ମୃତ ସହଦେବଙ୍କ ସ୍ତ୍ରୀ-ଝିଅଙ୍କୁ ଭେଟି କାନ୍ଦି ପକାଇଲେ ନବୀନ, ଦେଲେ ୫୦ହଜାର ଟଙ୍କା ସହାୟତା

ଭୁବନେଶ୍ୱର, ୧୧ା୧ (ବନ୍ଦନା ସେଠୀ) – ହତ୍ୟାର ଶିକାର ହୋଇଥିବା ବିଏମ୍‌ସି ସଫେଇ ମଜଦୁର ସଂଘ ସଭାପତି ସହଦେବ ନାୟକଙ୍କ ସ୍ତ୍ରୀ ସୁନୀତା ନାୟକ ଏବଂ ତାଙ୍କ ଦୁଇଝିଅ ଶନିବାର ନବୀନ ନିବାସ ଯାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ। ଏହି ଅବସରରେ ନବୀନ ସୁନୀତାଙ୍କୁ ୫୦ହଜାର ଟଙ୍କା ଅର୍ଥରାଶି ସହାୟତା ପ୍ରଦାନ କରିଥିଲେ। ଏଥିସହ ତାଙ୍କ ଦୁଇଝିଅଙ୍କ ସମସ୍ତ ଦାୟିତ୍ୱ ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ପୂର୍ବତନ ମନ୍ତ୍ରୀ ଅଶୋକ ପଣ୍ଡା ଏବଂ ସମସ୍ତ କର୍ପୋରେଟରମାନେ ନେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହି ସମୟରେ ନବୀନ ସହଦେବଙ୍କ ଦୁଇଝିଅଙ୍କ ମୁଣ୍ଡ ଉପରେ ହାତ ବୁଲାଇବା ସହ ତାଙ୍କ ସହିତ ସହଦେବଙ୍କ ପୂର୍ବ ଫଟୋକୁ ଦେଖି କାନ୍ଦି ପକାଇ ଥିଲେ। ଦୋଷୀଙ୍କୁ ଉଚିତ ଦଣ୍ଡ ଦିଆଯିବା ସହ ମୃତକଙ୍କ ପରିବାରକୁ ସମସ୍ତ ନ୍ୟାୟ ପ୍ରଦାନ କରାଯିବ ବୋଲି ନବୀନ ପ୍ରତିଶ୍ରୁତି ଦେଇଥିଲେ। ଏହି ଅବସରରେ ଦୁଇ ବିଧାୟକ, ପୂର୍ବତନ ମନ୍ତ୍ରୀ ପଣ୍ଡା, ମେୟର ସୁଲୋଚନା ଦାସ, ଡେପୁଟି ମେୟର ମଞ୍ଜୁଲତା କହଁର ଏବଂ ସମସ୍ତ କର୍ପୋରେଟର ଉପସ୍ଥିତ ଥିଲେ।

 

View this post on Instagram

 

A post shared by Naveen Patnaik (@naveen_odisha)


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri