ଝିଅ ପାଇଁ ଘରଡିହ ବିକିଲେ ପୂର୍ବତନ ବିଧାୟକ

ଆଳି,୧୯ା୪(ବନମାଳୀ ସେନାପତି):କେନ୍ଦ୍ରାପଡ଼ା ଲୋକ ସଭା ଆସନ ମଧ୍ୟରେ ଆଳି ବିଧାନସଭା ଆସନଟି ପ୍ରତ୍ୟେକ ନିର୍ବାଚନ ସମୟରେ ଚର୍ଚ୍ଚା ମଧ୍ୟରେ ରହିଥାଏ। ଚଳିତ ନିର୍ବାଚନରେ ମଧ୍ୟ ଏକ ରୋଚକ ଘଟଣା ସାମ୍ନାକୁ ଆସିଛି। ଆଳି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଝିଅ ଡା. ଦେବସ୍ମିତା ଶର୍ମା ନିର୍ବାଚନ ଲଢ଼ିବା ନିମନ୍ତେ ପ୍ରସ୍ତୁତି ଚଳାଇଛନ୍ତି। ବାପା ଦେବେନ୍ଦ୍ର ଝିଅର ନିର୍ବାଚନୀ ଖର୍ଚ୍ଚ ନିମନ୍ତେ ଘରଡିହ ବିକ୍ରି କରିଥିବା ଘଟଣା ଏବେ ସାମ୍ନାକୁ ଆସିଛି।
ମିଳିଥିବା ସୂଚନା ମୁତାବକ, ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମା କଂଗ୍ରେସ ଦଳ ପକ୍ଷରୁ ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ରେ ବିଧାୟକ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିଥିବା ବେଳେ ୨୦୧୪ରେ ବିଧାୟକ ହୋଇଥିଲେ। ୨୦୧୯ ନିର୍ବାଚନ ପରାଜିତ ହେବାପରେ ଶାରୀରିକ ଅସୁସ୍ଥତା ଯୋଗୁ ଚଳିତଥର ସେ ନିଜେ ନ ଲଢ଼ି ଏକମାତ୍ର ଝିଅ ଡା. ଦେବସ୍ମିତାଙ୍କୁ ବିଧାୟିକା ପ୍ରାର୍ଥୀ ଭାବେ କଂଗ୍ରେସ ପକ୍ଷରୁ ନିର୍ବାଚନ ଲଢ଼ିବାକୁ ରଣାଙ୍ଗନକୁ ଛାଡିଛନ୍ତି। ବିପକ୍ଷରେ ନିର୍ବାଚନ ଲଢ଼ୁଥିବା ବିଜେଡି ପ୍ରାର୍ଥୀ ପ୍ରତାପ କେଶରୀ ଦେବ ଓ ଭାଜପା ପ୍ରାର୍ଥୀ କୃଷ୍ଣଚନ୍ଦ୍ର ପଣ୍ଡାଙ୍କ ସହ ଲଢେଇ ନିମନ୍ତେ ପୂର୍ବତନ ବିଧାୟକ ଦେବେନ୍ଦ୍ରଙ୍କ ଟଙ୍କା ଆବଶ୍ୟକ ଥିବାରୁ ସେ ଘରଡିହ ବିକ୍ରି କରିଛନ୍ତି। ଏ ନେଇ ପୂର୍ବତନ ବିଧାୟକ ଶର୍ମା ତାଙ୍କ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି ଯେ, ତାଙ୍କ ପରିବାର ଲୋକସେବାକୁ ଭଲପାଆନ୍ତି। ତାଙ୍କ ବାପା ସ୍ବର୍ଗତ ଡା. ଦିବାକର ଶର୍ମା ଏମ୍‌ବିବିଏସ୍‌ ପାସ୍‌ କରି ଭଲ ଦରମାରେ ଚାକିରି କରି ପାରିଥାନ୍ତେ। କିନ୍ତୁ ସେ ଚାକିରି ନ କରି ଆଳି ଓ ରାଜକନିକାବାସୀଙ୍କୁ ଚିକିତ୍ସା ସେବା ଯୋଗାଇ ଦେବା ନିମନ୍ତେ ଆଳିରେ ରହି ଯାଇଥିଲେ। ପରବର୍ତ୍ତୀ ପର୍ଯ୍ୟାୟରେ ସେ ବିଧାୟକ ଭାବେ ଆଳି, ରାଜକନିକାରେ ଶିକ୍ଷା, ଗମନାଗମନ, ଜଳସେଚନ ଭଳି ଅନେକ ବିକାଶମୂଳକ କାର୍ଯ୍ୟ କରିଥିଲେ ଦେବେନ୍ଦ୍ର କହିଛନ୍ତି। ତେବେ ଚଳିତ ନିର୍ବାଚନ ଦୁର୍ନୀତିଗ୍ରସ୍ତ ନେତୃତ୍ୱ ସହ ନିର୍ମଳ ନେତୃତ୍ୱଙ୍କ ମଧ୍ୟରେ ଲଢ଼େଇ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri