ପୂର୍ବତନ ପଞ୍ଚାୟତ ସମ୍ପାଦକଙ୍କୁ ହତ୍ୟା ଅଭିଯୋଗ: ସାମାନ୍ୟ ବଚସା ହେଲା କାଳ

ଭଞ୍ଜନଗର,୬।୧୦(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବୁଦୁଲିରେ ରବିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଥିବା ଅଭିଯୋଗ ହୋଇଛି। ଏଥିରେ ମୁଜାଗଡ ପଂଚାୟତର ପୂର୍ବତନ ସମ୍ପାଦକ ପଞ୍ଚୁ ବେହେରା (୬୫) ମୃତ୍ୟୁବରଣ କରିଛନ୍ତି। ପୋଲିସ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲ ପଠାଇଦେଇଛି। ଏନେଇ ଭଞ୍ଜନଗର ଥାନାରେ ୧୧୩୦/୨୫ରେ ଏକ ହତ୍ୟା ମାମଲା ରୁଜୁ ହୋଇଛି। ଏଥିସହ ଘଟଣାର ଅଧିକ ତଦନ୍ତ ଚଳାଇଛି ପୋଲିସ।

ଘଟଣାରୁ ପ୍ରକାଶ ଯେ, ଗତକାଲି ସନ୍ଧ୍ୟାରେ ଗ୍ରାମର କିଛି ଯୁବକ ସହ ଅନ୍ୟ ଜଣେ ଯୁବକଙ୍କ ସହ ବଚସା ହୋଇଥିଲା। ପଞ୍ଚୁ ବେହେରାଙ୍କ ଦୋକାନ ସମ୍ମୁଖରେ ଏହି ଝଗଡା ହୋଇଥିଲା। ଏହି ସମୟରେ ଦୋକାନରେ ଥିବା ତାଙ୍କ ଦୁଇ ପୁଅ ମଧ୍ୟ କିଛି କହିବାରୁ ସେମାନଙ୍କ ସହ ଝଗଡ଼ା ହେବାସହ ପରସ୍ପରକୁ ମୁଥ ମରାମରି ହୋଇଥିଲେ। ଏହାପରେ ପଞ୍ଚୁ ଖବର ପାଇ ଘଟଣାସ୍ଥଳକୁ ଯିବା ସମୟରେ ତାଙ୍କୁ ମଧ୍ୟ ହାତରେ ଆକ୍ରମଣ ହୋଇଥିଲା। ଗଣ୍ଡଗୋଳ ସମୟରେ
ଖବର ପାଇ ରାତିରେ ତୁରନ୍ତ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଗୋଷ୍ଠୀଙ୍କୁ ବୁଝାସୁଝା କରି ଫେରି ଆସିଥିଲା। ଏହାର କିଛି ସମୟ ପରେ ପଞ୍ଚୁ ଘରେ ବାନ୍ତି କରିଥିଲେ। ପରିବାର ଲୋକେ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ ଆଣିଥିଲେ। ଏଠାରେ ଚିକିତ୍ସାଧୀନ ଅବସ୍ଥାରେ ପଞ୍ଚୁ ରାତି ୧୨ ଟାରେ ମୃତ୍ୟୁବରଣ କରିଥିଲେ।
ଅପରପକ୍ଷେ, ବିପକ୍ଷ ଗୋଷ୍ଠୀର ମଧ୍ୟ ଏକାଧିକ ଆହତ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ଗ୍ରାମରେ ଉତ୍ତେଜନା ଲାଗି ରହିଛି। ଏନେଇ ଥାନା ଅଧିକାରୀ ଜିବନାନନ୍ଦ ଜେନାଙ୍କ ସହ ଯୋଗାଯୋଗ କରିବାରୁ ସେ ଏଠାରେ କହିଛନ୍ତି,ଏନେଇ ଏକ ହତ୍ୟା ମାମଲା ରୁଜୁ ହୋଇଛି। ଘଟଣାର ତଦନ୍ତ ଚାଲିଛି। ତଦନ୍ତ ପରେ ପ୍ରକୃତ ଘଟଣା ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri