ପୂର୍ବତନ ଏମ୍‌ପି ଅନାଦି ଦାସଙ୍କ ପରଲୋକ

ଯାଜପୁର,୧୭ା୬(ହର୍ଷବର୍ଦ୍ଧନ ବେହେରା) ଯାଜପୁର ଲୋକ ସଭା କ୍ଷେତ୍ରର ପୂର୍ବତନ ସଦସ୍ୟ ତଥା ପ୍ରବୀଣ ରାଜନୀତିଜ୍ଞ ଅନାଦି ଚରଣ ଦାସଙ୍କ ଶୁକ୍ରବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଅପରାହ୍ନ ପ୍ରାୟ ୫ଟା୨୦ରେ ପରଲୋକ ହୋଇଯାଇଛି। ତାଙ୍କୁ ୯୭ ବର୍ଷ ବୟସ ହେଉଥିଲା। ସେ ଦୀର୍ଘଦିନ ହେବ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ରହି ଚିକିତ୍ସାଧୀନ ଥିଲେ। ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କ ସ୍ତ୍ରୀ ନେତ୍ରମଣୀ ଦାସ, ଝିଅ ରେଣୁବାଳା ଦାସ, ସାନ ପୁଅ ହେମନ୍ତ ଦାସ, ନାତି ଅସିତ୍‌ କୁମାର ଦାସ ଓ ଅମିତ୍‌ କୁମାର ଦାସଙ୍କ ସମେତ ପରିବାରବର୍ଗ ଉପସ୍ଥିତ ଥିଲେ। ଦାସ ୧୯୩୫ ଜାନୁୟାରୀ ୪ରେ ଯାଜପୁର ଜିଲା ଦଶରଥପୁର ବ୍ଲକ ଅଧୀନ ଖଣ୍ଡରା ପଞ୍ଚାୟତ ବିଜିପୁର ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ସେ ୫ଥର ଯାଜପୁରରୁ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ ରାଜନୈତିକ ଜୀବନ କଂଗ୍ରେସରୁ ଆରମ୍ଭ ହୋଇଥିବାବେଳେ ସେ ୧୯୭୧, ୧୯୮୦ ଓ ୧୯୮୪ରେ ଲୋକ ସଭା ସଦସ୍ୟ ହୋଇଥିଲେ। ପରେ କଂଗ୍ରେସ ଦଳ ପରିତ୍ୟାଗ କରି ଜନତା ଦଳରେ ଯୋଗଦେଇ ୧୯୮୯ ଓ ୧୯୯୧ରେ ଯାଜପୁର ଏମ୍‌ପି ହୋଇଥିଲେ। ଏହାପରେ ଜନତାଦଳ ପରିତ୍ୟାଗ କରି ପୁଣି କଂଗ୍ରେସରେ ଯୋଗଦେଇ ୧୯୯୩ରେ କେନ୍ଦ୍ରର ପି.ଭି. ନରସିଂହ ରାଓ ସରକାରଙ୍କୁ ଆସ୍ଥା ଭୋଟ୍‌ ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ସେହିପରି ବିଶ୍ୱନାଥ ପ୍ରତାପ ସିଂହଙ୍କ ସରକାର ସମୟରେ ଦାସ ସର୍ବଭାରତୀୟ ଏସ୍‌ସି/ଏସ୍‌ଟି କମିଶନର ଅଧ୍ୟକ୍ଷ ଭାବେ କାର୍ଯ୍ୟ ନିର୍ବାହ କରିବା ସହିତ ରେଳ ପରାମର୍ଶଦାତା ଷ୍ଟାଣ୍ଡିଂ କମିଟିର ସଭ୍ୟ ରହିଥିଲେ।
ଦାସଙ୍କ ପରଲୋକ ଖବର ଜଣାପଡ଼ିବା ପରେ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ, ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ, ମୋ କଲେଜ ଅଧ୍ୟକ୍ଷ ଆକାଶ ଦାସନାୟକ, ରାଜ୍ୟ ସଭା ସଦସ୍ୟା ସୁଲତା ଦେଓ, ବିଧାୟକ ଅମର ପ୍ରସାଦ ଶତପଥୀ, ପ୍ରଣବ ବଳବନ୍ତରାୟ, ମନ୍ତ୍ରୀ ପ୍ରମିଳା ମଲ୍ଲିକ, ପ୍ରୀତିରଞ୍ଜନ ଘଡ଼ାଇ, ବିଧାୟିକା ସୁନନ୍ଦା ଦାସ, ବିଧାୟକ ଅଶୋକ କୁମାର ବଳ, ପୂର୍ବତନ ଏମ୍‌ପି ରୀତା ତରାଇ, ଅଞ୍ଚଳ ଦାସ, ରାମଚନ୍ଦ୍ର ଖୁଣ୍ଟିଆ, ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ବନ୍ଦିତା ପରିଡ଼ା, ଭାଜପା ଜିଲା ସଭାପତି ଗୌତମ ରାୟ, ଦଶରଥପୁର ବ୍ଲକ୍‌ ପୂର୍ବତନ ଅଧ୍ୟକ୍ଷ ରମେଶ ଚନ୍ଦ୍ର ସାମଲ, ଜିଲା ସମ୍ପାଦକ ସୁଦୀପ୍ତ ପଣ୍ଡା, ବିଜେଡି ଜିଲା ସଭାପତି ସରୋଜ କୁମାର ମହାପାତ୍ର, ବରିଷ୍ଠ ବିଜେଡି ନେତା କର୍ଣ୍ଣାଟ କେଶରୀ ଦାସ, ଯାଜପୁର ପୌର ଉପାଧ୍ୟକ୍ଷ ସନ୍ତୋଷ କୁମାର ମଲ୍ଲିକ, ପୂର୍ବତନ ପୌରାଧ୍ୟକ୍ଷ ଭବପ୍ରସାଦ ଦାସ, ଜିଲା କଂଗ୍ରେସ ସଭାପତି ମନୋଜ ରାଉତ, ସନ୍ତୋଷ କୁମାର ନନ୍ଦ, ନାରାୟଣ ଚନ୍ଦ୍ର ସାମନ୍ତ, ବଳଭଦ୍ର ଦାସ, ଶିଶିର କୁମାର ନାୟକ, ଦିଗାମ୍ବର କର ଓ କିଷାନ ପଣ୍ଡା ପ୍ରମୁଖ ଶୋକବ୍ୟକ୍ତ କରିବା ସହ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ: ବରିଷ୍ଠ ଆଇନଜୀବୀ ବ୍ରଜସୁନ୍ଦର ସଭାପତି, ସମ୍ପାଦକ ହେଲେ…

ରାୟଗଡ଼ା,୨୮।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ ହୋଇଛି । ଏଥିରେ ବରିଷ୍ଠ ଆଇନଜୀବୀ ବ୍ରଜ ସୁନ୍ଦର ନାୟକ ୧୦୬ଖଣ୍ଡ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ମୋହନା ଥାନାରେ ‘ଶିଶୁ ସୁରକ୍ଷା ଓ ଭୟମୁକ୍ତ କେନ୍ଦ୍ର’ ଉଦଘାଟିତ: ଶିଶୁଙ୍କ ପାଇଁ ପୋଲିସ ସାଜିବ ବନ୍ଧୁ

ମୋହନା ୨୮।୩(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ପରିସରରେ ଏକ ନିଆରା ପ୍ରୟାସ ଦେଖିବାକୁ ମିଳିଛି। ଶିଶୁମାନଙ୍କୁ ପୋଲିସ ପ୍ରତି ଥିବା ଭୟ ଦୂର କରିବା…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ: ସଭାପତି ଭାବେ ନିର୍ବାଚିତ ହେଲେ ସନ୍ତୋଷ ନାୟକ, ଧୀରେନ ସ୍ବାଇଁ…

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏସନ ନିର୍ବାଚନ ଶନିବାର ସରିଛି। ଏଥିରେ ସଭାପତି ଭାବେ ସନ୍ତୋଷ ନାୟକ ନିର୍ବାଚିତ ହୋଇଛନ୍ତି । ଏଥିସହ ସାଧାରଣ ସମ୍ପାଦକ…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ: ଭୀଷ୍ମଦେବ ପୁଣି ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି । ଏଥିରେ ଭୀଷ୍ମଦେବ ସରାଫ ପୁଣିଥରେ ସଭାପତି ନିର୍ବାଚିତ ହୋଇଛନ୍ତି। ସେହିପରି…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri