୨୨.୧୯ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ PACS ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ପ୍ରାଥମିକ କୃଷି ସମବାୟ ସମିତି (PACS)ଗୁଡ଼ିକରେ ଆର୍ଥିକ ଅନିୟମିତତା ବିରୋଧରେ ବଡ଼ ଧରଣର ପଦକ୍ଷେପ ନେଇଛି ଓଡ଼ିଶା ଭିଜିଲାନ୍ସ । ବଲାଙ୍ଗୀର ଜିଲା ପାଟଣାଗଡ଼ ସହକାରୀ ସମିତି ସହକାରୀ ନିବନ୍ଧକ (ARCS) ସର୍କଲ ଅଧୀନ ସୁନାମୁଦି PACS ଏବଂ ତାମିଆ PACSର ପୂର୍ବତନ ସମ୍ପାଦକ ମୌସମ ବେହେରାଙ୍କୁ ଭିଜିଲାନ୍ସ ଗିରଫ କରିଛି। ସମିତିର ୨୨ ଲକ୍ଷ ୧୯ ହଜାର ୬୩୬ ଟଙ୍କା ପାଣ୍ଠି ଆତ୍ମସାତ୍‌ କରିଥିବା ଅଭିଯୋଗରେ ତାଙ୍କୁ ଗିରଫ କରାଯିବା ସହ ବଲାଙ୍ଗୀର ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତିଙ୍କ ଅଦାଲତରେ ହାଜର କରାଯାଇଛି।

ତଦନ୍ତରୁ ଜଣାପଡ଼ିଛି ଯେ, ୨୦୨୪-୨୫ ଓ ୨୦୨୫-୨୬ ଆର୍ଥିକ ବର୍ଷରେ ମୌସମ ବେହେରା ଅମାନତ (ଡିପୋଜିଟ) ରାଶି ଫେରସ୍ତ ହୋଇଥିବାର ମିଥ୍ୟା ଏଣ୍ଟ୍ରି କରିବା ସହ ସାର ବିକ୍ରିରୁ ମିଳିଥିବା ଅର୍ଥକୁ ଉଭୟ PACSର କ୍ୟାଶ କ୍ରେଡିଟ (C.C.) ସାର ଋଣ ଖାତାରେ ଜମା ନକରି ଆତ୍ମସାତ୍‌ କରିଥିଲେ। ଏହି ଉପାୟରେ ସେ ମୋଟ ୨୨ ଲକ୍ଷ ୧୯ ହଜାର ୬୩୬ ଟଙ୍କା ହଡ଼ପ କରିଥିବା ଭିଜିଲାନ୍ସ ତଦନ୍ତରେ ସାମ୍ନାକୁ ଆସିଛି।

ଏହି ଘଟଣାରେ ସମ୍ବଲପୁର ଭିଜିଲାନ୍ସ ଥାନା କେସ ନଂ-୧୧, ତାରିଖ ୦୫ ଅଗଷ୍ଟ ୨୦୨୬ ଅନୁସାରେ ଦୁର୍ନୀତି ନିବାରଣ (ସଂଶୋଧନ) ଆଇନ, ୨୦୧୮ର ଧାରା ୧୩(୨) ସହ ୧୩(୧)(ଏ) ଏବଂ ଭାରତୀୟ ନ୍ୟାୟ ସଂହିତା (BNS)ର ଧାରା ୩୧୬(୫) ଅନୁଯାୟୀ ମାମଲା ରୁଜୁ କରାଯାଇଛି। ଭିଜିଲାନ୍ସ ପକ୍ଷରୁ ଘଟଣାର ଅଧିକ ତଦନ୍ତ ଜାରି ରହିଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜାତୀୟ ହସ୍ତତନ୍ତ ଦିବସ: ସରକାରୀ ଯୋଜନାରୁ ପ୍ରକୃତ ବୁଣାକାର ବଞ୍ଚିତ

ଅମରପାଲି,୭ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ସମୃଦ୍ଧ ବାନ୍ଧକଳା ଓ ହସ୍ତତନ୍ତ ପରମ୍ପରା ସବୁବେଳେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁକୁ ଆସିଛି। ସମ୍ବଲପୁରୀ ଶାଢ଼ି ଏବଂ ସୋନପୁରୀ ବାର୍ତ୍ତାପାଟ ପାଇଁ ଦେଶବ୍ୟାପୀ…

ଫସିବେ କି ଚଞ୍ଚଳ ରାଣା: ସୁପ୍ରିମକୋର୍ଟରେ କହିଲେ ଯାଞ୍ଚ ହୋଇଛି, ଏଠି କମିଶନର କହୁଛନ୍ତି ପୋର୍ଟାଲ ତଥ୍ୟ

ଭୁବନେଶ୍ୱର,୭।୮(ରବିନାରାୟଣ ଜେନା):ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଖୋଲିବା ପ୍ରସଙ୍ଗ ଏବେ ରୋଚକ ମୋଡ଼ ନେଇଛି। ଏହି ପ୍ରସଙ୍ଗକୁ ନେଇ…

ଶୋଇଥିବା ବେଳେ ମାଆ ସହିତ ୭ ବର୍ଷର ପୁଅକୁ କାମୁଡିଲା ରଣା ସାପ, ଛଟପଟ ହୋଇ ଚାଲିଗଲା ଜୀବନ

ଗଜପତି,୭।୮(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ଜଲାଙ୍ଗ ପଞ୍ଚାୟତ ଅନ୍ତର୍ଗତ କଡମତାଲ ଗ୍ରାମରେ ଘଟିଛି ଏକ ହୃଦୟବିଦାରକ ଘଟଣା। ଘରେ ଶୋଇଥିବା ବେଳେ ରଣା ସାପ…

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା…

ପ୍ରତିବାଦର ପଦଧ୍ୱନି

ସିଜେପି- କକ୍‌ରୋଚ୍‌ ଜନତା ପାର୍ଟି। ନଁା ନ ଥିଲା କି ଗନ୍ଧ ନ ଥିଲା। ଏହା କୌଣସି ରାଜନୈତିକ ଦଳ ବି ନୁହେଁ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଯୁବ…

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri