Posted inଖେଳ

ଲୁକ୍‌ ରୋଞ୍ଚି ନ୍ୟୁଜିଲାଣ୍ଡ ବ୍ୟାଟିଂ କୋଚ୍‌

ଓ୍ବେଲିଂଟନ,୫।୧୧(ଏପି): ଉଇକେଟକିପର ବ୍ୟାଟ୍ସମ୍ୟାନ ଲୁକ୍‌ ରୋଞ୍ଚି ନ୍ୟୁଜିଲାଣ୍ଡ କ୍ରିକେଟ ଦଳର ବ୍ୟାଟିଂ କୋଚ୍‌ ନିଯୁକ୍ତ ହୋଇଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ସିରିଜରେ ସେ ଦାୟିତ୍ୱ ଗ୍ରହଣ କରିବେ। ରୋଞ୍ଚି ନ୍ୟୁଜିଲାଣ୍ଡରେ ଜନ୍ମ ନେଇଥିଲେ ମଧ୍ୟ ପ୍ରଥମେ ପଡୋଶୀ ଅଷ୍ଟ୍ରେଲିଆ ତରଫରୁ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିଲେ। ୨୦୦୮ରେ ଅଷ୍ଟ୍ରେଲିଆ ପାଇଁ ସେ ୪ଟି ଦିନିକିଆ ଓ ୩ଟି ଟି୨୦ ମ୍ୟାଚ୍‌ ଖେଳିଥିଲେ। ତେବେ ସେ ଏହାପରେ ସେ ନ୍ୟୁଜିଲାଣ୍ଡ ପ୍ରତ୍ୟାବର୍ତ୍ତନ କରି ୨୦୧୩ରୁ ୨୦୧୭ ମଧ୍ୟରେ ୪ଟି ଟେଷ୍ଟ ଓ ୮୧ ଦିନିକିଆ ଓ ୩୦ଟି ଟି୨୦ ମ୍ୟାଚ୍‌ ଖେଳିଥିଲେ। ଏହାପରେ ସେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଥିଲେ।
ଗତବର୍ଷ ଇଂଲଣ୍ଡରେ ଅନୁଷ୍ଠିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ରେ ରୋଞ୍ଚି ନ୍ୟୁଜିଲାଣ୍ଡ କୋଚିଂ ଷ୍ଟାଫ୍‌ର ସାମିଲ ଥିଲେ। ଏବେ ସେ ନ୍ୟୁଜିଲାଣ୍ଡର ଫୁଲଟାଇମ୍‌ ବ୍ୟାଟିଂ କୋଚ୍‌ ରୂପେ ଦାୟିତ୍ୱ ବହନ କରିବେ। ସେ ପିଟର ଫଲଟନଙ୍କ ଠାରୁ ଏହି ଗୁରୁଦାୟିତ୍ୱ ବହନ କରିବେ। ଏ ନେଇ ରୋଞ୍ଚି ବେଶ୍‌ ଉତ୍ସାହିତ ଅଛନ୍ତି। ନିଜର ତଥା ଦଳର ପ୍ରଦର୍ଶନରେ ଉନ୍ନତି ଆଣିବାକୁ ପ୍ରୟାସ କରିବେ ରୋଞ୍ଚି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri