ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟା ମାମଲା; ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ସର୍ତ୍ତମୂଳକ ଜାମିନ

କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡରେ ଫସିଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଅଶ୍ଵସ୍ତି ମିଳିଛି । ଆଜି ବିକ୍ରମ ପଣ୍ଡାଙ୍କ ଜାମିନ ମଞ୍ଜୁର କରିଛନ୍ତି ହାଇକୋର୍ଟ । ଜାମିନ ଦେବା ସମୟରେ ନିମ୍ନ ଅଦାଲତ ଆବଶ୍ୟକ ମୁତାବକ ସର୍ତ୍ତ ଧାର୍ଯ୍ୟ କରିବେ ବୋଲି ହାଇକୋର୍ଟ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି ।

ବ୍ରହ୍ମପୁର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଛନ୍ଦି ହୋଇଯାଇଥିଲେ ବିକ୍ରମ। ହତ୍ୟାକାଣ୍ଡ ପରେ ପରେ ବିକ୍ରମ ପଣ୍ଡାଙ୍କୁ ମୁଖ୍ୟ ଷଡଯନ୍ତ୍ରକାରୀ ଦର୍ଶାଇଥିଲା ପୋଲିସ। ତେଣେ ନିମ୍ନ ଅଦାଲତରେ ବିକ୍ରମଙ୍କ ଜାମିନ ନାମଞ୍ଜୁର ହେବା ପରେ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହା ଭିତରେ ମାମଲାର ଚାର୍ଜସିଟ ଦାଖଲ ହୋଇସାରିଛି । ଯେଉଁଥିରେ ବିକ୍ରମ ପଣ୍ଡା ଷଡଯନ୍ତ୍ରକାରୀ ନୁହଁନ୍ତି ବୋଲି ଦର୍ଶାଯାଇଛି । ତେଣେ ବିକ୍ରମ ପଣ୍ଡାଙ୍କ ଜାମିନ ଆବେଦନର ଶୁଣାଣି ଶେଷ କରି ହାଇକୋର୍ଟ ତାଙ୍କ ରାୟ ସଂରକ୍ଷିତ ରଖିଥିଲେ । ଯାହାର ରାୟ ଆଜି ପ୍ରକାଶ ପାଇଛି।ଆବେଦନକାରୀଙ୍କ ଓକିଲଙ୍କ କହିବାନୁଯାୟୀ, ବିକ୍ରମ ପଣ୍ଡାଙ୍କ ଗିରଫ ବେଳେ ପୋଲିସ ଗିରଫଦାରୀର କୌଣସି ଲିଖିତ କାରଣ ଦର୍ଶାଇ ନଥିଲା। ଅପରପକ୍ଷରେ କୋର୍ଟରେ ସରକାରଙ୍କ ପକ୍ଷରୁ ଏ ସବୁ ପ୍ରକ୍ରିୟା ପୁରଣ କରାଯାଇଛି ବୋଲି କୁହାଯାଇଥିଲା। ପରେ କିନ୍ତୁ କୋର୍ଟରେ ଏ ସଂପର୍କିତ କାଗଜପତ୍ର ଦାଖଲ କରି ପାରି ନ ଥିଲେ ପ୍ରତିପକ୍ଷ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ବସ୍‌ରେ ଖୋଲାମେଲାରେ ଯାତାୟାତ କରୁଛନ୍ତି ଯାତ୍ରୀ: ଅଭିଯୋଗ ଆଣିଲେ ଯୁବ ସମାଜସେବୀ

ଦାରିଙ୍ଗବାଡି, ୩୧।୮(ଅରୁଣ ସାହୁ):ଗଞ୍ଜାମର ବ୍ରହ୍ମପୁରରୁ କନ୍ଧମାଳ ଜିଲା ବାଲିଗୁଡାକୁ ଦାରିଙ୍ଗବାଡି ଦେଇ ସରକାରୀ ବସ ଚଳାଚଳ କରୁଛି। ଏହି ଯାତ୍ରୀବାହୀ ବସର ଡୋର ଗ୍ଲାସଟି ଭାଙ୍ଗି ଯାଇଥିବାରୁ…

ପୁରୁଷୋତ୍ତମପୁରରେ ସ୍ୱାୟତ୍ତଶାସନ ଦିବସ, ଏନଏସିରେ ରାସ୍ତା ସ୍ବଚ୍ଛତାର ମୁଖା….

ପୁରୁଷୋତ୍ତମପୁର,୩୧।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିରେ ସ୍ୱାୟତ୍ତଶାସନ ଦିବସ ପାଳିତ ହୋଇଛି । ମଞ୍ଚରେ ଉତ୍ସବ, ଭାଷଣରେ ବିକାଶ, ସଂକଳ୍ପରେ ସ୍ବଛତା ଓ ସୁନ୍ଦର ସହର।…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନ: ସେପ୍ଟେମ୍ବର ପ୍ରଥମରୁ ଏହି ୩ ରାଶିଙ୍କ ସୁବର୍ଣ୍ଣ ଦିନ ଆରମ୍ଭ! ମନଚାହାଁ ଫଳ ମିଳିବ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଗୋଚର ଏବଂ ନକ୍ଷତ୍ର ପରିବର୍ତ୍ତନକୁ ବେଶ ଗୁରୁତ୍ୱ ଦିଆଯାଏ। ଆସନ୍ତା ୨ ସେପ୍ଟେମ୍ବର ୨୦୨୬, ଦିନ ୧ଟା ୨୫ ମିନିଟରେ ମଙ୍ଗଳ ପୁନର୍ବସୁ…

ଟିଚ୍‌ କନ୍ଧମାଳ: ଲାଲ ବାହାଦୁର ବିଦ୍ୟାପୀଠରେ ପାଠ ପଢ଼ାଇଲେ ବିଡିଓ ପ୍ରୀତିରଞ୍ଜନ, ସିଆଙ୍ଗବାଲିରେ ଉପଜିଲାପାଳ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ରେ ଶିକ୍ଷାର ବିକାଶ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବୃଦ୍ଧି ଉଦ୍ଦେଶ୍ୟରେ ଜିଲାର ବିଭିନ୍ନ ବିଭାଗର…

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

୧୫ ବର୍ଷରେ ବୈଭବ ସୂର୍ଯ୍ୟବଂଶୀଙ୍କ ୭ଟି ବଡ଼ ରେକର୍ଡ: ଭାଙ୍ଗିବା ପ୍ରାୟ ଅସମ୍ଭବ! ବଡ଼ ବଡ଼ କ୍ରିକେଟର ଫଡିବେ ଫିକା

ନୂଆଦିଲ୍ଲୀ,୩୧।୮: ବୟସ ମାତ୍ର ୧୫ ବର୍ଷ। କିନ୍ତୁ କ୍ରିକେଟ ମଇଦାନରେ ରେକର୍ଡ ପରେ ରେକର୍ଡ କରି ଚର୍ଚ୍ଚାରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ। ଅତ୍ୟନ୍ତ କମ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri