ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ ନ ମିଳିବା ଆଶଙ୍କାରେ ଦଳ ଡିଆଁ ମାରୁଛନ୍ତି। ଏବେ ଚର୍ଚ୍ଚା ହେଉଛି ଯେ ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ ବିଜୁ ଜନତା ଦଳ ଛାଡ଼ିପାରନ୍ତି। କିଛିଦିନ ତଳେ ସେ ଚିଲିକା ଆସନରୁ ଲଢ଼ିବା ଚର୍ଚ୍ଚା ହେଉଥିଲେ ମଧ୍ୟ ଟିକେଟ ଘୋଷଣା ନ ହେବା ଏବଂ କୌଣସି ସ୍ପଷ୍ଟ ସିଗନାଲ ନ ମିଳିବାରୁ ପାଟ୍ଟଶାଣୀ ଦଳ ଛାଡ଼ିବେ ବୋଲି ଚର୍ଚ୍ଚା ହେଉଛି।

ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ ପାଟ୍ଟଶାଣୀ ଗୁରୁବାର ନବୀନ ନିବାସ ଯାଇଥିଲେ। ସେଠାରୁ ଫେରିବା ପରେ ସେ କିଛି ବଡ଼ ନିଷ୍ପତ୍ତି ନେଇ ପାରନ୍ତି ବୋଲି କୁହାଯାଉଛି। ଏପରିକି ଗୁରୁବାର ରାତିରେ ସେ ଦିଲ୍ଲୀ ଯିବା ନେଇ ଚର୍ଚ୍ଚା ହେଉଥିଲା । ତେଣୁ ଶୁକ୍ରବାର ପାଟ୍ଟଶାଣୀ କିଛି ବଡ଼ ଘୋଷଣା କରିପାରନ୍ତି। ଭୁବନେଶ୍ୱରରୁ ଲଗାତାର ୫ ଥର ଏମପି ହୋଇଥିବା ପାଟ୍ଟଶାଣୀଙ୍କୁ ୨୦୧୯ରେ ବିଜେଡି ଟିକଟ ମିଳି ନଥିଲା। ପରେ ସେ ରାଜ୍ୟସଭା ଯିବାକୁ ଆଶାୟୀ ଥିଲେ । ମାତ୍ର ତାଙ୍କ ଆଶା ପୂରଣ ହୋଇନଥିଲା ।

ତେବେ ଚଳିତ ଥର ବିଧାନସଭା ନିର୍ବାଚନ ପାଇଁ ଚିଲିକାରୁ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା ହେଉଥିଲେ ମଧ୍ୟ କିଛି ଦିନ ପରେ ଏ ଚର୍ଚ୍ଚା ଥମି ଯାଇଥିଲା। ନିକଟରେ ପାଟ୍ଟଶାଣୀଙ୍କ କ୍ୱାଇଁ ତଥା ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ନିକଟରେ ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଛନ୍ତି। ଉତ୍ତର ଭୁବନେଶ୍ୱରରୁ ପ୍ରିୟଦର୍ଶୀଙ୍କୁ ଭାଜପା ପ୍ରାର୍ଥୀ କରିଛି। ତେଣୁ ପାଟ୍ଟଶାଣୀ ମଧ୍ୟ ଭାଜପାକୁ ଯାଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ମାତ୍ର ଏନେଇ କୌଣସି କିଛି ସ୍ପଷ୍ଟ ସୂଚନା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

ଛତ୍ରପୁରରେ ଓଡିଶା ମାନବାଧିକାର କମିଶନଙ୍କ କ୍ୟାମ୍ପ କୋର୍ଟ : ୨୨ ମାମଲାର ତତ୍କାଳ ସମାଧାନ, ୭ଟିର ତଦନ୍ତ ରିପୋର୍ଟ ତଲବ

ଛତ୍ରପୁର,୨୨ା୫(ଦିଲୀପ ସାମଲ): ଓଡିଶା ମାନବାଧିକାର କମିଶନ ତରଫରୁ ଶୁକ୍ରବାର ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଠାରେ ଏକ କ୍ୟାମ୍ପ କୋର୍ଟ ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri