ସ୍ତ୍ରୀ ହତ୍ୟା ମାମଲାରେ ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର,୨୪ା୬(ସୂର୍ଯ୍ୟକାନ୍ତ ବେହେରା): ସ୍ତ୍ରୀଙ୍କୁ ହତ୍ୟା ମାମଲାରେ ରାୟଗଡ଼ା ଜିଲା ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଶନିବାର ଅଦାଲତଙ୍କ ଦ୍ୱାରା ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଭୁବନେଶ୍ୱର ସ୍ବତନ୍ତ୍ର କୋର୍ଟ ୧୧ ଜଣ ସାକ୍ଷୀଙ୍କ ବୟାନ ଓ ୧୫ ଟି ଦସ୍ତାବିଜ ଆଧାରରେ ପୂର୍ବତନ ବିଧାୟକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆସନ୍ତା ମଙ୍ଗଳବାର ଅଦାଲତ ଏହି ମାମଲାର ଦଣ୍ଡ ଘୋଷଣା କରିବେ ବୋଲି ସୂଚନା ମିଳିଛି। ମାମଲାର ବିବରଣୀରୁ ଜଣାଯାଏ ଯେ, ୧୯୯୫ ଅଗଷ୍ଟ ୨୯ରେ ରାମମୂର୍ତ୍ତି ଗମାଙ୍ଗଙ୍କ ସ୍ତ୍ରୀ ଶଶୀରେଖାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ଖାରବେଳନଗରସ୍ଥିତ ଏମ୍‌ଏଲ୍‌ଏ କଲୋନୀରେ ଥିବା ସରକାରୀ ଘରୁ ଶଶୀରେଖାଙ୍କ ପୋଡ଼ା ମୃତଦେହ ଉଦ୍ଧାର କରାଯାଇଥିଲା। ଘଟଣା ଦିନ ୧୦ଟା ୪୫ ମିନିଟ୍‌ରେ ରାମମୂର୍ତ୍ତି ପୋଲିସକୁ ଖବର ଦେଇଥିଲେ ଯେ ତାଙ୍କ ସ୍ତ୍ରୀ ଆତ୍ମହତ୍ୟା କରିଛନ୍ତି। ତେବେ ଘଟଣାର ତଦନ୍ତ ବେଳେ ଏହା ଆତ୍ମହତ୍ୟା ନୁହେଁ ବରଂ ସୁଚିନ୍ତିତ ହତ୍ୟା ବୋଲି ପୋଲିସ ଜାଣିବା ସହ ଗମାଙ୍ଗଙ୍କର ଏହି ଘଟଣାରେ ସଂପୃକ୍ତି ଥିବା କଥା ସାମ୍ନାକୁ ଆସିଥିଲା। ସେହି ଆଧାରରେ ପୋଲିସ ଏହି ଘଟଣାରେ ପ୍ରଥମେ ଅପମୃତ୍ୟୁ ଓ ପରେ ହତ୍ୟା ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୀରାନଦୀରେ ରିଂ ରୋଡ୍‌ ନିର୍ମାଣ: ସମୟ ଗଡ଼ୁଛି, ବର୍ଷାରେ ଧୋଇ ଯାଉଛି

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ପାର୍ଶ୍ୱରେ ରିଂ ରୋଡ୍‌ ନିର୍ମାଣ ଚାଲିଛି। ବର୍ଷା ଓ ବନ୍ୟା ସମୟରେ ସହରକୁ ଜଳ ପ୍ଳାବନରୁ ରକ୍ଷା,…

ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ: ବାଲି ବ୍ୟବସାୟୀଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ…

ଜୟପୁର, ୮।୭(ପବନ ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା…

ମଦ ଦୋକାନକୁ ନେଇ ଅସନ୍ତୋଷ:  ବିରୋଧ, ରାସ୍ତାରୋକୋ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନମ୍ବର-୧ର ନିଗମାନନ୍ଦ ବିହାର ଛକ ନିକଟରେ ବିଦେଶୀ ମଦ ଦୋକାନ ଖୋଲିବାକୁ ନେଇ ଅସନ୍ତୋଷ ତେଜି ଉଠିଛି।…

ଜଗାଦର୍ଶନ ସାରି ଫେରୁଥିବାବେଳେ ଅଘଟଣ: କଣ୍ଟେନର ପଛପଟୁ ଧକ୍କା ଦେଲା ମିନିବସ୍‌

ବସ୍ତା, ୮।୭( ହରିଶଙ୍କର ପାଢ଼ୀ) : ବସ୍ତା ଥାନା ଅର୍ନ୍ତଗତ ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ ନିକଟ କୁଣ୍ଡପୂର ଛକ ନିକଟରେ ବଡ଼ ଦୁର୍ଘଟଣା…

ବିମାନବନ୍ଦରରୁ ଜବତ ହେଲା ୫କୋଟିର ମାରିଜୁଆନା

ଭୁବନେଶ୍ୱର,୮।୭(ତ୍ରିନାଥ ମହାନ୍ତି): ଭୁବନେଶ୍ବର ବିମାନବନ୍ଦରରୁ ପୁଣି ଜବତ ହୋଇଛି ୫କୋଟି ଟଙ୍କା ମୂଲ୍ୟର ମାରିଜୁଆନା। ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ୧୧କେଜି ମାରିଜୁଆନା ଜବତ କରାଯାଇଛି। ଏହି…

ଫୁଟ୍‌ବଲରେ ଟ୍ରମ୍ପ୍‌ କାର୍ଡ

ବିଶ୍ୱକପ୍‌ ଫୁଟ୍‌ବଲ ୨୦୨୬ କ୍ରୀଡ଼ାପ୍ରେମୀଙ୍କୁ ଆବୋରି ରଖିଛି। ଏହି ସମୟରେ ଗୋଟେ ମିମ୍‌ ସୋସିଆଲ ମିଡିଆରେ ବେଶି ଘୂରି ବୁଲୁଥିବା ଦେଖାଯାଉଛି। ଆମେରିକା ଫୁଟ୍‌ବଲ ଦଳର ଷ୍ଟ୍ରାଇକର୍‌ଙ୍କୁ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri