ପରଲୋକରେ ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ

ଭୁବନେଶ୍ୱର,୧୦।୨: ଖଲ୍ଲିକୋଟ ରାଜ ପରିବାରର ଶେଷ ଦାୟାଦ ରାଣୀସାହେବା ତଥା ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କର ପରଲୋକ ଘଟିଛି। ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ରାତି ୧୨ଟା ୪୪ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା।

ସୁଜ୍ଞାନ କୁମାରୀ ଖଲ୍ଲିକୋଟ ଓ କବିସୂର୍ଯ୍ୟନଗରରୁ ୧୦ ଥର ବିଧାୟିକା ହୋଇଛନ୍ତି। ଖଲ୍ଲିକୋଟ ନିର୍ବାଚନମଣ୍ଡଳୀରୁ ୮ ଓ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ୨ଥର ବିଧାୟିକା ରହିଛନ୍ତି। ରାଣୀଙ୍କ ବିୟୋଗରେ ରାଜ୍ୟ ରାଜନୀତି ମହଲରେ ଶୋକର ଛୋୟା ଖେଳିଯାଇଛି।