Posted inଜାତୀୟ

ମନମୋହନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୯: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ ମଙ୍ଗଳବାର ତାଙ୍କର ୯୧ ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଦେଶ କୋଣ ଅନୁକୋଣରୁ ଅଭିନନ୍ଦନ ବାର୍ତ୍ତା ଗ୍ରହଣ କରୁଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ମନମୋହନ ସିଂଙ୍କ ୯୧ତମ ଜନ୍ମଦିନ ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ମୋଦି ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହ ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା କରିଛନ୍ତି।
ପୂର୍ବତନ ପ୍ରଧାନମନ୍ତ୍ରୀ ୨୬ ସେପ୍ଟେମ୍ବର ୧୯୩୨ରେ ବ୍ରିଟିଶ ଭାରତର ପଞ୍ଜାବ ପ୍ରଦେଶର ଚକୱାଲ ଜିଲାରେ ଜନ୍ମଗ୍ରହଣ କରିଥିଲେ। ଏହି ଜିଲା ବର୍ତ୍ତମାନ ପାକିସ୍ତାନକୁ ଆସିଛି। ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିବା ପୂର୍ବରୁ ସେ ୧୯୮୨ ରୁ ୧୯୮୫ପର୍ଯ୍ୟନ୍ତ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆର ଗଭର୍ଣ୍ଣର ଭାବରେ କାର୍ଯ୍ୟ କରିଥିଲେ। ସେ ପୂର୍ବତନ ପ୍ରଧାନମନ୍ତ୍ରୀ ନରସିଂହ ରାଓଙ୍କ ସରକାରରେ ଅର୍ଥମନ୍ତ୍ରୀ ମଧ୍ୟ ଥିଲେ। ୧୯୯୧ରେ ଭାରତରେ ଅର୍ଥନତିକ ଉଦାରୀକରଣ ଆଣିବାରେ ସେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ତାଙ୍କ ହେତୁ ଦେଶରେ ‘ଲାଇସେନ୍ସ ରାଜ’ ଶେଷ ହୋଇପାରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ମାଇଲଷ୍ଟୋନ ହାସଲ କଲେ ବୈଭବ ସୂର୍ଯ୍ୟବଂଶୀ: ବିଶ୍ୱର ସବୁଠୁ କନିଷ୍ଠ କ୍ରିକେଟର୍‌ ଭାବେ କଲେ…

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ତଥା ‘ୱଣ୍ଡରକିଡ’ ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ବଡ଼ ସଫଳତା। ମାତ୍ର ୧୫ ବର୍ଷ ବୟସରେ…

୦,୦,୦,୦,୦,୦… ଭାରତ ବିପକ୍ଷରେ ଶ୍ରୀଲଙ୍କାର ଲଜ୍ଜାଜନକ ରେକର୍ଡ, ଅଧା ଖେଳାଳି….

ନୂଆଦିଲ୍ଲୀ,୧।୧୦ : ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍‌ର ଦ୍ୱିତୀୟ ସେମିଫାଇନାଲରେ ଶ୍ରୀଲଙ୍କାକୁ ଏକତରଫା ଭାବେ ହରାଇ ଫାଇନାଲରେ ପହଞ୍ଚିଛି ଭାରତ । ଭାରତୀୟ ଦଳ ଶ୍ରୀଲଙ୍କାକୁ…

କେମିତି କରିବେ ସଞ୍ଚୟ ଆଉ କେମିତି ବଢ଼ିବ ଧନ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ…

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିର ସମୟରେ ବି ଅତ୍ୟନ୍ତ ଲୋକପ୍ରିୟ। ବିଶେଷକରି ଯୁବବର୍ଗଙ୍କ ପାଇଁ ଏହାକୁ ଜାଣିବା ଏବଂ ଜୀବନରେ ଆପଣାଇବା ଅତ୍ୟନ୍ତ ଆବଶ୍ୟକ। ମୌର୍ଯ୍ୟ ସାମ୍ରାଜ୍ୟର…

ଶ୍ରୀଲଙ୍କାକୁ ହରାଇ ଫାଇନାଲରେ ଭାରତ, ସ୍ବର୍ଣ୍ଣ ପଦକ ପାଇଁ ପାକିସ୍ତାନ ସହ ଲଢ଼ିବ…

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍ ଇଭେଣ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ହୋଇଛି । ଗୁରୁବାର ଦ୍ୱିତୀୟ ସେମିଫାଇନାଲରେ ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଭାରତ…

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?