ବିଜେଡିରୁ ସବୁ ସମ୍ପର୍କ ଛିନ୍ନ କଲେ ପୂର୍ବତନ ବିଧାୟକ

ଠାକୁରମୁଣ୍ଡା,୩୦।୪(ତାରାକାନ୍ତ ପଟ୍ଟନାୟକ): ମୟୁରଭଞ୍ଜ ଜିଲା କରଞ୍ଜିଆ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଟିକେଟ ଆଶାୟୀ ଥିବା ପୂର୍ବତନ ବିଧାୟକ ବିଜୟ କୁମାର ନାଏକ ବିଜେଡିରୁ ଇସ୍ତଫା ଦେବା ସହ ଦଳୀୟ ପଦପଦବୀକୁ ତ୍ୟାଗ କରିଛନ୍ତି। ଆସନ୍ତା ସାଧାରଣ ନିର୍ବାଚନରେ ସେ ସ୍ବାଧୀନ ପ୍ରାର୍ଥୀ ଭାବରେ ଛିଡା ହେବେ ବୋଲି ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। କରଞ୍ଜିଆ ବିଧାନସଭା ନିର୍ବାଚନ ମଣ୍ଡଳୀର ଟିକେଟରୁ ପ୍ରାର୍ଥୀ ହୋଇ ଦୁଇଥର ବିଧାୟକ ହୋଇଥିବା ବିଜୟ କୁମାର ମଙ୍ଗଳବାର କରଞ୍ଜିଆ ଠାରେ ଏହି ଘୋଷଣା କରଛନ୍ତି।
କରଞ୍ଜିଆ ଠାରେ ବିଜୟ ନାୟକଙ୍କ ସମର୍ଥକ ଓ ଶୁଭେଚ୍ଛୁମାନଙ୍କୁ ନେଇ ଏକ ସମାବେଶ ଅୟୋଜିତ ହୋଇଥିଲା। ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କରଞ୍ଜିଆ, ଠାକୁରମୁଣ୍ଡା, ଶରତ ଅଞ୍ଚଳରୁ ପ୍ରାୟ ୧ ହଜାରରୁ ଉଦ୍ଧର୍‌ବ ସମର୍ଥକ ଯୋଗ ଦେଇଥିଲେ। ସମର୍ଥକଙ୍କ ସଭାରେ ବିଜୟ ନାୟକ ଗରିବ, ଖଟିଖିଆ,ସାଧାରଣ ଲୋକଙ୍କ ସହଯୋଗରେ ଆଗାମୀ ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ହୋଇ ନିର୍ବାଚନ ମଇଦାନକୁ ଆସିବା ନେଇ ଘୋଷଣା କରିଥିଲେ ଏବଂ ସମସ୍ତଙ୍କ ସହଯୋଗ ଲୋଡିଥିଲେ।
ପରେ ଖବରଦାତାଙ୍କୁ ସୂଚନା ଦେଇ ବିଜୟ ନାଏକ କହିଥିଲେ, ସେ ପ୍ରଥମେ କରଞ୍ଜିଆ ବ୍ଲକ ତାଟୋ ଗ୍ରାମପଞ୍ଚାୟତରୁ ସମିତି ସଭ୍ୟ ଭାବରେ ବିଜୟ ହେବା ପରେ କରଞ୍ଜିଆ ବ୍ଲକରୁ ନିର୍ଦୋନ୍ଦରେ ବ୍ଲକ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଥିଲେ। ପରେ ୨୦୦୯ ରୁ ୨୦୧୪ ପରେ ୨୦୧୪ ରୁ ୨୦୧୯ ପର୍ଯ୍ୟନ୍ତ ବିଜେଡି ଟିକେଟ୍‌ରୁ ନିର୍ବାଚିତ ହୋଇ ବିଧାୟକ ହୋଇଥିଲେ। କିନ୍ତୁ ପରେ ତାଙ୍କୁ ଟିକଟ ନ ମିଳିବାରୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶରେ ଲୋକଙ୍କ ସହିତ ଜଡିତ ଥିଲେ। ସର୍ଭେ ରିପୋର୍ଟ ତାଙ୍କ ସପକ୍ଷରେ ଥିବା ସତ୍ତ୍ୱେ ଶେଷ ମୁହୂର୍ତ୍ତରେ ତାଙ୍କ ଟିକଟକୁ କାଟି ଦିଆ ଯାଇଥିଲା। ଏଠାରେ ସୂଚନା ଥାଉକି ଦ୍ୱିତୀୟ ଥର ପାଇଁ ବିଜୁ ଜନତା ଦଳ ଟିକେରୁ ମହିଳା ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ କରଞ୍ଜିଆ ବିଧାନସଭା ଆସନରୁ ଲଢ଼ିବେ।

 

View this post on Instagram

 

A post shared by Proteas Men (@proteasmencsa)


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri