୭ ଲକ୍ଷରୁ ଊର୍ଦ୍ଧ୍ୱ ସରକାରୀ ଟଙ୍କା ହଡ଼ପ: ବନ୍ଧା ହେଲେ ପୂର୍ବତନ ପିଇଓ

କଳିଙ୍ଗନଗର,୩୦ା୮(ଶୁଭାଶିଷ ରାଉତ): ୭ ଲକ୍ଷ ୩୫୦୦୦ ହଜାର ସରକାରୀ ଟଙ୍କା ହଡ଼ପ ଅଭିଯୋଗରେ ଯାଜପୁର ଜିଲା ସୁକିନ୍ଦା ବ୍ଲକର ପୂର୍ବତନ ପିଇଓ ସନ୍ତୋଷ କୁମାର ଜେନାଙ୍କୁ ଦାନଗଦୀ ବ୍ଲକରୁ ଗିରଫ କରିଛି କଟକ ଭିଜିଲାନ୍ସ ବିଭାଗ। କେସ୍‌ ନମ୍ବର ୨୬/୨୫ରେ ଏକ ମାମଲା ରୁଜୁ କରି ସଂପୃକ୍ତ ପିଇଓଙ୍କୁ ଶନିବାର କୋର୍ଟ ଚାଲାଣ କରାଯାଇଛି।

ସୂଚନାନୁଯାୟ କିଛିଦିନ ତଳେ ପୂର୍ବତନ ପିଇଓ ସନ୍ତୋଷ ଜେନା ସୁକିନ୍ଦା ବ୍ଲକର ପିମ୍ପୁଡିଆ ପଞ୍ଚାୟତରେ କାର୍ଯ୍ୟ କରୁଥିଲେ। ଏହି ସମୟରେ ବୃଦ୍ଧାବୃଦ୍ଧ ଓ ଲୋକଙ୍କ ଭତ୍ତା ଟଙ୍କା ବାବଦରେ ୭୩୫୦୦୦ ହଜାର ଟଙ୍କା ହଡ଼ପ କରିଥିବା ଅଭିଯୋଗ ହେଇଥିଲା। ଏହି ଅଭିଯୋଗ ପରେ ସନ୍ତୋଷକୁ ଜିଲା ପ୍ରଶାସନ ପକ୍ଷରୁ କାର୍ଯ୍ୟରୁ ନିଲମ୍ବିତ କରାଯିବା ସହିତ ଭିଜିଲାନ୍ସ ନିକଟରେ ଏତଲା ଦିଆଯାଇଥିଲା। ଏହି ଅଭିଯୋଗକୁ ଆଧାର କରି ଯାଜପୁର ଓ କଟକ ଭିଜିଲାନ୍ସର ମିଳିତ ଟିମ୍‌ ଦାନଗଦୀ ବ୍ଲକରୁ ସନ୍ତୋଷଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଯାଜପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?