ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ ନ ମିଳିବା ଆଶଙ୍କାରେ ଦଳ ଡିଆଁ ମାରୁଛନ୍ତି। ଏବେ ଚର୍ଚ୍ଚା ହେଉଛି ଯେ ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ ବିଜୁ ଜନତା ଦଳ ଛାଡ଼ିପାରନ୍ତି। କିଛିଦିନ ତଳେ ସେ ଚିଲିକା ଆସନରୁ ଲଢ଼ିବା ଚର୍ଚ୍ଚା ହେଉଥିଲେ ମଧ୍ୟ ଟିକେଟ ଘୋଷଣା ନ ହେବା ଏବଂ କୌଣସି ସ୍ପଷ୍ଟ ସିଗନାଲ ନ ମିଳିବାରୁ ପାଟ୍ଟଶାଣୀ ଦଳ ଛାଡ଼ିବେ ବୋଲି ଚର୍ଚ୍ଚା ହେଉଛି।

ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ ପାଟ୍ଟଶାଣୀ ଗୁରୁବାର ନବୀନ ନିବାସ ଯାଇଥିଲେ। ସେଠାରୁ ଫେରିବା ପରେ ସେ କିଛି ବଡ଼ ନିଷ୍ପତ୍ତି ନେଇ ପାରନ୍ତି ବୋଲି କୁହାଯାଉଛି। ଏପରିକି ଗୁରୁବାର ରାତିରେ ସେ ଦିଲ୍ଲୀ ଯିବା ନେଇ ଚର୍ଚ୍ଚା ହେଉଥିଲା । ତେଣୁ ଶୁକ୍ରବାର ପାଟ୍ଟଶାଣୀ କିଛି ବଡ଼ ଘୋଷଣା କରିପାରନ୍ତି। ଭୁବନେଶ୍ୱରରୁ ଲଗାତାର ୫ ଥର ଏମପି ହୋଇଥିବା ପାଟ୍ଟଶାଣୀଙ୍କୁ ୨୦୧୯ରେ ବିଜେଡି ଟିକଟ ମିଳି ନଥିଲା। ପରେ ସେ ରାଜ୍ୟସଭା ଯିବାକୁ ଆଶାୟୀ ଥିଲେ । ମାତ୍ର ତାଙ୍କ ଆଶା ପୂରଣ ହୋଇନଥିଲା ।

ତେବେ ଚଳିତ ଥର ବିଧାନସଭା ନିର୍ବାଚନ ପାଇଁ ଚିଲିକାରୁ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା ହେଉଥିଲେ ମଧ୍ୟ କିଛି ଦିନ ପରେ ଏ ଚର୍ଚ୍ଚା ଥମି ଯାଇଥିଲା। ନିକଟରେ ପାଟ୍ଟଶାଣୀଙ୍କ କ୍ୱାଇଁ ତଥା ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ନିକଟରେ ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଛନ୍ତି। ଉତ୍ତର ଭୁବନେଶ୍ୱରରୁ ପ୍ରିୟଦର୍ଶୀଙ୍କୁ ଭାଜପା ପ୍ରାର୍ଥୀ କରିଛି। ତେଣୁ ପାଟ୍ଟଶାଣୀ ମଧ୍ୟ ଭାଜପାକୁ ଯାଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ମାତ୍ର ଏନେଇ କୌଣସି କିଛି ସ୍ପଷ୍ଟ ସୂଚନା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀର ଆକାଉଣ୍ଟ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ମୂଲ୍ୟବାନ ସାମଗ୍ରୀ, ଗୁରତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ଛାରଖାର

ବଡବିଲ,୨।୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ଉପକଣ୍ଠରେ ଥିବା ଆରିୟା ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀ ପ୍ରାଇଭେଟ ଲିମିଟେଡ କମ୍ପାନୀର ପ୍ଲାଣ୍ଟ ସ୍ଥିତ ଆକାଉଣ୍ଟ...

ତେଲକୋଇ ଆସନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ଫକୀର ନାଏକ

କେନ୍ଦୁଝର,୨।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ଗୋଟିଏ...

ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିପାରେ ଭାଜପା: ଅମିତ ଶାହା

ଭୁବନେଶ୍ୱର,୨ା୫: ଆସନ୍ତା ସାଧାରଣ ନିର୍ବାଚନ ୨୦୨୪ ରେ ଦଳ ଓଡିଶାରେ ପ୍ରାୟ ୧୬ ଟି ଲୋକସଭା ଆସନ ଜିତିପାରେ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ...

ସ୍ତ୍ରୀ ରୋଗ ବିଶେଷଜ୍ଞରୁ ରାଜନୀତି, ଭାଜପା ଟିକେଟ୍‌ରେ ଏଇଠୁ ଲଢିବେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୨।୫: ଭାଜପା ଗୁରୁବାର ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଦଳ ବାରବାଟୀ କଟକରୁ ପ୍ରଖ୍ୟାତ ସ୍ତ୍ରୀ ରୋଗ ବିଶେଷଜ୍ଞ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ...

ଟିକେଟ୍‌ ରେସ୍‌ରେ ବାଜିମାରିଲେ ସୁକାନ୍ତ

ନୀଳଗିରି,୨।୫(ପ୍ରଶାନ୍ତ କୁମାର ବିଶ୍ବାଳ):ସବୁ କଳ୍ପନାଜଳ୍ପନାର ଅନ୍ତ ଘଟି ବିଜୁଜନତା ଦଳ ନୀଳଗିରି ଆସନ ପାଇଁ ଟିକେଟ ଘୋଷଣା କରିଛି। ଶେଷରେ ବିଧାୟକ ସୁକାନ୍ତ ନାୟକଙ୍କ ଉପରେ...

ଭାଜପା ବିଧାନସଭା ପ୍ରାର୍ଥୀ: ଘସିପୁରାରୁ ଲଢିବେ…

ଭୁବନେଶ୍ୱର,୨।୫: ଭାଜପା ଗୁରୁବାର ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଘସିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ,...

ପ୍ରାର୍ଥିପତ୍ର ଦାଖଲ କଲେ ପରିଣୀତା ମିଶ୍ର

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ପରିଣୀତା ମିଶ୍ର ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି । ଏହି...

ଭଟଲି ଆସନ ପାଇଁ ନାମାଙ୍କନ ଭରିଲେ ବ୍ରହ୍ମାନନ୍ଦ ମହାକୁଡ଼

ବରଗଡ଼,୨ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ବ୍ରହ୍ମାନନ୍ଦ ମହାକୁଡ଼ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri