ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟ ପକ୍ଷରୁ ଦୁର୍ଗାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି।

ଦୁର୍ଗା କନ୍ଧମାଳ DRCSରେ SARCS ଭାବେ କାର୍ଯ୍ୟ କରୁଥିଲେ। ଏଥିସହିତ ଭୁବନେଶ୍ୱର ସମବାୟ ମୁଖ୍ୟାଳୟରେ SARCS ଭାବେ କାର୍ଯ୍ୟରତ ଥିଲେ। ରାଜନୈତିକ ସମ୍ପୃକ୍ତି ନେଇ ଅଭିଯୋଗ ଆସିବା ପରେ ଏହା ଓଡ଼ିଶା ସରକାରୀ କର୍ମଚାରୀ ଆଚରଣ ନିୟମ, ୧୯୫୯ର ନିୟମ-୫ର ଉଲ୍ଲଂଘନ ବୋଲି ଆଦେଶରେ ଉଲ୍ଲେଖ ରହିଛି।

ଓଡ଼ିଶା ସିଭିଲ ସର୍ଭିସେସ (କ୍ଲାସିଫିକେସନ, କଣ୍ଟ୍ରୋଲ ଆଣ୍ଡ ଅପିଲ) ରୁଲ୍ସ, ୧୯୬୨ର ରୁଲ ୧୦(୧) ଅନୁଯାୟୀ ତାଙ୍କୁ ନିଲମ୍ବିତ କରାଯାଇଥିବା ଆଦେଶରେ କୁହାଯାଇଛି।

ନିଲମ୍ବନ ସମୟରେ ତାଙ୍କର ମୁଖ୍ୟାଳୟ ଭୁବନେଶ୍ୱର ରହିବ। ଅନୁମତି ନ ନେଇ ସେ ମୁଖ୍ୟାଳୟ ଛାଡ଼ିପାରିବେ ନାହିଁ। ଏଥିସହ ଓଡ଼ିଶା ସର୍ଭିସ କୋଡ୍ର ନିୟମ-୯ ଅନୁଯାୟୀ ତାଙ୍କୁ ନିର୍ଦ୍ଧାରିତ ଜୀବିକା ଭତ୍ତା ପ୍ରଦାନ କରାଯିବ ବୋଲି ଆଦେଶରେ ସ୍ପଷ୍ଟ କରାଯାଇଛି।

ଏହି ନିଲମ୍ବନ ଆଦେଶର ନକଲ ଅତିରିକ୍ତ ସହକାରୀ ସମିତି ରେଜିଷ୍ଟ୍ରାର (ପ୍ରଶାସନ) ଏବଂ ଓଡ଼ିଶା ସରକାରଙ୍କ ସହକାରୀ ବିଭାଗର ଅତିରିକ୍ତ ସଚିବଙ୍କୁ ମଧ୍ୟ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

ମଘା ନକ୍ଷତ୍ରରେ ଅଛନ୍ତି କେତୁ: ଡିସେମ୍ବର ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଚାକିରି-ବ୍ୟବସାୟରେ…

ବୈଦିକ ଜ୍ୟୋତିଷ ଅନୁସାରେ କେତୁ ଗ୍ରହଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ବର୍ତ୍ତମାନ କେତୁ ମଘା ନକ୍ଷତ୍ରରେ ରହିଛନ୍ତି ଏବଂ ୫ ଡିସେମ୍ବର…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri