Posted inଜାତୀୟ

ନିଜକୁ ଗୁଳି ମାରିଲେ ପୂର୍ବତନ ବିଧାୟକ: ସରକାରୀ ବଙ୍ଗଳାରେ ନେଲେ ଚରମ ପଦକ୍ଷେପ

ଶ୍ରୀନଗର,୨୦।୩: ଜମ୍ମୁ-କଶ୍ମୀରର ପୂର୍ବତନ ଭାଜପା ବିଧାୟକ ଫକିର ମହମ୍ମଦ ଖାନ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଦଳର ମୁଖପାତ୍ର ଏହି ସୂଚନା ଦେଇଛନ୍ତି। ସେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା କୁହାଯାଉଛି। ଫକୀର ମହମ୍ମଦଙ୍କୁ ଜମ୍ମୁ ଓ କଶ୍ମୀର ଭାଜପାର ବରିଷ୍ଠ ନେତାମାନଙ୍କ ମଧ୍ୟରେ ଗଣନା କରାଯାଉଥିଲା। ଶ୍ରୀନଗରର ଏକ ଉଚ୍ଚ ସୁରକ୍ଷା ଅଞ୍ଚଳ ତୁଳସୀବାଗରେ ତାଙ୍କୁ ଦିଆଯାଇଥିବା ସରକାରୀ ବଙ୍ଗଳାରେ ସେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି। ସରକାରୀ ସୂତ୍ର ଅନୁଯାୟୀ, ସେ କ୍ୱାର୍ଟର ନମ୍ବର ୯ଏରେ ତାଙ୍କର ଜଣେ ପିଏସଓଙ୍କ ସର୍ଭିସ ରାଇଫଲ୍‌ରେ ନିଜକୁ ଗୁଳି କରିବା ପରେ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ିଥିବା ଦେଖିବାକୁ ମିଳିଥିଲା।

ଗତବର୍ଷ ବିଧାନସଭା ନିର୍ବାଚନରେ ଭାଜପା ଗୁରେଜ ଆସନରୁ ଫକିର ମହମ୍ମଦ ଖାନଙ୍କୁ ଟିକେଟ ଦେଇଥିଲା କିନ୍ତୁ ସେ ଜିତିବାରେ ସଫଳ ହୋଇପାରି ନ ଥିଲେ। ଏଠାରେ, ନ୍ୟାଶନାଲ କନଫରେନ୍ସର ନାଜିର ଅହମ୍ମଦ ଖାନ ତାଙ୍କୁ ୧୦୪୯ ଭୋଟ ବ୍ୟବଧାନରେ ପରାସ୍ତ କରିଥିଲେ।

ପୋଲିସ ତାଙ୍କ ମୃତ୍ୟୁର ତଦନ୍ତ ଆରମ୍ଭ କରିଛି। ତାଙ୍କୁ ତୁରନ୍ତ ଶ୍ରୀନଗରର SMHS ହସ୍ପିଟାଲକୁ ନିଆଯାଇଥିଲା। ଏଠାରେ କର୍ତ୍ତବ୍ୟରତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଉତ୍ତର କାଶ୍ମୀରର ବାନ୍ଦିପୋରା ଜିଲାର ଗୁରେଜ ନିବାସୀ ଫକିର ମହମ୍ମଦ ଖାନ ଜଣେ ପ୍ରବୀଣ ରାଜନେତା ଥିଲେ। ସେ ୧୯୯୬ ଜମ୍ମୁ ଓ କଶ୍ମୀର ବିଧାନସଭା ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ଭାବରେ ବିଜୟୀ ହୋଇଥିଲେ ଏବଂ ତତ୍କାଳୀନ ବିଧାନସଭାର ସଦସ୍ୟ (ଏମଏଲଏ) ଭାବରେ କାର୍ଯ୍ୟ କରିଥିଲେ।

ଫକିର ମହମ୍ମଦ ଖାନ କିଛି ବର୍ଷ ପରେ ପିଡିପିରେ ଯୋଗ ଦେଇଥିଲେ ଏବଂ ୫ ଅଗଷ୍ଟ ୨୦୧୯ରେ ଧାରା ୩୭୦ ଉଚ୍ଛେଦ ପରେ ଦଳରୁ ଇସ୍ତଫା ଦେବା ପୂର୍ବରୁ ପିଡିପିର ଆଞ୍ଚଳିକ ସଭାପତି ଥିଲେ। ମାର୍ଚ୍ଚ ୨୦୨୦ରେ ଭାଜପାରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?