‘ଜେଲେନସ୍କିଙ୍କୁ ହତ୍ୟା କରିବେ ନାହିଁ, ପୁଟିନ ଦେଇଛନ୍ତି ପ୍ରତିଶ୍ରୁତି’

ଜେରୁଜେଲମ,୫।୨: ମାସ ମାସ ଧରି ଚାଲିଆସୁଥିବା ରୁଷିଆ-ୟୁକ୍ରେନ ଯୁଦ୍ଧ ଏପର୍ଯ୍ୟନ୍ତ ଶେଷ ହେଉନାହିଁ। ପାଶ୍ଚାତ୍ୟ ଦେଶରୁ ୟୁକ୍ରେନକୁ ଭାରୀ ଅସ୍ତ୍ର ମିଳୁଥିବାବେଳେ ରୁଷିଆ ମଧ୍ୟ କ୍ଷେପଣାସ୍ତ୍ର ଆକ୍ରମଣକୁ ବୃଦ୍ଧି କରିଛି। ଏହା ମଧ୍ୟରେ ଇସ୍ରାଏଲର ପୂର୍ବତନ ପ୍ରଧାନମନ୍ତ୍ରୀ ନାଫତାଲି ବେନେଟ ଏକ ବଡ ଦାବି କରିଛନ୍ତି। ବେନେଟଙ୍କ ଅନୁଯାୟୀ, ସେ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଏକ ଚୁକ୍ତି କରିବାକୁ ଚେଷ୍ଟା କରିଥିଲେ। ଏହି ସମୟରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କୁ ହତ୍ୟା ନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ।
ବେନେଟ ଏକ ସାକ୍ଷାତକାରରେ କହିଛନ୍ତି, ଯୁଦ୍ଧର ପ୍ରଥମ ଦିନରେ ସେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଥିଲେ। ସେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ପଚାରିଥିଲେ-ଆପଣ ଜେଲେନସ୍କିଙ୍କୁ ହତ୍ୟା କରିବାକୁ ଚାହୁଁଛନ୍ତି କି? ଏହାର ଉତ୍ତରରେ ପୁଟିନ କହିଥିଲେ – ନା, ମୁଁ ତାଙ୍କୁ ହତ୍ୟା କରିବି ନାହିଁ। ଜେଲେନସ୍କିଙ୍କୁ ହତ୍ୟା ନ କରିବାକୁ ପ୍ରତିଜ୍ଞା କରିଛ ମୁଁ ଏହା ବୁଝିବି କି ବୋଲି ବେନେଟ୍‌ ପଚାରିଥିଲେ। ପୁଟିନ ଏହାର ଜବାବରେ ‘ହଁ’ କହିଥିଲେ।
ତାଙ୍କ ୟୁଟ୍ୟୁବ ଚ୍ୟାନେଲରେ ଶେୟାର ହୋଇଥିବା ସାକ୍ଷାତକାରର ଭିଡିଓରେ ବେନେଟ ଏହା ମଧ୍ୟ କହିଛନ୍ତି, ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ସାକ୍ଷାତ ପରେ ତୁରନ୍ତ ସେ ୟୁକ୍ରେନର ରାଷ୍ଟ୍ରପତି ଜେଲେନସ୍କିଙ୍କୁ ଫୋନ୍‌ ଯୋଗେ ଏହି ସୂଚନା ମଧ୍ୟ ଦେଇଥିଲେ।
ସୂଚନାଯୋଗ୍ୟ, ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି ପୂର୍ବରୁ କହିଆସୁଛନ୍ତି ତାଙ୍କୁ ରୁଷିଆହତ୍ୟା କରିବାକୁ ଚାହୁଁଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri