ପୂର୍ବତନ ପିଇଓ, ସରପଞ୍ଚଙ୍କୁ ଜେଲ

ଫୁଲବାଣୀ ଅଫିସ, ୨୭ା୨: ସରକାରୀ ଅର୍ଥ ଆତ୍ମସାତ୍‌ ମାମଲାର ବିଚାର କରି ସୋମବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସମରବିଳାସ ବେହେରା ସମ୍ପୃକ୍ତ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ)ଙ୍କୁ ୪ ବର୍ଷ ଏବଂ ସରପଞ୍ଚଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ା ଉଭୟଙ୍କୁ ୧୦ ହଜାର ଲେଖାଏ ଟଙ୍କା ଜରିମାନା କରାଯାଇଛି। ଏହା ଅନାଦେୟ ଅଧିକ ୬ ମାସ ଲେଖାଏ ଜେଲ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତଦ୍ୱୟ ହେଲେ ବୌଦ୍ଧ ଜିଲା ଖୁଣ୍ଟବନ୍ଧ ପଞ୍ଚାୟତର ପୂର୍ବତନ ପିଇଓ ଗୌରହରି ସାହୁ ଓ ସରପଞ୍ଚ ସୌମିତ୍ରୀ ମିଶ୍ର।
ବୌଦ୍ଧ ଜିଲା ଟୁଟୁସିଂହା ଗ୍ରାମର ଗୌରହରି ଖୁଣ୍ଟବନ୍ଧ ପଞ୍ଚାୟତରେ ପିଇଓ ଭାବେ କାର୍ଯ୍ୟରତ ଥିଲେ। ୨୦୦୬-୦୭ ମସିହାରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ପଞ୍ଚାୟତକୁ ରାସ୍ତା ଏବଂ ବନ୍ଧ ନିର୍ମାଣ ପାଇଁ ସରପଞ୍ଚ ଏବଂ ପିଇଓଙ୍କ ମିଳିତ ଆକାଉଣ୍ଟକୁ ଟଙ୍କା ଆସିଥିଲା। ସେଥିରୁ ୪ ଲକ୍ଷ ୪ ହଜାର ୨୨୩ ଟଙ୍କା ଉଭୟଙ୍କ ଦସ୍ତଖତରେ ଉଠାଯାଇଥିଲା। ହେଲେ କୌଣସି କାମ ହୋଇ ନ ଥିଲା। ଏହି ଟଙ୍କା ଆତ୍ମସାତ୍‌ କରାଯାଇଥିବା ନେଇ ଭିଜିଲାନ୍ସରେ ଅଭିଯୋଗ ହୋଇଥିଲା ା ସେତେବେଳର ଭିଜିଲାନ୍ସ ଇନ୍ସପେକ୍ଟର ଦୋଳଗୋବିନ୍ଦ ପରିଡା ଘଟଣାର ତଦନ୍ତ କଲାବେଳେ ଅର୍ଥ ଆତ୍ମସାତ୍‌ ହୋଇଥିବା ସ୍ପଷ୍ଟ ହୋଇଥିଲା ା ଏ ନେଇ ସେ ବ୍ରହ୍ମପୁର ଭିଜିଲାନ୍ସରେ ଅଭିଯୋଗ କରିବାରୁ ଉଭୟଙ୍କୁ ଗିରଫ କରାଯାଇଥିଲା। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାରକରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଭିଭି ରାମଦାସ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri