ଭାଜପାରୁ ଇସ୍ତଫା ଦେଲେ ପ୍ରାକ୍ତନ ବିଧାୟକ

ବାରିପଦା,୨୨ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଭାଜପା ଦଳରୁ ଇସ୍ତଫା ଦେଇଛନ୍ତି ମୟୂରଭଞ୍ଜ ଜିଲା ବଡ଼ସାହିର ପ୍ରାକ୍ତନ ବିଧାୟକ ମନୋରଞ୍ଜନ ସେଠୀ। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ସେ ଦଳର ପ୍ରାଥମିକତା ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ନେଇ ସେ ପତ୍ରରେ ଉଲ୍ଲେଖ କରିଛନ୍ତି । ଯାହାର ଏକକିତା ନକଲ ଦଳର ଜିଲା ସଭାପତି କାନ୍ଦରା ସୋରେନଙ୍କୁ ମଧ୍ୟ ପ୍ରଦାନ କରିଛନ୍ତ। ତାଙ୍କର ଏପରି ନିଷ୍ପତ୍ତି ବଡ଼ସାହି ରାଜନୀତିରେ ହଟଚମଟ ସୃଷ୍ଟି କରିଛି। କାରଣ ବଡ଼ସାହି ନୂତନ ବିଧାନସଭା କ୍ଷେତ୍ର ଭାବେ ଗଠିତ ହେବା ପରେ ଶ୍ରୀ ସେଠୀ ୨୦୦୯ରେ ବିଜେଡିରୁ ଟିକଟ ପାଇ ପ୍ରଥମ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ତେବେ ୨୦୧୪ ନିର୍ବାଚନରେ କଂଗ୍ରେସରୁ ଇସ୍ତଫା ଦେଇ ବିଜେଡିରେ ମିଶିଥିବା ଗଣେଶ୍ବର ପାତ୍ରଙ୍କୁ ଟିକଟ ଦେବାରୁ ସେ ଦ୍ବିତୀୟ ଥର ବିଧାୟକ ଭାବେ ନିର୍ବାଚନ ଲଢ଼ିବା ଆଶା ମଉଳିଯାଇଥିଲା। ଫଳରେ ଅଭିମାନରେ ନିଜର ସମର୍ଥକଙ୍କ ସହିତ ସେ ବିଜେଡି ଛାଡ଼ି ଭାଜପାରେ ମିଶିଥିଲେ। ପରନ୍ତୁ ସେଠାରେ ତାଙ୍କୁ ଗୁରୁତ୍ୱ ଦିଆଯାଇ ନ ଥିଲା। ଦିନକୁ ଦିନ ଭାଜପା ତାଙ୍କୁ ଅଣଦେଖା କରିଚାଲିଥିଲା । ଅପରପକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ ଯୋଜନା ଓ ବଡ଼ସାହି ନିର୍ବାଚନ ମଣ୍ଡଳୀ ପ୍ରତି ସେ ସ୍ବତନ୍ତ୍ର ଦୃଷ୍ଟି ଦେଇ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନେବା ପ୍ରଭାବିତ କରିଥିଲା। ପୂର୍ବ ନିଷ୍ପତ୍ତି ଏକ ଭୁଲ୍‌ ଥିବା ଜାଣି ନିଷ୍ପତ୍ତି ପରିବର୍ତ୍ତନ ପୂର୍ବକ ଭାଜପା ଛାଡ଼ିଛନ୍ତି ବୋଲି ତାଙ୍କର ସମର୍ଥକ କହିଛନ୍ତି। ଖୁବ୍‌ଶୀଘ୍ର ସମର୍ଥକଙ୍କ ସହିତ ସେ ବିଜେଡିକୁ ଫେରିବେ ବୋଲି ନିର୍ଭରଯୋଗ୍ୟ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଆଳୁ ସଙ୍କଟ, ଓଡ଼ିଶାରେ ହାହାକାର

ଭୁବନେଶ୍ୱର,୨୭।୭: ରାଜ୍ୟରେ ଆଳୁ ଦର ହୁ ହୁ ହୋଇ ବଢୁଛି । କଟକ, ଭୁବନେଶ୍ବର, ବ୍ରହ୍ମପୁର, ବାଲେଶ୍ବର, ସମ୍ବଲପୁର ସବୁଠି ଆଳୁ ଦର ୫୦ ଟଙ୍କା...

ତେଲ ନଦୀ ଉପରେ ୪ ଫୁଟ ପାଣି: ଭାସିଗଲା କ୍ରେନ୍‌

ପାଟଣା,୨୭।୭(ବୀରକିଶୋର ଦାଶ): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ସାହାରପଡା ବ୍ଲକ ବେହାଲ ହୋଇପଡିଛି। ସାହାରପଡ଼ା ବ୍ଲକ କୁମୁଳା ବାହାଳୀ ନିକଟ ତେଲ ନଦୀ ପୋଲଉପରେ ଶନିବାର...

ଅଧାରେ ଅଟକିଲା କେନାଲ ପାଣି

କାଏମା,୨୭ା୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଶାନ୍ତି ବଜାରଠାରୁ ଡେରାବର ପର୍ଯ୍ୟନ୍ତ ଯାଇଥିବା ସବ୍‌ମାଇନର କେନାଲ ସଫେଇ ହୋଇ ନ ଥିବାରୁ ଅଧାରେ ଅଟକି ରହିଛି...

ରାଜ୍ୟରେ ଆଗାମୀ ୪ ଦିନ ଯାଏ ପ୍ରବଳ ବର୍ଷା, ୧୦ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୭।୭: ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓ ଓ ଉପକୂଳ ଓ ପ୍ରବଳ ବର୍ଷା ହେବାର...

ନୂଆ ବିଧାୟକମାନେ ଶୁଣାଇଲେ ନିଜ ଅଞ୍ଚଳର ସମସ୍ୟା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ଅପରାହ୍ନରେ ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ସୁରୁଖୁରୁରେ ଚଳାଇବା ଲାଗି ପ୍ରଥମେ ପରାମର୍ଶଦାତା କମିଟି ଗଠିତ ହୋଇଛି। ଏଥିରେ ବାଚସ୍ପତି...

ଚତୁର୍ଥ ଲଘୁଚାପରୁ ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୭ା୭(ଅନୁରାଧା ମହାରଣା): ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ...

ବଢ଼ିପାରେ ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନଭୋଜନ ମୁଣ୍ଡପିଛା ମୂଲ୍ୟ ବଢ଼ିପାରେ। ଏ ନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ବିଜେଡି ସଭ୍ୟ ରଣେନ୍ଦ୍ର ପ୍ରତାପ...

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri