ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ମିଶ୍ରଙ୍କ ଦେହାନ୍ତ

Nnn 1

ବୋଲଗଡ/ବେଗୁନିଆ,୨୫। ୧ (ଡି.ଏନ୍‌.ଏ.): ବୋଲଗଡ଼-ବେଗୁନିଆର ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ମିଶ୍ରଙ୍କର ରବିବାର ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି। ମୃତ୍ୟ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା। ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ଉଭୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ତେବେ ସେ କିଛି ଦିନ ଧରି ଅସୁସ୍ଥ ହୋଇଥିଲେ। ରବିବାର ହଠାତ୍‌ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ହସ୍ପିଟାଲ ନିଆଯଅଇଥିଲା। ତେବେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକ କହିଛନ୍ତି। ସ୍ବର୍ଗତ ମିଶ୍ରଙ୍କର ମରଶରୀରକୁ ଖଣ୍ଡଗିରିସ୍ଥିତ ଧର୍ମବିହାର ଅଞ୍ଚଳର ବାସଭବନରେ ରଖାଯାଇଛି। ତାଙ୍କ ମୃତଦେହ ନିକଟରେ ସ୍ତ୍ରୀ ଶାନ୍ତିଲତା ମିଶ୍ର ଥିବାବେଳେ ପରେ ଖବର ପାଇ ପୁତ୍ର ସୁଧିରଞ୍ଜନ ମିଶ୍ର ଓ ୨ ଝିଅ ଜ୍ୱାଇଁ ଏବଂ ୨ଭାଇ ପହଞ୍ଚତ୍ଥିଲେ। ସ୍ବର୍ଗତ ମିଶ୍ରଙ୍କ ମରଶରୀରକୁ ଶେଷଦର୍ଶନ ପାଇଁ ପ୍ରମୁଖ ବ୍ୟକ୍ତି ବିଶେଷମାନେ ଖଣ୍ଡଗିରିସ୍ଥିତ ବାସଭବନକୁ ପହଞ୍ଚତ୍ଛନ୍ତି । ସ୍ବର୍ଗତ ସୁରେନ୍ଦ୍ର ନାଥ ମିଶ୍ର ୧୯୯୦ଠାରୁ ୯୫ ପର୍ଯ୍ୟନ୍ତ ଜନତା ଦଳର ବିଧାୟକ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com
Your Paragraph Text 2

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

Your Paragraph Text 1 1

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨: ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

Your Paragraph Text 1

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

13131313

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

78 1

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

Aaa

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) : ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

3232 1

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

WhatsApp Image 2025 12 14 At 8.19.33 PM

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

Advertisement

ଧରିତ୍ରୀ କାର୍ଟୁନ

Archives

Dharitri Rashifala2
Model This Week
ମଣ୍ଟୁ

ପିଲାଙ୍କ ଧରିତ୍ରୀ

PILANKA DHARITRI
Why Dharitri