ଆରପାରିରେ ପୂର୍ବତନ ଏମ୍‌ପି ଜୟରାମ ପାଙ୍ଗୀ ଝିଅ

ପଟ୍ଟାଙ୍ଗି,୧୪ା୨(ଶରତ କୁମାର ଧଳ):କୋରାପୁଟ ପୂର୍ବତନ ଏମ୍‌ପି ଜୟରାମ ପାଙ୍ଗୀଙ୍କ ତୃତୀୟ ଝିଅ ରାଜଲକ୍ଷ୍ମୀଙ୍କ ଗୁରୁବାର ବିଳମ୍ବିତ ରାତିରେ ବିଶାଖାପାଟଣାସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି। ସେ ୩ ବର୍ଷ ହେବ କ୍ୟାନ୍‌ସର ରୋଗରେ ପୀଡ଼ିତ ଥିଲେ। ଶୁକ୍ରବାର ମୃତଦେହ ପଟ୍ଟାଙ୍ଗି ବ୍ଲକ୍‌ ଅନ୍ତର୍ଗତ ମାଳିପୁଟ ପଞ୍ଚାୟତର କୁନ୍ଦୁଲି ହାଟପଦାସ୍ଥିତ ବାସଭବନରେ ପହଞ୍ଚିବା ପରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏହି ସମୟରେ ପୂର୍ବତନ ଏମ୍‌ପି ଝିନ ହିକ୍କକା, କୌଶଲ୍ୟା ହିକ୍କକା, ପୂର୍ବତନ ବିଧାୟକ ପ୍ରଫୁଲ୍ଲ ପାଙ୍ଗୀ, ପୂର୍ବତନ ବିଧାୟକ ରଘୁରାମ୍‌ ପଡାଲ ପ୍ରମୁଖ ଶେଷ ଦର୍ଶନ କରିଥିଲେ। ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷ ତଥା ଭାଇ ଅଶୋକ କୁମାର ପାଙ୍ଗୀ ମୁଖାଗ୍ନି ଦେଇଥିଲେ। ଏହି ସମୟରେ ମା’ସୁମିତ୍ରା, ପୂର୍ବତନ ବ୍ଲକ୍‌ ଅଧ୍ୟକ୍ଷ ଜଗତ ଜ୍ୟୋତି ପାଙ୍ଗୀ, କୋଟିଆ ପଞ୍ଚାୟତ ସମିତି ସଭ୍ୟା ତଥା ବଡ଼ ଭଉଣୀ ଅମ୍ବିକା ପାଙ୍ଗୀ ଓ କଳ୍ପନା ପାଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ। ରାଜଲକ୍ଷ୍ମୀଙ୍କ ମୃତ୍ୟୁ ଖବର ପାଇ ବିଧାୟକ ରାମଚନ୍ଦ୍ର କାଡାମ୍‌ ଶୋକ ପ୍ରକାଶ କରିଛନ୍ତି। ସୂଚନା ଅନୁଯାୟୀ ରାଜଲକ୍ଷ୍ମୀ ଭୁବନେଶ୍ୱରସ୍ଥିତ ଏକ ଘରୋଇ ମେଡିକାଲ କଲେଜର ଚତୁର୍ଥ ବର୍ଷ ଛାତ୍ରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୋରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ

କେସିଙ୍ଗା,୨୩। ୩(ତୁମେଶର ସାହୁ): କେସିଙ୍ଗା ବ୍ଲକ୍‌ର ବୋରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣୀ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ...

ନିଜ ଲଢ଼େଇ, ନିଜେ ଲଢ଼ିବେ: ଆତ୍ମରକ୍ଷା ତାଲିମ…

କେସିଙ୍ଗା, ୨୩ା୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟରେ ଚାଲିଥିବା ଛାତ୍ରୀମାନଙ୍କ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ସୁଶାନୁ କୁମାର ପାଢ଼ୀଙ୍କ...

ବିପୁଳ ପରିମାଣରେ ଦେଶୀ, ବିଦେଶୀ ମଦ ଜବତ ଜବତ: ୨ ଗିରଫ

କୋକସରା,୨୩।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ୨୬ ନମ୍ବର ଜାତୀୟ ରାଜପଥ ବୋବରିଆ ଛକରେ ଥିବା ଏକ ଢ଼ାବା ଓ କାଉଡୋଳା ଗ୍ରାମରେ...

ସିପିଆଇ ଜୋନାଲ କମିଟିର ଆଲୋଚନା ସଭା

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ସିପିଆଇ ବଡ଼ଖେମୁଣ୍ଡି ଜୋନାଲ କମିଟିର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ସିପିଆଇ କାର୍ଯ୍ୟଳୟରେ ଆୟୋଜିତ...

କୋର୍ଟରୁ ବାହାରିବାବେଳେ ଯୁବକଙ୍କୁ ଅପହରଣ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ କୋର୍ଟ ସମ୍ମୁଖରୁ ଶୁକ୍ରବାର ଦ୍ୱିପ୍ରହରରେ ଝାରସୁଗୁଡ଼ାର ନିରଞ୍ଜନ ସୁନାଙ୍କୁ ଅପହରଣ କରି ମାରପିଟ୍‌ କରିବା ପରେ ବିଳମ୍ବିତ ରାତିରେ ଥାନାରେ ଛାଡ଼ି...

କାଳ ସାଜିଲା କାଳବୈଶାଖି, ସ୍କୁଲରେ ଆଶ୍ରୟ ନେଲେ କ୍ଷତିଗ୍ରସ୍ତ

ଦେବଗଡ଼ ,୨୩।୩(ଶଶାଙ୍କ ଶେଖର ଝାଙ୍କର): କାଳ ସାଜିଲା କାଳବୈଶାଖି । କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି । କ୍ଷତିଗ୍ରସ୍ତ ଲୋକଙ୍କୁ ଗାଁ ସ୍କୁଲରେ ଆଶ୍ରୟ ଦେଲା...

ମୁଁହ ଖୋଲିଲେ ଚାଞ୍ଚେର ଓ ଉତ୍କେଲା ଗ୍ରାମ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ଲମ୍ବୁ ଶିଖା

କେସିଙ୍ଗା,୨୩।୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ଅଧୀନସ୍ଥ ଚାଞ୍ଚେର ଓ ଉତକେଲା ଗ୍ରାମ ପଞ୍ଚାୟତ ର କାର୍ଯ୍ୟ ନିର୍ବାହୀ ଅଧିକାରୀ ଲମ୍ବୁ ଶିଖାଙ୍କ...

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ଟାଙ୍ଗିଆରେ ହାଣି ୨ ମହିଳାଙ୍କୁ ହତ୍ୟା

ହେମଗିର,୨୨।୩(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ତୁମୁଲିଆରେ ଶନିବାର ସନ୍ଧ୍ୟାରେ ୨ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସେମାନେ ହେଲେ ବିଳାସିନୀ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri