Odisha Elections 2024
Posted inଜାତୀୟ

ମନମୋହନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୯: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ ମଙ୍ଗଳବାର ତାଙ୍କର ୯୧ ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଦେଶ କୋଣ ଅନୁକୋଣରୁ ଅଭିନନ୍ଦନ ବାର୍ତ୍ତା ଗ୍ରହଣ କରୁଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ମନମୋହନ ସିଂଙ୍କ ୯୧ତମ ଜନ୍ମଦିନ ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ମୋଦି ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହ ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା କରିଛନ୍ତି।
ପୂର୍ବତନ ପ୍ରଧାନମନ୍ତ୍ରୀ ୨୬ ସେପ୍ଟେମ୍ବର ୧୯୩୨ରେ ବ୍ରିଟିଶ ଭାରତର ପଞ୍ଜାବ ପ୍ରଦେଶର ଚକୱାଲ ଜିଲାରେ ଜନ୍ମଗ୍ରହଣ କରିଥିଲେ। ଏହି ଜିଲା ବର୍ତ୍ତମାନ ପାକିସ୍ତାନକୁ ଆସିଛି। ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିବା ପୂର୍ବରୁ ସେ ୧୯୮୨ ରୁ ୧୯୮୫ପର୍ଯ୍ୟନ୍ତ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆର ଗଭର୍ଣ୍ଣର ଭାବରେ କାର୍ଯ୍ୟ କରିଥିଲେ। ସେ ପୂର୍ବତନ ପ୍ରଧାନମନ୍ତ୍ରୀ ନରସିଂହ ରାଓଙ୍କ ସରକାରରେ ଅର୍ଥମନ୍ତ୍ରୀ ମଧ୍ୟ ଥିଲେ। ୧୯୯୧ରେ ଭାରତରେ ଅର୍ଥନତିକ ଉଦାରୀକରଣ ଆଣିବାରେ ସେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ତାଙ୍କ ହେତୁ ଦେଶରେ ‘ଲାଇସେନ୍ସ ରାଜ’ ଶେଷ ହୋଇପାରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ଜମ୍ମୁ-କଶ୍ମୀରରେ ଦୁଇ ଦୁଇଟି ବଡ଼ ଆତଙ୍କବାଦୀ ଆକ୍ରମଣ

ନୂଆଦିଲ୍ଲୀ,୧୯।୫:ନିର୍ବାଚନ ପୂର୍ବରୁ ଜମ୍ମୁକଶ୍ମୀରରେ ହୋଇଛି ବଡ଼ ଆତଙ୍କବାନୀ ଆକ୍ରମଣ। ରବିବାର ଅନନ୍ତନାଗ ଓ ସୋପିଆନରେ ଦୁଇ ଦୁଇ ଥର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଗୁଳିକରି...

୮୮୮୯ କୋଟି ଟଙ୍କା ଜବତ କଲାଣି ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧୮ା୫: ଲୋକ ସଭା ନିର୍ବାଚନ ପଞ୍ଚମ ପର୍ଯ୍ୟାୟ ଏବଂ ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ୨୦୨୪ ର ପାଇଁ ୨ ଦିନ ବାକି ଅଛି।...

ଚାର୍ ଧାମ ମନ୍ଦିର ନିକଟରେ ରିଲ୍ ଶୁଟିଂ କରିବା ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର

ନୂଆଦିଲ୍ଲୀ,୧୮।୫: ଚାର୍ ଧାମ ମନ୍ଦିର ନିକଟରେ ଭିଡିଓ ଏବଂ ରିଲ୍ ଶୁଟିଂ କରିବା ଉପରେ ଉତ୍ତରାଖଣ୍ଡ ପୋଲିସ ପ୍ରତିବନ୍ଧକ ଲଗାଇଛି। ଚାର ଧାମ ତୀର୍ଥସ୍ଥାନ ଅବସ୍ଥିତ...

”ଜ୍ୟୋତିଷ ହାତ ଦେଖି କହିଥିଲେ ତୁମେ ପ୍ରଧାନମନ୍ତ୍ରୀ ହେବ”: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୧୮।୫: ଦେଶର ଏବେ ଲୋକ ସଭା ନିର୍ବାଚନର ପରିବେଶ ବେଶ ସରଗରମ ରହିଛି। ସାତଟି ପର୍ଯ୍ୟାୟ ମଧ୍ୟରୁ ଚାରିଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହାରି...

POK ଭାରତର ଅଛି ଆଉ ରହିବ, ଆମେ ତାକୁ ଛଡ଼ାଇ ଆଣିବୁ; ପାକିସ୍ତାନକୁ ନେଇ ଗର୍ଜିଲେ ଶାହା…

ଝାନ୍‌ସୀ,୧୮।୫: ଲୋକ ସଭା ନିର୍ବାଚନ ମଧ୍ୟରେ ପୁଣିଥରେ ପାକିସ୍ତାନ ଅଧିକୃତ କଶ୍ମୀରକୁ ନେଇ ବଡ଼ ବୟାନ ଦେଇଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ପିଓକେ ଭାରତର...

ଆପଣ ‘ଜେଲ୍‌ର ଖେଳ’ ଖେଳୁଛନ୍ତି; କାଲି ସବୁ ନେତାଙ୍କୁ ନେଇ ଭାଜପା ମୁଖ୍ୟାଳୟ ଘେରିବାକୁ ଆସୁଛି: ମୋଦିଙ୍କୁ କହିଲେ କେଜ୍‌ରିଓ୍ବାଲ…

ନୂଆଦିଲ୍ଲୀ,୧୮।୫: ଏଏପି ଏମ୍‌ପି ସ୍ବାତୀ ମାଲିଓ୍ବାଲଙ୍କୁ ମାରପିଟ୍‌ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ପିଏ ବିଭବ କୁମାରଙ୍କୁ ଗିରଫ କରାଯାଇଛି। ଏହାକୁ ନେଇ ପ୍ରଧାନମନ୍ତ୍ରୀ...

ଚା’ ବାଲାର ପୁଅ ପ୍ରଧାନମନ୍ତ୍ରୀ ହୋଇଥିବାରୁ ମୁଁ ଗର୍ବିତ: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୧୮।୫: ଲୋକ ସଭା ନିର୍ବାଚନ ମଧ୍ୟରେ ​​କଂଗ୍ରେସର ବରିଷ୍ଠ ନେତା ପ୍ରିୟଙ୍କା ଗାନ୍ଧୀ ବଡ ବୟାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତବ୍ୟ ଉପରେ ସେ ପ୍ରତିକ୍ରିୟା...

ହୁଗୁଳି ଆସନରୁ ମମତାଙ୍କ ବଡ଼ କାର୍ଡ; ଭାଜପାକୁ ଟକ୍କର ଦେବେ ରଚନା ବାନାର୍ଜୀ 

କୋଲକାତା,୧୮।୫: ପଶ୍ଚିମବଙ୍ଗର ହୁଗୁଳି ଆସନରେ ହେବ ଜୋରଦାର ଲଢ଼େଇ। ଲୋକ ସଭା ନିର୍ବାଚନର ୫ମ ପର୍ଯ୍ୟାୟରେ ବଙ୍ଗାଳୀ ଫିଲ୍ମଜଗତର ଦୁଇ ଲୋକପ୍ରିୟ ଅଭିନେତ୍ରୀ ମୁହାଁମୁହିଁ ହେବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri