ପୂର୍ବତନ ପିଇଓ, ସରପଞ୍ଚଙ୍କୁ ଜେଲ

ଫୁଲବାଣୀ ଅଫିସ, ୨୭ା୨: ସରକାରୀ ଅର୍ଥ ଆତ୍ମସାତ୍‌ ମାମଲାର ବିଚାର କରି ସୋମବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସମରବିଳାସ ବେହେରା ସମ୍ପୃକ୍ତ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ)ଙ୍କୁ ୪ ବର୍ଷ ଏବଂ ସରପଞ୍ଚଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ା ଉଭୟଙ୍କୁ ୧୦ ହଜାର ଲେଖାଏ ଟଙ୍କା ଜରିମାନା କରାଯାଇଛି। ଏହା ଅନାଦେୟ ଅଧିକ ୬ ମାସ ଲେଖାଏ ଜେଲ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତଦ୍ୱୟ ହେଲେ ବୌଦ୍ଧ ଜିଲା ଖୁଣ୍ଟବନ୍ଧ ପଞ୍ଚାୟତର ପୂର୍ବତନ ପିଇଓ ଗୌରହରି ସାହୁ ଓ ସରପଞ୍ଚ ସୌମିତ୍ରୀ ମିଶ୍ର।
ବୌଦ୍ଧ ଜିଲା ଟୁଟୁସିଂହା ଗ୍ରାମର ଗୌରହରି ଖୁଣ୍ଟବନ୍ଧ ପଞ୍ଚାୟତରେ ପିଇଓ ଭାବେ କାର୍ଯ୍ୟରତ ଥିଲେ। ୨୦୦୬-୦୭ ମସିହାରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ପଞ୍ଚାୟତକୁ ରାସ୍ତା ଏବଂ ବନ୍ଧ ନିର୍ମାଣ ପାଇଁ ସରପଞ୍ଚ ଏବଂ ପିଇଓଙ୍କ ମିଳିତ ଆକାଉଣ୍ଟକୁ ଟଙ୍କା ଆସିଥିଲା। ସେଥିରୁ ୪ ଲକ୍ଷ ୪ ହଜାର ୨୨୩ ଟଙ୍କା ଉଭୟଙ୍କ ଦସ୍ତଖତରେ ଉଠାଯାଇଥିଲା। ହେଲେ କୌଣସି କାମ ହୋଇ ନ ଥିଲା। ଏହି ଟଙ୍କା ଆତ୍ମସାତ୍‌ କରାଯାଇଥିବା ନେଇ ଭିଜିଲାନ୍ସରେ ଅଭିଯୋଗ ହୋଇଥିଲା ା ସେତେବେଳର ଭିଜିଲାନ୍ସ ଇନ୍ସପେକ୍ଟର ଦୋଳଗୋବିନ୍ଦ ପରିଡା ଘଟଣାର ତଦନ୍ତ କଲାବେଳେ ଅର୍ଥ ଆତ୍ମସାତ୍‌ ହୋଇଥିବା ସ୍ପଷ୍ଟ ହୋଇଥିଲା ା ଏ ନେଇ ସେ ବ୍ରହ୍ମପୁର ଭିଜିଲାନ୍ସରେ ଅଭିଯୋଗ କରିବାରୁ ଉଭୟଙ୍କୁ ଗିରଫ କରାଯାଇଥିଲା। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାରକରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଭିଭି ରାମଦାସ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri