ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷଙ୍କ ପରଲୋକ

ପଦ୍ମପୁର,୨ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଏନ୍‌ଏସିର ପୂର୍ବତନ ଅଧ୍ୟକ୍ଷ ତଥା ଭାଜପାର ବରିଷ୍ଠ ନେତା ସତ୍ୟବାନ ଅଗ୍ରଓ୍ବାଲଙ୍କ ୭୦ବର୍ଷ ବୟସରେ ପଦ୍ମପୁରସ୍ଥିତ ବାସଭବନରେ ମଙ୍ଗଳବାର ରାତିରେ ପରଲୋକ ଘଟିଛି। ସ୍ବର୍ଗତ ଅଗ୍ରଓ୍ବାଲ ୧୯୯୭ରୁ୨୦୦୩ ପର୍ଯ୍ୟନ୍ତ ପଦ୍ମପୁର ନଗରପାଳ ଦାୟିତ୍ୱ ତୁଲାଇଥିବା ବେଳେ ଦୁଇଥର କାଉନସିଲର ଭାବରେ ନିର୍ବାଚିତ ହୋଇଥିଲ। ସେ ଭାଜପାର ଜଣେ ଟାଣୁଆ ନେତା ଭାବେ ପରିଚିତ ଥିଲେ। ଆଜି ତାଙ୍କ ଅନ୍ତିମ ଦର୍ଶନ କରିବା ପାଇଁ ଭାଜପାର ଅନେକ କର୍ମୀ ନେତା ତଥା ସହରର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ହୋଇ ଅନ୍ତିମ ଯାତ୍ରାରେ ସାମିଲ ହୋଇଥିଲେ। ତାଙ୍କ ଧର୍ମପତ୍ନୀ ତ୍ରୀଶଳା ଦେବୀ ଭାଇ କୈଳାସ, ନରସିଂହ, ରାମତୋର, ଏକମାତ୍ର ପୁତ୍ର ସୁନିଲ, ପୁତ୍ରବଧୂ ସା, ଝିଅ ଆଶା, ଜ୍ୟୋତି, ପ୍ରୀତି,ଶ୍ରୁତି, ବୁଲ୍‌ବୁଲ୍‌ ସମେତ ନାତି ନାତୁଣୀଙ୍କୁ ଛାଡ଼ି ଚାଲିଯାଇଛନ୍ତ। ସେ ଜଣେ କର୍ତ୍ତବ୍ୟ ନିଷ୍ଠ, ମିଷ୍ଠଭାଷୀ ତଥା ପରୋପକାରୀ ବ୍ୟକ୍ତି ଥିଲେ। ତାଙ୍କ ବିୟୋଗରେ ପଦ୍ମପୁର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସ୍ଥାନୀୟ ସ୍ବର୍ଗଦ୍ୱାରରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା। ଏକମାତ୍ର ପୁତ୍ର ସୁନିଲ ମୁଖାଗ୍ନି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri