ପୂର୍ବତନ ପଞ୍ଚାୟତ ସମ୍ପାଦକଙ୍କୁ ହତ୍ୟା ଅଭିଯୋଗ: ସାମାନ୍ୟ ବଚସା ହେଲା କାଳ

ଭଞ୍ଜନଗର,୬।୧୦(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବୁଦୁଲିରେ ରବିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଥିବା ଅଭିଯୋଗ ହୋଇଛି। ଏଥିରେ ମୁଜାଗଡ ପଂଚାୟତର ପୂର୍ବତନ ସମ୍ପାଦକ ପଞ୍ଚୁ ବେହେରା (୬୫) ମୃତ୍ୟୁବରଣ କରିଛନ୍ତି। ପୋଲିସ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲ ପଠାଇଦେଇଛି। ଏନେଇ ଭଞ୍ଜନଗର ଥାନାରେ ୧୧୩୦/୨୫ରେ ଏକ ହତ୍ୟା ମାମଲା ରୁଜୁ ହୋଇଛି। ଏଥିସହ ଘଟଣାର ଅଧିକ ତଦନ୍ତ ଚଳାଇଛି ପୋଲିସ।

ଘଟଣାରୁ ପ୍ରକାଶ ଯେ, ଗତକାଲି ସନ୍ଧ୍ୟାରେ ଗ୍ରାମର କିଛି ଯୁବକ ସହ ଅନ୍ୟ ଜଣେ ଯୁବକଙ୍କ ସହ ବଚସା ହୋଇଥିଲା। ପଞ୍ଚୁ ବେହେରାଙ୍କ ଦୋକାନ ସମ୍ମୁଖରେ ଏହି ଝଗଡା ହୋଇଥିଲା। ଏହି ସମୟରେ ଦୋକାନରେ ଥିବା ତାଙ୍କ ଦୁଇ ପୁଅ ମଧ୍ୟ କିଛି କହିବାରୁ ସେମାନଙ୍କ ସହ ଝଗଡ଼ା ହେବାସହ ପରସ୍ପରକୁ ମୁଥ ମରାମରି ହୋଇଥିଲେ। ଏହାପରେ ପଞ୍ଚୁ ଖବର ପାଇ ଘଟଣାସ୍ଥଳକୁ ଯିବା ସମୟରେ ତାଙ୍କୁ ମଧ୍ୟ ହାତରେ ଆକ୍ରମଣ ହୋଇଥିଲା। ଗଣ୍ଡଗୋଳ ସମୟରେ
ଖବର ପାଇ ରାତିରେ ତୁରନ୍ତ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଗୋଷ୍ଠୀଙ୍କୁ ବୁଝାସୁଝା କରି ଫେରି ଆସିଥିଲା। ଏହାର କିଛି ସମୟ ପରେ ପଞ୍ଚୁ ଘରେ ବାନ୍ତି କରିଥିଲେ। ପରିବାର ଲୋକେ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ ଆଣିଥିଲେ। ଏଠାରେ ଚିକିତ୍ସାଧୀନ ଅବସ୍ଥାରେ ପଞ୍ଚୁ ରାତି ୧୨ ଟାରେ ମୃତ୍ୟୁବରଣ କରିଥିଲେ।
ଅପରପକ୍ଷେ, ବିପକ୍ଷ ଗୋଷ୍ଠୀର ମଧ୍ୟ ଏକାଧିକ ଆହତ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ଗ୍ରାମରେ ଉତ୍ତେଜନା ଲାଗି ରହିଛି। ଏନେଇ ଥାନା ଅଧିକାରୀ ଜିବନାନନ୍ଦ ଜେନାଙ୍କ ସହ ଯୋଗାଯୋଗ କରିବାରୁ ସେ ଏଠାରେ କହିଛନ୍ତି,ଏନେଇ ଏକ ହତ୍ୟା ମାମଲା ରୁଜୁ ହୋଇଛି। ଘଟଣାର ତଦନ୍ତ ଚାଲିଛି। ତଦନ୍ତ ପରେ ପ୍ରକୃତ ଘଟଣା ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri