Posted inଜାତୀୟ

ବଢ଼ିଲା ଚିତ୍ରାଙ୍କ ଅଡୁଆ

ନୂଆଦିଲ୍ଲୀ,୨୮।୩: ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) କୋ-ଲୋକେଶନ ମାମଲାରେ ସମ୍ପୃକ୍ତ ଏହାର ପୂର୍ବତନ ପରିଚାଳନା ନିର୍ଦ୍ଦେଶିକା ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଚିତ୍ରା ରାମକ୍ରିଷ୍ଣାଙ୍କ ବିଚାର ବିଭାଗୀୟ ହାଜତ ମିଆଦକୁ ଦିଲ୍ଲୀର ଏକ ଅଦାଲତ ଏପ୍ରିଲ ୧୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ହାଜତ ସମୟରେ ଚିତ୍ରାଙ୍କ ହାତଲେଖା ନମୁନା ପାଇଁ ସିବିଆଇର ଆବେଦନ ଉପରେ ମଧ୍ୟ କୋର୍ଟ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏନ୍‌ଏସ୍‌ଇର ପୂର୍ବତନ ମୁଖ୍ୟଙ୍କ ଜାମିନ ଆବେଦନ ଉପରେ ଗତ ଶନିବାର ଅଦାଲତ ସିବିଆଇକୁ ୨ସପ୍ତାହ ମଧ୍ୟରେ ଜବାବ ଦାଖଲ କରିବାକୁ କହିଥିଲେ। ସୂଚନାଯୋଗ୍ୟ, ଷ୍ଟକ୍‌ ମାର୍କେଟ ଜାଲିଆତି ମାମଲାରେ ସିବିଆଇ ଚଳିତ ମାସ ଆରମ୍ଭରେ ଚିତ୍ରାଙ୍କୁ ଗିରଫ କରିବା ସହ ଜେରା କରିଥିଲା। ସେହିପରି ଏନ୍‌ଏସ୍‌ଇର ପୂର୍ବତନ ଗ୍ରୁପ୍‌ ଅପରେଟିଂ ଅଫିସର (ଜିଓଓ) ଆନନ୍ଦ ସୁବ୍ରମଣ୍ୟନଙ୍କ ଜାମିନ ଆବେଦନକୁ କୋର୍ଟ ପୂର୍ବରୁ ଅଗ୍ରାହ୍ୟ କରିଦେଇଥିଲେ। ଚିତ୍ରାଙ୍କ ମୁମ୍ବାଇ ଓ ଚେନ୍ନାଇରେ ଥିବା ବିଭିନ୍ନ ଘର ଉପରେ ଆୟକର ବିଭାଗ ପକ୍ଷରୁ ପୂର୍ବରୁ ଚଢ଼ାଉ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri