ନ କରିବାରୁ ମୁଁ ଏବେ ବି ସକ୍ରିୟ ରାଜନୀତିରେ ଅଛି ବୋଲି କହିଛନ୍ତି। ତେବେ ନିର୍ବାଚନ ସାଧାରଣ ବର୍ଷକ ପୂର୍ବରୁ ପାଟଣା ରାଜନୀତିରେ ବିଜେଡି ଓ ଭାଜପା ପକ୍ଷରୁ ରାଜନୈତିକ ଗତିବିଧିରେ ତତ୍ପରତା ପ୍ରକାଶ ପାଇଛି।

ସୂଚନାଯୋଗ୍ୟ, ଶିକ୍ଷକତା ଛାଡ଼ି ଶ୍ରୀ ନାଏକ ୧୯୮୦ରେ ଲୋକ ଦଳ ଟିକେଟରୁ ପାଟଣା ବିଧାୟକ ହୋଇଥିଲେ। ୧୯ ୮୫ ଓ ୯୫ରେ ୨ ଥର କଂଗ୍ରେସ ଟିକେଟରୁ ପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହାପରେ ସେ ୨୦୦୪ରେ କଂଗ୍ରେସରୁ ଟିକେଟ ନ ପାଇ ସ୍ବାଧୀନ ଭାବେ ଲଢ଼ି ପରାଜୟ ବରଣ କରିଥିଲେ। ୨୦୦୬ରେ ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେବା ପରେ କ୍ରମାଗତ ୨୦୦୯ ଓ ୨୦୧୪ରେ ବିଜେଡି ଟିକେଟରୁ ପାଟଣା ନିର୍ବାଚନ ମଣ୍ଡଳୀ ନିର୍ବାଚନ ଜିତି ବିଧାୟକ ହୋଇଥିଲେ। ୨୦୧୯ ସାଧାରଣ ନିର୍ବାଚନରେ ତାଙ୍କ ଜାଗାରେ ଦଳରେ ତତ୍କାଳୀନ ପାଟଣା ବ୍ଲକ ଅଧ୍ୟକ୍ଷ ତଥା ଯୁବନେତା ଜଗନ୍ନାଥ ନାଏକଧ୍‌ଙ୍କୁ ବିଜେଡି ଟିକେଟ ଦେଇଥିଲା। ଜଗନ୍ନାଥ ବିଧାୟକ ଭାବେ ନିର୍ବାଚିତ ହୋଇ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭଳି ଗୁରୁଦାୟିତ୍ୱରେ ରହିବା ପରେ ହୃଷୀକେଶଙ୍କ ପତିଆରା କମିବାରେ ଲାଗିଥିଲା। ଏହାପରେ ହୃଷୀକେଶଙ୍କୁ ଗତ ୪ ବର୍ଷ ଭିତରେ ବିଜେଡିର କୌଣସି ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବାର ଦେଖାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri