ପୂର୍ବତନ ବିଧାୟକ ରମେଶ ସୋରେନଙ୍କ ପରଲୋକ

ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/: ଖୁଣ୍ଟା(ଦେବରଞ୍ଜନ ବେହେରା), ୨୬।୭: ମୟୂରଭଞ୍ଜ ଜିଲା ଖୁଣ୍ଟା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ରମେଶ ସୋରେନ(୮୨)ଙ୍କ ସୋମବାର ଭୁବନେଶରସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି। ବୟସାଧିକ କାରଣରୁ ଦୀର୍ଘ ୩ ମାସ ଧରି ସେ ଚିକିତ୍ସାଧୀନ ଥିଲେ। ସେ କଂଗ୍ରେସ ଦଳର ଜଣେ ଟାଣୁଆ ନେତା ଭାବେ ଜିଲାରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ। ସ୍ବାସ୍ଥ୍ୟଗତ ସମସ୍ୟା କାରଣରୁ ସେ ପ୍ରତ୍ୟକ୍ଷ ରାଜନୀତିରେ ସକ୍ରିୟ ନ ଥିଲେ। ସୋରେନ ଖୁଣ୍ଟା ହାଇସ୍କୁଲରେ ଖେଳ ଶିକ୍ଷକ ଭାବେ କାର୍ଯ୍ୟ କରିଆସୁଥିବା ବେଳେ ୧୯୭୧ରେ ରାଜନୀତିରେ ପ୍ରବେଶ କରିଥିଲେ। ସେ ସମୟରେ ସେ କଂଗ୍ରେସ ଦଳର ଜିଲା ସାଂଗଠନିକ ଦାୟିତ୍ୱ ତୁଲାଇଥିଲେ। ପରେ ୧୯୭୪, ୧୯୭୭ ଓ ୧୯୮୦ ମସିହାରେ କଂଗ୍ରେସ ଦଳରୁ ଖୁଣ୍ଟା ନିର୍ବାଚନମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚତ ହୋଇଥିଲେ। ତାଙ୍କ ବିୟୋଗ ଖବର ପ୍ରଚାର ହେବା ପରେ ସମଗ୍ର ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଖୁଣ୍ଟା ବ୍ଲକ ଅଧୀନ ଭାଲିଆଡ଼ିହା ଗ୍ରାମସ୍ଥିତ ତାଙ୍କ ବାସଭବନରେ ମରଶରୀର ପହଞ୍ଚତ୍ବା ପରେ ପୂର୍ବତନ ସାଂସଦ ସୁଶୀଳା ତିରିଆ, ପୂର୍ବତନ ମନ୍ତ୍ରୀ ସରସ୍ବତୀ ହେମ୍ବ୍ରମ, ପିସିସି ସଭ୍ୟ ରାକେଶ ସିଂ, ପୂର୍ବତନ ଉପବାଚସ୍ପତି ସାନନ୍ଦ ମାରାଣ୍ଡି, ଏସ୍‌ଏସ୍‌ଡି ଅଧ୍ୟକ୍ଷ ଡା.ଦେବାଶିଷ ମାରାଣ୍ଡି ପ୍ରମୁଖ ବିଶିଷ୍ଟ ବ୍ୟକ୍ତିମାନେ ଉପସ୍ଥିତ ରହି ଶେଷ ଦର୍ଶନ କରିଥିଲେ। ମୃତ୍ୟୁଶଯ୍ୟା ନିକଟରେ ତାଙ୍କ ପତ୍ନୀ ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ନିରୁପମା ଦାସ, ଜ୍ୟେଷ୍ଠ ପୁତ୍ର ତଥା ମୟୂରଭଞ୍ଜ ଜିଲା ଲକ୍ଷ୍ମୀପୋଷି ବାଟାଲିୟନ (ଆମର୍‌ସ)ର ସବ୍‌ ଇନ୍ସପେକ୍ଟର ଭିଏସ୍‌ ଜୀବନ ସଂଗ୍ରାମ ଏବଂ କନିଷ୍ଠ ପୁତ୍ର ତଥା ୧୩ ନଂ.ଜୋନ୍‌ର ପୂର୍ବତନ ଜିଲା ପରିଷଦ ସଭ୍ୟ ଭିଏସ୍‌ ଜ୍ୟୋତି ସଂଗ୍ରାମ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?