ପୂର୍ବତନ ଏମ୍‌ପି ସୁଶୀଳା ତିରିଆଙ୍କ ପରଲୋକ

ବାରିପଦା,୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜର ପୂର୍ବତନ ଏମ୍‌ପି ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ରବିବାର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବେଳେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଡିସେମ୍ବର ୫ତାରିଖରେ ଅସୁସ୍ଥ ହୋଇ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୦ବର୍ଷ ବୟସ ହୋଇଥିଲା ।

ଖବର ପ୍ରଚାରିତ ହେବା ପରେ ମୟୂରଭଞ୍ଜ ଜିଲାରେ ଶୋକର ଛାୟା ଖେଳିଯାଇଛି । ମୟୂରଭଞ୍ଜ ଜିଲା କଳୁଆଖାମନ ଗ୍ରାମରେ ୧୯୫୬ରେ ଜନ୍ମିତ ସ୍ବର୍ଗତ ତିରିଆ ସ୍ବଧୀନତା ସଂଗ୍ରାମୀ ପରିବାରରୁ ପ୍ରତିନିଧିତ୍ୱ କରୁଥିଲେ। ସେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ବି.ଏ. ଡିଗ୍ରୀ ହାସଲ କରିଥିଲେ ।

୨୪ ବର୍ଷ ବୟସରେ ସୁଶୀଳା ଯୁବ କଂଗ୍ରେସରେ ଯୋଗ ଦେଇଥିଲେ। ୧୯୮୩ -୧୯୮୪ ରେ ଯଥାକ୍ରମେ ମୟୂରଭଞ୍ଜ ଜିଲାର ସଭାପତି ଏବଂ ଉପସଭାପତି ହୋଇଥିଲେ । ୧୯୮୬ରେ ସେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ତାଙ୍କ କାର୍ଯ୍ୟକାଳ ସମୟରେ ସେ ୧୯୮୬-୮୭ରେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା, ପରମାଣୁ ଶକ୍ତି ଏବଂ ସମୁଦ୍ର ବିକାଶ ମନ୍ତ୍ରଣାଳୟର ପରାମର୍ଶଦାତା କମିଟିର ସଦସ୍ୟା, ୧୯୮୭-୮୮ରେ ନାଗରିକ ବିମାନ ପରିବହନ ମନ୍ତ୍ରଣାଳୟର ଏବଂ ୧୯୮୮-୮୯ରେ ଯୋଗାଯୋଗ ମନ୍ତ୍ରଣାଳୟର ପରାମର୍ଶଦାତା କମିଟିର ସଦସ୍ୟା ଭାବେ କାର୍ଯ୍ୟ କରିଥିଲେ ।

୧୯୮୭ରୁ ୧୯୯୩ ପର୍ଯ୍ୟନ୍ତ ସେ ଭାରତୀୟ ଯୁବ କଂଗ୍ରେସର ଜେନେରାଲ ସେକ୍ରେଟାରୀ ଭାବେ କାର୍ଯ୍ୟ କରିଥିଲେ । ସେ ୧୯୮୮-୮୯ରେ ସରକାରୀ ଆଶ୍ୱାସନା କମିଟି ଏବଂ ୧୯୮୯-୯୨ରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ସଦସ୍ୟା ଥିଲେ। ୧୯୯୪ରେ ସେ ଦଶମ ଲୋକସଭା ନିର୍ବାଚନରେ ଅନୁସୂଚିତ ଜନଜାତି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରି ମୟୂରଭଞ୍ଜରୁ ବିଜୟୀ ହୋଇଥିଲେ ।

ସେହି କାର୍ଯ୍ୟକାଳ ସମୟରେ ୧୯୯୪ରୁ ୧୯୯୬ ପର୍ଯ୍ୟନ୍ତ ସେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା, ବନ ଓ ପରିବେଶ ଏବଂ ଖାଦ୍ୟ ଓ ନାଗରିକ ଯୋଗାଣ ମନ୍ତ୍ରଣାଳୟର ପରାମର୍ଶଦାତା କମିଟିର ସଦସ୍ୟା ଥିଲେ ।

୧୯୯୫ରୁ ସେ ଅଲ୍‌ ଇଣ୍ଡିଆ କଂଗ୍ରେସ କମିଟିର ଯୁଗ୍ମ ସଚିବ ଭାବେ କାର୍ଯ୍ୟ କରୁଥିବା ସହିତ ୧୯୯୬ରେ ଲୋକସଭା ସଦସ୍ୟା ଭାବେ ପୁଣି ନିର୍ବାଚିତ ହୋଇଥିଲେ । ସେ ଭାରତୀୟ ଜାତୀୟ କଂଗ୍ରେସ କମିଟିର ସ୍ଥାୟୀ ସଦସ୍ୟା ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri