ଆଉ ନାହାନ୍ତି ପୂର୍ବତନ ପାଟଣା ବିଧାୟକ କାହ୍ନୁଚରଣ ନାଏକ; ୭୯ ବର୍ଷ ବୟସରେ ଦେହାନ୍ତ, ରାଜନୈତିକ ମହଲରେ ଶୋକ

ପାଟଣା,୨୨।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ଜିଲ୍ଲାର ଜଣେ ଟାଣୁଆ ଆଦିବାସୀ ନେତା କାହ୍ନୁଚରଣ ନାଏକଙ୍କର ଗୁରୁବାର ରାତି ପ୍ରାୟ ୮ଟା ସମୟରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଗତ ଜୁନ୍‌ ୨୭ ତାରିଖରୁ ଅସୁସ୍ଥ ହୋଇ ପାଟଣାର କାହ୍ନୁଚରଣ ପ୍ରଥମେ ଭୁବନେଶ୍ୱରର ଏକ ଘରୋଇ ଚିକିତ୍ସାଳୟ ଏବଂ ପରେ କେନ୍ଦୁଝର ଜିଲା  ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିଲେ।

ସ୍ୱର୍ଗତ କାହ୍ନୁଚରଣ ନାଏକ ୧୯୯୦ ମସିହାରେ ଅମଲା ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିଲେ। ବିଜୁ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ଜନତା ଦଳ ଟିକେଟରେ ନିର୍ବାଚନ ଲଢ଼ି ବିଜୟୀ ହୋଇଥିଲେ। ୧୯୯୫ ମସିହା ପର୍ଯ୍ୟନ୍ତ ସେ ବିଧାୟକ ଭାବେ ପାଟଣା ନିର୍ବାଚନମଣ୍ଡଳୀର ପ୍ରତିନିଧିତ୍ୱ କରି ଅନେକ ଜନହିତକର କାର୍ଯ୍ୟ କରିବା ସହ ଲୋକପ୍ରିୟତା ହାସଲ କରିଥିଲେ। ଜଣେ ସରଳ, ନିଷ୍ଠାବାନ, ନିର୍ଭୀକ ଓ ଲୋକପ୍ରିୟ ଆଦିବାସୀ ନେତା ଭାବେ ସେ ସମଗ୍ର ଅଞ୍ଚଳରେ ପରିଚିତ ଥିଲେ। ସେ ପୂର୍ବତନ ପାଟଣା ବିଧାୟକ ଜଗନ୍ନାଥ ନାଏକଙ୍କ ପିତା ଅଟନ୍ତି।

ତାଙ୍କର ଦେହାନ୍ତ ସମୟରେ ଅନ୍ତିମ ଶଯ୍ୟା ନିକଟରେ ବଡ଼ପୁଅ ଇଞ୍ଜିନିୟର ଲୋକନାଥ ନାଏକ, ମଝିଆ ପୁଅ ତଥା ବିଜେଡି ନେତା ସତ୍ୟବ୍ରତ ନାଏକ, ସାନପୁଅ ତଥା ପୂର୍ବତନ ପାଟଣା ବିଧାୟକ ଜଗନ୍ନାଥ ନାଏକ ଏବଂ ଝିଅ ଝରଣା ନାଏକ ପ୍ରମୁଖ ଉପସ୍ଥିତ ଥିଲେ। ଶୁକ୍ରବାର ସକାଳେ ପାଟଣା ବ୍ଲକ କଣ୍ଟିଆପଡ଼ା ପଞ୍ଚାୟତସ୍ଥ ତାଙ୍କର ପୈତୃକ ଗ୍ରାମ ଭୋଗପଶିରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ପୁଅ ସତ୍ୟବ୍ରତ ନାଏକ ସୂଚନା ଦେଇଛନ୍ତି। କାହ୍ନୁଚରଣଙ୍କ ବିୟୋଗ ଖବର ପ୍ରଚାରିତ ହେବା ପରେ ପାଟଣା ସମେତ ସମଗ୍ର କେନ୍ଦୁଝର ଜିଲାର ରାଜନୈତିକ ତଥା ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?