ବିଜେଡିରୁ ସବୁ ସମ୍ପର୍କ ଛିନ୍ନ କଲେ ପୂର୍ବତନ ବିଧାୟକ

ଠାକୁରମୁଣ୍ଡା,୩୦।୪(ତାରାକାନ୍ତ ପଟ୍ଟନାୟକ): ମୟୁରଭଞ୍ଜ ଜିଲା କରଞ୍ଜିଆ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଟିକେଟ ଆଶାୟୀ ଥିବା ପୂର୍ବତନ ବିଧାୟକ ବିଜୟ କୁମାର ନାଏକ ବିଜେଡିରୁ ଇସ୍ତଫା ଦେବା ସହ ଦଳୀୟ ପଦପଦବୀକୁ ତ୍ୟାଗ କରିଛନ୍ତି। ଆସନ୍ତା ସାଧାରଣ ନିର୍ବାଚନରେ ସେ ସ୍ବାଧୀନ ପ୍ରାର୍ଥୀ ଭାବରେ ଛିଡା ହେବେ ବୋଲି ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। କରଞ୍ଜିଆ ବିଧାନସଭା ନିର୍ବାଚନ ମଣ୍ଡଳୀର ଟିକେଟରୁ ପ୍ରାର୍ଥୀ ହୋଇ ଦୁଇଥର ବିଧାୟକ ହୋଇଥିବା ବିଜୟ କୁମାର ମଙ୍ଗଳବାର କରଞ୍ଜିଆ ଠାରେ ଏହି ଘୋଷଣା କରଛନ୍ତି।
କରଞ୍ଜିଆ ଠାରେ ବିଜୟ ନାୟକଙ୍କ ସମର୍ଥକ ଓ ଶୁଭେଚ୍ଛୁମାନଙ୍କୁ ନେଇ ଏକ ସମାବେଶ ଅୟୋଜିତ ହୋଇଥିଲା। ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କରଞ୍ଜିଆ, ଠାକୁରମୁଣ୍ଡା, ଶରତ ଅଞ୍ଚଳରୁ ପ୍ରାୟ ୧ ହଜାରରୁ ଉଦ୍ଧର୍‌ବ ସମର୍ଥକ ଯୋଗ ଦେଇଥିଲେ। ସମର୍ଥକଙ୍କ ସଭାରେ ବିଜୟ ନାୟକ ଗରିବ, ଖଟିଖିଆ,ସାଧାରଣ ଲୋକଙ୍କ ସହଯୋଗରେ ଆଗାମୀ ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ହୋଇ ନିର୍ବାଚନ ମଇଦାନକୁ ଆସିବା ନେଇ ଘୋଷଣା କରିଥିଲେ ଏବଂ ସମସ୍ତଙ୍କ ସହଯୋଗ ଲୋଡିଥିଲେ।
ପରେ ଖବରଦାତାଙ୍କୁ ସୂଚନା ଦେଇ ବିଜୟ ନାଏକ କହିଥିଲେ, ସେ ପ୍ରଥମେ କରଞ୍ଜିଆ ବ୍ଲକ ତାଟୋ ଗ୍ରାମପଞ୍ଚାୟତରୁ ସମିତି ସଭ୍ୟ ଭାବରେ ବିଜୟ ହେବା ପରେ କରଞ୍ଜିଆ ବ୍ଲକରୁ ନିର୍ଦୋନ୍ଦରେ ବ୍ଲକ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଥିଲେ। ପରେ ୨୦୦୯ ରୁ ୨୦୧୪ ପରେ ୨୦୧୪ ରୁ ୨୦୧୯ ପର୍ଯ୍ୟନ୍ତ ବିଜେଡି ଟିକେଟ୍‌ରୁ ନିର୍ବାଚିତ ହୋଇ ବିଧାୟକ ହୋଇଥିଲେ। କିନ୍ତୁ ପରେ ତାଙ୍କୁ ଟିକଟ ନ ମିଳିବାରୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶରେ ଲୋକଙ୍କ ସହିତ ଜଡିତ ଥିଲେ। ସର୍ଭେ ରିପୋର୍ଟ ତାଙ୍କ ସପକ୍ଷରେ ଥିବା ସତ୍ତ୍ୱେ ଶେଷ ମୁହୂର୍ତ୍ତରେ ତାଙ୍କ ଟିକଟକୁ କାଟି ଦିଆ ଯାଇଥିଲା। ଏଠାରେ ସୂଚନା ଥାଉକି ଦ୍ୱିତୀୟ ଥର ପାଇଁ ବିଜୁ ଜନତା ଦଳ ଟିକେରୁ ମହିଳା ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ କରଞ୍ଜିଆ ବିଧାନସଭା ଆସନରୁ ଲଢ଼ିବେ।

 

View this post on Instagram

 

A post shared by Proteas Men (@proteasmencsa)


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?