ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ, ୨୦୦୪ ରୁ ୨୦୦୯ ଯାଏଁ ଥିଲେ….

ଭୁବନେଶ୍ବର,୨୬।୧୨:  ପୂର୍ବତନ ବିଧାୟିକାଙ୍କ ପରଲୋକ । କୋରେଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଦେହାନ୍ତ ହୋଇଛି । ଭୁବନେଶ୍ବର ସ୍ଥିତ ବାସଭବନରେ ପରଲୋକ ହୋଇଥିବା ସୂଚନା ରହିଛି ।

ଖବର ଅନୁସାରେ, ସେ ଦୀର୍ଘ ଦିନ ଧରି ଅସୁସ୍ଥ ରହିଥିବା ବେଳେ ଚିକିତ୍ସିତ ହେଉଥିଲେ । ୨୦୦୪ ରୁ ୨୦୦୯ ଯାଏ ସେ କୋରେଇର ବିଧାୟିକା ଥିଲେ । ୬୭ ବର୍ଷ ବୟସରେ ସେ ଶେଷନିଶ୍ବାସ ତ୍ୟାଗ କରିଛନ୍ତି । ଯଦି ତାଙ୍କର ରାଜନୈତିକ କ୍ୟାରିୟର କଥା ଦେଖିବା ତାହେଲେ ସେ ଭାଜପାର ପ୍ରତିନିଧି ଭାବରେ ୨୦୦୪ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ କୋରାଇ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟିକା ହୋଇଥିଲେ । ଏହି ବିଧାନସଭାରେ ସେ ୨୦୦୪ ମସିହାରୁ ୨୦୦୯ ମସିହା ଯାଏ କାର୍ଯ୍ୟ କରିଥିଲେ ।

ସେହି ସମୟରେ ସେ ଗୃହ ପର୍ଯ୍ୟଟନ ବିଭାଗ କମିଟି, ମହିଳା ଓ ଶିଶୁ ବିକାଶ କଲ୍ୟାଣ କମିଟି ଆଦିରେ ଜଣେ ସଭ୍ୟ ଭାବରେ କାର୍ଯ୍ୟ କରିଥିଲେ । ଏହାପରେ ସଞ୍ଚିତା ୨୦୦୯ ମସିହାରେ ଓଡ଼ିଶା ବିଧାନସଭା ପାଇଁ ହୋଇଥିବା ସାଧାରଣ ନିର୍ବାଚନରେ ପୁଣିଥରେ କୋରାଇ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଭାଜପାର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ । ହେଲେ ସେ ପରାଜୟ ସ୍ବୀକାର କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri