ରକ୍ଷକ ହୋଇ ଭକ୍ଷକ ସାଜିଥିବା ପୂର୍ବତନ ବିଧାୟକ ଧର୍ମଶାଳାବାସୀଙ୍କୁ କ୍ଷମା ମାଗନ୍ତୁ, ଏପରି ଅଭିଯୋଗ ଆଣି…

ଧର୍ମଶାଳା,୧ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାରେ ପୂର୍ବ ସରକାର ସମୟରେ ଅନେକ ଦୁର୍ନୀତି ହୋଇଥିବା ବେଳେ ପୋଲିସ ପ୍ରଶାସନ, ଖଣି ଉପନିର୍ଦ୍ଦେଶକ ଏବଂ ତହସିଲ ପ୍ରଶାସନ ମିଳିତ ଭାବେ ନେତାଙ୍କ ଚାପରେ ତାଙ୍କ ଉପରେ କରିଥିବା ଅତ୍ୟାଚାର ଓ ବେଆଇନ କାର୍ଯ୍ୟ ବିରୋଧରେ ଧର୍ମଶାଳାର ବରିଷ୍ଠ ଭାଜପା ନେତା ତଥା ସୂଚନା ଅଧିକାର କର୍ମୀ ସର୍ବେଶ୍ୱର ବେହୁରା ଏକ ଖବରଦାତା ସମ୍ମିଳନୀ କରି ବର୍ଷିଛନ୍ତି। ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ ପନ୍ତୁରି ଠାରେ ବେଆଇନ ଭାବରେ ୧.୧୦ ଏକର ସରକାରୀ ଜମିକୁ ଜବରଦଖଲ କରିଥିଲେ। ଯାହାକୁ ପ୍ରଶାସନ ପକ୍ଷରୁ କିଛି ଦିନ ପୂର୍ବରୁ ଉଚ୍ଛେଦ କରାଯାଇଛି। ତେଣୁ ରକ୍ଷକ ହୋଇ ଭକ୍ଷକ ସାଜିଥିବା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ ଧର୍ମଶାଳା ବାସୀଙ୍କୁ କ୍ଷମା ମାଗନ୍ତୁ ବୋଲି ସର୍ବେଶ୍ୱର କହିଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ, ଜନ ବିରୋଧୀ କାର୍ଯ୍ୟ କରୁଥିବା ନେତାଙ୍କୁ ଦଳରୁ ବିଦା କରୁଥିବା ବେଳେ ପୂର୍ବତନ ବିଧାୟକ ପ୍ରଣବ କରିଥିବା ଜନ ବିରୋଧୀ କାର୍ଯ୍ୟ ଉପରେ କଣ କାର୍ଯ୍ୟାନୁଷ୍ଠାନ ନେଉଛନ୍ତି ଏହା ପ୍ରଶ୍ନ ଉଠାଇଛନ୍ତି। ଏହି ଜମି ଜବରଦଖଲ ଘଟଣା ଯଦି ବିଧାନସଭାରେ କେହି ଉଠାନ୍ତି ତେବେ ପ୍ରଣବଙ୍କ ଅବସ୍ଥା କ’ଣ ହେବ ବୋଲି ମଧ୍ୟ ପ୍ରଶ୍ନ କରିଛନ୍ତି। ସେହିପରି ଦର୍ପଣ ତହସିଲ ଅନ୍ତର୍ଗତ ମାଣ୍ଡୁକା ପାହାଡ଼ରେ ତାଙ୍କ ଉପରେ ହୋଇଥିବା ୨୨୮ କୋଟି ଟଙ୍କା ଜରିମାନା ପ୍ରସଙ୍ଗ ଉପରେ ପ୍ରଣବ, ଖଣି ବିଭାଗ ଓ ପ୍ରଶାସନକୁ ସମାଲୋଚନା କରିଛନ୍ତି। ବିଜେଡି ସରକାର ସମୟରେ ତାଙ୍କୁ ଟାର୍ଗେଟ କରାଯାଉଥିଲା ଓ ପୂର୍ବତନ ବିଧାୟକଙ୍କୁ ଖୁସି କରିବାକୁ ଯାଇ ଉପ ଖଣି ନିର୍ଦ୍ଦେଶକ ଜୟପ୍ରକାଶ ନାୟକ
ତାଙ୍କ ଉପରେ ୨୨୮ କୋଟି ଟଙ୍କା ଜରିମାନା କରିଥିବା କହି ଦର୍ପଣ ତହସିଲଦାର ମାନସ ତ୍ରିପାଠୀଙ୍କୁ ମଧ୍ୟ ଭର୍ତ୍ସନା କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?