ପୂର୍ବତନ ଏମ୍‌ପି ତ୍ରିଲୋଚନ କାନୁନ୍‌ଗୋଙ୍କ ଶେଷକୃତ୍ୟ ସମ୍ପନ୍ନ

କଣ୍ଟାପଡ଼ା,୨୩।୪(ଡି.ଏନ୍‌.ଏ.): ଜଗତ୍‌ସିଂହପୁରର ପୂର୍ବତନ ଏମ୍‌ପି, ବିଶିଷ୍ଟ ଅର୍ଥନୀତିଜ୍ଞ ତଥା ଶିକ୍ଷାବିତ୍‌ ତ୍ରିଲୋଚନ କାନୁନ୍‌ଗୋଙ୍କର ଶନିବାର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ମସ୍ତିଷ୍କ ଆଘାତରେ ଆକ୍ରାନ୍ତ ହୋଇ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ସକାଳେ ତାଙ୍କର ପରଲୋକ ହୋଇଥିଲା। ଶେଷଦର୍ଶନ ପାଇଁ ତାଙ୍କ ମରଶରୀରକୁ ବିଧାନସଭା, କଟକ ମହାନଗର ନିଗମ କାର୍ଯ୍ୟାଳୟ ଓ କଟକ ଜିଲା କଣ୍ଟାପଡ଼ା ବ୍ଲକ ଅଡ଼ଶପୁରସ୍ଥିତ ଉଦୟନାଥ ସ୍ବୟଂଶାସିତ ମହାବିଦ୍ୟାଳୟକୁ ନିଆଯାଇଥିଲା। ଶନିବାର ପୂର୍ବାହ୍ନ ୧୦ଟାରେ ମହାବିଦ୍ୟାଳୟ ପରିସରରୁ ତାଙ୍କ ମରଶରୀରକୁ ଶୋଭାଯାତ୍ରାରେ ନିଆଯାଇ କଣ୍ଟାପଡ଼ା ବ୍ଲକ ଅଧୀନ ବ୍ରାହ୍ମଣବାଟୀ ପଞ୍ଚାୟତର ବଡ଼ମୂଳାଇ ଗ୍ରାମକୁ ନିଆଯାଇଥିଲା। ସେଠାରେ କଟକ ମହାନଗର ନିଗମ ମେୟର ସୁବାସ ସିଂ, ନିଆଳି ବିଧାୟକ ପ୍ରମୋଦ ମଲ୍ଲିକ, ଭୁବନେଶ୍ୱର(ଉତ୍ତର) ବିଧାୟକ ସୁଶାନ୍ତ ରାଉତ, ଯଜ୍ଞେଶ୍ୱର ବାବୁ, ପୂର୍ବତନ ବିଧାୟକ ରାଧାକାନ୍ତ ସେଠୀ, ଏସ୍‌ଭି ନିର୍‌ତାର ନିର୍ଦ୍ଦେଶକ ଡା. ପତିତ ପାବନ ମହାନ୍ତି, ଭାଜପା ନେତା ଛବି ମଲ୍ଲିକ, ଖବରଦାତା ରବି ଦାସ, ପ୍ରସନ୍ନ ମହାନ୍ତିଙ୍କ ସମେତ ବହୁ ରାଜନେତା ଯୋଗଦେଇ ତାଙ୍କର ଶେଷଦର୍ଶନ କରିଥିଲେ। ପରେ ଜିଲାପାଳ ଚୟନୀ, କଟକ ସଦର ଉପଖଣ୍ଡ ଅଧିକାରୀ ରଶ୍ମିରଞ୍ଜନ ସାହୁ, ଗୋବିନ୍ଦପୁର ଥାନାଧିକାରୀ ରବିନାରାୟଣ ବେହେରାଙ୍କ ଉପସ୍ଥିତିରେ ବଡ଼ମୂଳାଇସ୍ଥିତ ଶ୍ମଶାନରେ କାନୁନ୍‌ଗୋଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦା ପ୍ରଦାନ କରାଯାଇଥିଲା। ଏହାପରେ ତାଙ୍କ ପୁଅ ଶୁଭଦର୍ଶନ ମୁଖାଗ୍ନି ଦେଇଥିଲେ।
ସୂଚନାଯୋଗ୍ୟ, ୧୯୪୦ ସେପ୍ଟେମ୍ବର ୧୨ରେ ବଡ଼ମୂଳାଇ ଗ୍ରାମରେ ତ୍ରିଲୋଚନ ଜନ୍ମଗ୍ରହଣ କରିଥିଲେ। କଟକ ପୌର ପାଳିକାର ଅଧ୍ୟକ୍ଷ ଓ ରାଜ୍ୟ ଅର୍ଥ କମିଶନ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିଥିଲେ। ସେ ୩ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏଥିସହ ସେ ଜଗତ୍‌ସିଂହପୁର ଲୋକ ସଭା ଆସନରୁ ଏମ୍‌ପି ଭାବେ ନିର୍ବାଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?