ପୂର୍ବତନ ଏମ୍‌ପି ଅନାଦି ଦାସଙ୍କ ପରଲୋକ

ଯାଜପୁର,୧୭ା୬(ହର୍ଷବର୍ଦ୍ଧନ ବେହେରା) ଯାଜପୁର ଲୋକ ସଭା କ୍ଷେତ୍ରର ପୂର୍ବତନ ସଦସ୍ୟ ତଥା ପ୍ରବୀଣ ରାଜନୀତିଜ୍ଞ ଅନାଦି ଚରଣ ଦାସଙ୍କ ଶୁକ୍ରବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଅପରାହ୍ନ ପ୍ରାୟ ୫ଟା୨୦ରେ ପରଲୋକ ହୋଇଯାଇଛି। ତାଙ୍କୁ ୯୭ ବର୍ଷ ବୟସ ହେଉଥିଲା। ସେ ଦୀର୍ଘଦିନ ହେବ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ରହି ଚିକିତ୍ସାଧୀନ ଥିଲେ। ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କ ସ୍ତ୍ରୀ ନେତ୍ରମଣୀ ଦାସ, ଝିଅ ରେଣୁବାଳା ଦାସ, ସାନ ପୁଅ ହେମନ୍ତ ଦାସ, ନାତି ଅସିତ୍‌ କୁମାର ଦାସ ଓ ଅମିତ୍‌ କୁମାର ଦାସଙ୍କ ସମେତ ପରିବାରବର୍ଗ ଉପସ୍ଥିତ ଥିଲେ। ଦାସ ୧୯୩୫ ଜାନୁୟାରୀ ୪ରେ ଯାଜପୁର ଜିଲା ଦଶରଥପୁର ବ୍ଲକ ଅଧୀନ ଖଣ୍ଡରା ପଞ୍ଚାୟତ ବିଜିପୁର ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ସେ ୫ଥର ଯାଜପୁରରୁ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ ରାଜନୈତିକ ଜୀବନ କଂଗ୍ରେସରୁ ଆରମ୍ଭ ହୋଇଥିବାବେଳେ ସେ ୧୯୭୧, ୧୯୮୦ ଓ ୧୯୮୪ରେ ଲୋକ ସଭା ସଦସ୍ୟ ହୋଇଥିଲେ। ପରେ କଂଗ୍ରେସ ଦଳ ପରିତ୍ୟାଗ କରି ଜନତା ଦଳରେ ଯୋଗଦେଇ ୧୯୮୯ ଓ ୧୯୯୧ରେ ଯାଜପୁର ଏମ୍‌ପି ହୋଇଥିଲେ। ଏହାପରେ ଜନତାଦଳ ପରିତ୍ୟାଗ କରି ପୁଣି କଂଗ୍ରେସରେ ଯୋଗଦେଇ ୧୯୯୩ରେ କେନ୍ଦ୍ରର ପି.ଭି. ନରସିଂହ ରାଓ ସରକାରଙ୍କୁ ଆସ୍ଥା ଭୋଟ୍‌ ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ସେହିପରି ବିଶ୍ୱନାଥ ପ୍ରତାପ ସିଂହଙ୍କ ସରକାର ସମୟରେ ଦାସ ସର୍ବଭାରତୀୟ ଏସ୍‌ସି/ଏସ୍‌ଟି କମିଶନର ଅଧ୍ୟକ୍ଷ ଭାବେ କାର୍ଯ୍ୟ ନିର୍ବାହ କରିବା ସହିତ ରେଳ ପରାମର୍ଶଦାତା ଷ୍ଟାଣ୍ଡିଂ କମିଟିର ସଭ୍ୟ ରହିଥିଲେ।
ଦାସଙ୍କ ପରଲୋକ ଖବର ଜଣାପଡ଼ିବା ପରେ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ, ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ, ମୋ କଲେଜ ଅଧ୍ୟକ୍ଷ ଆକାଶ ଦାସନାୟକ, ରାଜ୍ୟ ସଭା ସଦସ୍ୟା ସୁଲତା ଦେଓ, ବିଧାୟକ ଅମର ପ୍ରସାଦ ଶତପଥୀ, ପ୍ରଣବ ବଳବନ୍ତରାୟ, ମନ୍ତ୍ରୀ ପ୍ରମିଳା ମଲ୍ଲିକ, ପ୍ରୀତିରଞ୍ଜନ ଘଡ଼ାଇ, ବିଧାୟିକା ସୁନନ୍ଦା ଦାସ, ବିଧାୟକ ଅଶୋକ କୁମାର ବଳ, ପୂର୍ବତନ ଏମ୍‌ପି ରୀତା ତରାଇ, ଅଞ୍ଚଳ ଦାସ, ରାମଚନ୍ଦ୍ର ଖୁଣ୍ଟିଆ, ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ବନ୍ଦିତା ପରିଡ଼ା, ଭାଜପା ଜିଲା ସଭାପତି ଗୌତମ ରାୟ, ଦଶରଥପୁର ବ୍ଲକ୍‌ ପୂର୍ବତନ ଅଧ୍ୟକ୍ଷ ରମେଶ ଚନ୍ଦ୍ର ସାମଲ, ଜିଲା ସମ୍ପାଦକ ସୁଦୀପ୍ତ ପଣ୍ଡା, ବିଜେଡି ଜିଲା ସଭାପତି ସରୋଜ କୁମାର ମହାପାତ୍ର, ବରିଷ୍ଠ ବିଜେଡି ନେତା କର୍ଣ୍ଣାଟ କେଶରୀ ଦାସ, ଯାଜପୁର ପୌର ଉପାଧ୍ୟକ୍ଷ ସନ୍ତୋଷ କୁମାର ମଲ୍ଲିକ, ପୂର୍ବତନ ପୌରାଧ୍ୟକ୍ଷ ଭବପ୍ରସାଦ ଦାସ, ଜିଲା କଂଗ୍ରେସ ସଭାପତି ମନୋଜ ରାଉତ, ସନ୍ତୋଷ କୁମାର ନନ୍ଦ, ନାରାୟଣ ଚନ୍ଦ୍ର ସାମନ୍ତ, ବଳଭଦ୍ର ଦାସ, ଶିଶିର କୁମାର ନାୟକ, ଦିଗାମ୍ବର କର ଓ କିଷାନ ପଣ୍ଡା ପ୍ରମୁଖ ଶୋକବ୍ୟକ୍ତ କରିବା ସହ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଶାରେ କେବଳ ନବୀନ ଇଞ୍ଜିନ ଚାଲିବ’

ନୂଆପଡା,୨୭।୪: ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ...

ଲୁଣା ନଦୀରେ ଗୋଡ଼ ଖସି ଛାତ୍ରୀ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ମହାକାଳପଡ଼ା,୨୭।୪( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମରେ ଏକ ଅଘଟଣ ଘଟିଛି। ଦୁଇ ସାଙ୍ଗ ନିକଟ...

ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ

ପୁରୀ,୨୭।୪: ପୁରୀରେ ବ୍ୟାପିଲା ଝାଡାବାନ୍ତି। ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପିଲା ଝାଡାବାନ୍ତି। ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ...

ପ୍ରଶାନ୍ତ ୫୦ ହଜାରରୁ ଅଧିକ ଭୋଟରେ ଜିତିବେ: ଚିରଞ୍ଜୀବ

ଜଗତ୍‌ସିଂହପୁର,୨୭ା୪(ପ୍ରମୋଦ କୁମାର ନାୟକ): ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଉପରେ ଆସ୍ଥା ପ୍ରକଟ କରି ଚିରଞ୍ଜୀବ ବିଶ୍ୱାଳ ବିନା ସର୍ତ୍ତରେ ବିଜେଡିରେ ମିଶିଛନ୍ତି। ୨୦୧୯ ସାଧାରଣ ନିର୍ବାଚନରେ ଜଗତ୍‌ସିଂହପୁର...

ବଡ଼ଚଣାରେ ଭାବବିହ୍ବଳ ହେଲେ ବର୍ଷା

ଚଣ୍ଡିଖୋଲ/ ଛତିଆ/ ବଡ଼ଚଣା, ୨୭ା୪ (ପ୍ରଦୀପ୍ତ କୁମାର ପୃଷ୍ଟି/ ସୌମ୍ୟରଞ୍ଜନ ସାହୁ/ ଦିଲୀପ କୁମାର ମହାନ୍ତି): ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା...

ଘରୋଇ ଚିକିତ୍ସା କଲେ ଚାକିରିରୁ ବିଦା ହେବେ ଡାକ୍ତର

ବ୍ରହ୍ମପୁର,୨୭।୪(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲର ବିଭିନ୍ନ ବିଭାଗରେ କାର୍ଯ୍ୟରତ ସିନିୟର୍‌ ରେସିଡେଣ୍ଟ(ଏସ୍‌ଆର) ତଥା ଟ୍ୟୁଟରମାନେ ଘରୋଇ ମେଡିକାଲରେ ରୋଗୀ ଚିକିତ୍ସା କରୁଥିବା...

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri