ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ପରଲୋକ: ସମଗ୍ର ଜିଲାରେ ଶୋକର ଛାୟା

ଭବାନୀପାଟଣା, ୧୯।୮ (ଉତ୍ତମ କୁମାର ଦାଶ/ ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ଼ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ବିଳମ୍ବିତ ରାତିରେ ନିଜ ବାସଭବନରେ ହୃଦ୍‌ଘାତରେ ପରଲୋକ ଘଟିଛି। ଗତ କିଛି ଦିନ ତଳେ ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ସେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହୋଇ ନିଜ ଗାଁ ବିଜେପୁର ଦନାରଗୁଡ଼ାକୁ ଫେରିଥିଲେ। ତାଙ୍କ ପରଲୋକ ଖବର ପ୍ରଚାରିତ ହେବା ପରେ ସମଗ୍ର ଜିଲାରେ ଶୋକର ଛାୟା ଖେଳିଯାଇଛି।

ଶିବାଜୀ ମାଝୀ ଲାଞ୍ଜିଗଡ଼ ନିର୍ବାଚନମଣ୍ଡଳୀର ପ୍ରଥମ ବିଧାୟକ ଭାବେ ୨୦୦୯ରୁ ୨୦୧୪ ପର୍ଯ୍ୟନ୍ତ କଂଗ୍ରେସ ଦଳରୁ ନିର୍ବାଚିତ ହୋଇଥିଲେ। ପରବର୍ତ୍ତୀ ସମୟରେ ସେ ବିଜେଡିରେ ଯୋଗଦେଇ କଳାହାଣ୍ଡି ସ୍ୱତନ୍ତ୍ର ଉନ୍ନୟନ ପରିଷଦର ପ୍ରଥମ ଅଧ୍ୟକ୍ଷ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ।

ସେ ଜିଲାର ଲାଞ୍ଜିଗଡ଼, ଥୁଆମୂଳ ରାମପୁର ଭଳି ଆଦିବାସୀ ଅଞ୍ଚଳଗୁଡ଼ିକର ବିକାଶ ପାଇଁ ନିଷ୍ଠାର ସହ କାର୍ଯ୍ୟ କରୁଥିଲେ। ବିଭିନ୍ନ ପଦପଦବୀରେ ରହିଥିଲେ ମଧ୍ୟ ତାଙ୍କର ସରଳ ଜୀବନଯାପନ ଓ ଲୋକଙ୍କ ପ୍ରତି ଆତ୍ମୀୟତା ତାଙ୍କୁ ଏକ ସ୍ୱତନ୍ତ୍ର ପରିଚୟ ଦେଇଥିଲା। ତାଙ୍କ ବିୟୋଗରେ ଜୁନାଗଡ଼ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟ ଶଙ୍କର ମିଶ୍ର ନିଜ ଫେସ୍‌ବୁକ୍ ଆକାଉଣ୍ଟରେ ପୋଷ୍ଟ କରି ଗଭୀର ଶୋକ ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?