Posted inଜାତୀୟ

ଚିନ୍ତା କରିବାର କିଛି ନାହିଁ

ନୂଆଦିଲ୍ଲୀ,୧୩।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କୁ ବୁଧବାର ସନ୍ଧ୍ୟାରେ ଏମ୍ସରେ ଭର୍ତ୍ତି କରାଯାଇଛି। ଏହି ଖବର ପ୍ରସାରିତ ହେବା ପରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚାନ୍ନି, ପୂର୍ବତନ କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରାମାୟାଙ୍କ ଭଳି ବରିଷ୍ଠ କଂଗ୍ରେସ ନେତାମାନେ ସୋସିଆଲ ମିଡିଆରେ ଆରୋଗ୍ୟ କାମନା କରିଥିଲେ। ଫଳରେ ମନମୋହନ ସିଂଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ଥିବା ଭୁଲ ଖବର ପ୍ରସାରିତ ହୋଇଥିଲା। ତେବେ ଏହା ଉପରେ କଂଗ୍ରେସ ପକ୍ଷରୁ ଅପଡେଟ୍‌ ଦେଇଛନ୍ତି ଏଆଇସିସିର ଯୋଗାଯୋଗ ଦାୟିତ୍ୱରେ ଥିବା ସଚିବ ପ୍ରଣବ ଝା।

ଜ୍ୱର ଓ ଦୁର୍ବଳତା ଭଳି ସାଧାରଣ କାରଣରୁ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କିନ୍ତୁ ଚିନ୍ତା କରିବାର କିଛି କାରଣ ନାହିଁ। ଏବେ ସେ ସମ୍ପୂର୍ଣ୍ଣ ଠିକ୍‌ ଅଛନ୍ତି। ସେ ରୁଟିନ ଚେକ୍‌ ଅପ୍‌ ପାଇଁ ଛନ୍ତି। ଦରକାର ପଡ଼ିଲେ, ଆମେ ଆହୁରି ଅପଡେଟ୍‌ କରିବୁ। ଚିନ୍ତା ପ୍ରକଟ କରିବା ପାଇଁ ଆମ ବନ୍ଧୁମାନଙ୍କୁ ଧନ୍ୟବାଦ୍‌ ବୋଲି ଟୁଇଟ୍‌ କରି ଲେଖିଛନ୍ତି ପ୍ରଣବ।

ଚଳିତ ବର୍ଷ, ୮୮ ବର୍ଷୀୟ କଂଗ୍ରେସ ଭେଟେରାନଓ ରାଜ୍ୟସଭା ସଦସ୍ୟ କୋଭିଡ୍‌-୧୯ରେ ସଂକ୍ରମିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏନ୍‌ଏଚ୍‌ଏଆଇର ବଡ଼ ଘୋଷଣା: ଏପ୍ରିଲ ୧ରୁ ବଢ଼ିବ…

ନୂଆଦିଲ୍ଲୀ,୩୦ା୩: ଏପ୍ରିଲ ୧ରୁ ଫାସ୍‌ଟାଗ୍‌ ବାର୍ଷିକ ଦେୟ ବଢ଼ିବ ବୋଲି ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଆରମ୍ଭ ହୋଇଥିବା ଏହି…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri