Posted inଜାତୀୟ

ଆଣ୍ଟିଲିଆ ମାମଲାରେ ପୂର୍ବ ପୋଲିସ ଅଧିକାରୀ ପ୍ରଦୀପ ଶର୍ମାଙ୍କୁ ମିଳିଲା ୩ ସପ୍ତାହ ପାଇଁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ,୫।୬: ଆଣ୍ଟିଲିଆ ମାମଲାରେ ଗିରଫ ହୋଇଥିବା ପୂର୍ବତନ ପୋଲିସ ଅଧିକାରୀ ତଥା ଏନକାଉଣ୍ଟର ବିଶେଷଜ୍ଞ ପ୍ରଦୀପ ଶର୍ମାଙ୍କୁ ଆଶ୍ୱସ୍ତି ମିଳିଛି। ସୂଚନାନୁସାରେ, ସୁପ୍ରିମକୋର୍ଟ ପ୍ରଦୀପ ଶର୍ମାଙ୍କୁ ୩ ସପ୍ତାହ ପାଇଁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ତାଙ୍କର ଅସୁସ୍ଥ ସ୍ତ୍ରୀଙ୍କୁ ଭେଟିବା ପାଇଁ ଏହି ମଧ୍ୟବର୍ତ୍ତୀକାଳୀନ ଜାମିନ ଦିଆଯାଇଛି। ଜାମିନ ଆବେଦନକୁ ଏନ୍‌ଆଇଏ କୋର୍ଟ ଏବଂ ବମ୍ବେ ହାଇକୋର୍ଟ ଜାମିନ ଆବେଦନ ଖାରଜ କରିଦେଇଥିଲେ।

ଜଷ୍ଟିସ ରେବତୀ ମୋହିତେ ଡେରେ ଏବଂ ଜଷ୍ଟିସ ଆର.ଏନ ଲଡ୍ଡାଙ୍କର ଏକ ବେଞ୍ଜ ପ୍ରଦୀପ ଶର୍ମାଙ୍କୁ ଜାମିନ ଦେବାକୁ ମନା କରିଦେଇଥିଲେ। ଗତ ବର୍ଷ ଫେବୃୟାରୀ ୨୦୨୨ର ସ୍ବତନ୍ତ୍ର ଏନଆଇଏ କୋର୍ଟର ଆଦେଶକୁ ଚ୍ୟାଲେଞ୍ଜ କରି ପ୍ରଦୀପ ଶର୍ମା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନଆଇଏ) ଆଣ୍ଟିଲିଆ ମାମଲାର ଯାଞ୍ଚ କରି ଅଭିଯୋଗ କରିଛି ଯେ, ଶର୍ମା ହିରେନଙ୍କୁ ହତ୍ୟା କରିବାରେ ତାଙ୍କ ସହଯୋଗୀ ସଚିନ ୱାଜେଙ୍କୁ ସାହାଯ୍ୟ କରିଛନ୍ତି। ୨୦୨୧ ଫେବୃୟାରୀ ୨୫ରେ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ବାସଭବନ ନିକଟରେ ବିସ୍ଫୋରଣ ଭର୍ତ୍ତି ‘ଏସ୍‌ୟୁଭି’ ଗାଡି ରଖିବା ଏବଂ ପରେ ପରେ ଥାନେର କାର୍‌ ଆକ୍ସେସରିଜ ଦୋକାନର ମାଲିକ ମନସୁଖ ହିରେନଙ୍କୁ ହତ୍ୟା କରାଯିବା ମାମଲା ସହିତ ସମ୍ପୃକ୍ତି ଥିବା ଅଭିଯୋଗରେ ପ୍ରଦୀପ ଶର୍ମାଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri