ଜେଏମ୍‌ଏମ୍‌ ଛାଡ଼ିଲେ ପୂର୍ବତନ ବିଧାୟକ ପ୍ରହ୍ଲାଦ ପୂର୍ତ୍ତି

ରାଇରଙ୍ଗପୁର,୩୧ା୮ (ମନୋରଞ୍ଜନ ତିରିଆ): ପୂର୍ବତନ ବିଧାୟକ ପ୍ରହ୍ଲାଦ ପୂର୍ତ୍ତି ଝାଡ଼ଖଣ୍ଡ ମୁୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌)ର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ଜେଏମ୍‌ଏମ୍‌ ରାଜ୍ୟ ଉପ ସଭାପତି ଦାୟିତ୍ୱରେ ଥିଲେ। ଦଳରେ ତାଙ୍କୁ କୋଣଠେସା କରି ରଖାଯାଇଥିବାରୁ ମଙ୍ଗଳବାର ରାତିରେ ସେ ତାଙ୍କ ଇସ୍ତଫା ପତ୍ରକୁ ଜେଏମ୍‌ଏମ୍‌ର କେନ୍ଦ୍ରୀୟ ସଭାପତି ଶିବୁ ସୋରେନ୍‌ଙ୍କ ନିକଟକୁ ପଠାଇ ଦେଇଥିବା କହିଛନ୍ତି। ଆଗକୁ ଲୋକସଭା ଓ ବିଧାନସଭା ନିର୍ବାଚନ ଆସୁଥିବାରୁ ସେ ଭାଜପାରେ ଯୋଗଦେଇ ପାରନ୍ତି ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।

ସୂଚନାଯୋଗ୍ୟ, ୨୦୦୪ରେ ପ୍ରହ୍ଲାଦ ବହଳଦା(ସଂରକ୍ଷିତ) ବିଧାନସଭା ଆସନରୁ ଜେଏମ୍‌ଏମ୍‌ରୁ ପ୍ରାର୍ଥୀ ହୋଇ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହା ପୂର୍ବରୁ ସେ ଜାମଦା ବ୍ଲକର ଅଧ୍ୟକ୍ଷ ଥିଲେ। ୨୦୦୯ରେ ଜେଏମ୍‌ଏମ୍‌ ଟିକେଟରୁ ବଞ୍ଚତ୍ତ ହେବା ପରେ ସେ କିଛି ବର୍ଷ କଂଗ୍ରେସ ଏବଂ ବିଜେଡିରେ କାର୍ଯ୍ୟ କରିଥିଲେ। ୨୦୧୮ରେ ପୁନର୍ବାର ଜେଏମ୍‌ଏମକୁ ଫେରିଥିଲେ। ୨୦୧୯ ବିଧାନସଭା ନିର୍ବାଚନରେ ସେ ରାଇରଙ୍ଗପୁର ବିଧାନସଭା ଆସନରୁ ଦଳୀୟ ପ୍ରାର୍ଥୀ ହେବା ପାଇଁ ଆଶାୟୀ ଥିଲେ। ପୂର୍ବତନ ରାଜ୍ୟ ସଭାପତି ମହେଶଚନ୍ଦ୍ର ହେମ୍ବ୍ରମ ୨୦୨୧ରେ ଦଳ ଛାଡ଼ିବା ପରେ ଜେଏମ୍‌ଏମ୍‌ର ସୁପ୍ରିମୋ ଶିବୁ ସୋରେନ୍‌ଙ୍କ ଝିଅ ଅଞ୍ଜଳି ସୋରେନ୍‌ ଦଳର ରାଜ୍ୟ ସଭାପତି ହୋଇଥିଲେ। ଅଞ୍ଜଳିଙ୍କ ଟିମ୍‌ରେ ପ୍ରଥମେ ସେ ରାଜ୍ୟ କୋଷାଧ୍ୟକ୍ଷ ଏବଂ ପରେ ରାଜ୍ୟ ଉପସଭାପତି ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri