ଦୁର୍ନୀତି ଅଭିଯୋଗରେ ଗିରଫ ହେଲେ ପୂର୍ବତନ ରାଷ୍ଟ୍ରପତି

କଲମ୍ବୋ,୨୨।୮: ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ରନିଲ ବିକ୍ରମସିଂଘେ ଦୁର୍ନୀତି ଅଭିଯୋଗରେ ଗିରଫ ହୋଇଛନ୍ତି। ସେପ୍ଟେମ୍ବର ୨୦୨୩ରେ ଏକ ବ୍ରିଟିଶ ବିଶ୍ୱବିଦ୍ୟାଳୟରେ ତାଙ୍କ ସ୍ତ୍ରୀଙ୍କ ସମ୍ମାନାର୍ଥେ ଆୟୋଜିତ ଏକ ଉତ୍ସବରେ ଯୋଗଦେବା ପାଇଁ ବିକ୍ରମସିଂଘେଙ୍କ ଲଣ୍ଡନ ଯାତ୍ରା ବିଷୟରେ ପଚରାଯିବା ପରେ ତାଙ୍କୁ ଅଟକ ରଖାଯାଇଥିଲା।

ଜଣେ ଅଧିକାରୀ କହିଛନ୍ତି, ତାଙ୍କୁ କଲମ୍ବୋ ଫୋର୍ଟ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ହାଜର କରାଯିବ। ବିକ୍ରମସିଂଘେଙ୍କ ଉପରେ ଦେଶର ସମ୍ବଳକୁ ବ୍ୟକ୍ତିଗତ ଉଦ୍ଦେଶ୍ୟ ପାଇଁ ବ୍ୟବହାର କରିବାର ଅଭିଯୋଗ ଆସିଛି।

ହାଭାନାରୁ ଫେରିବା ସମୟରେ ରନିଲ ବିକ୍ରମସିଂଘେ ୨୦୨୩ରେ ଲଣ୍ଡନରେ ଅଟକିଥିଲେ। ଏଠାରେ ସେ G-77 ଶିଖର ସମ୍ମିଳନୀରେ ଯୋଗ ଦେଇଥିଲେ। ବିକ୍ରମସିଂଘେ ଏବଂ ତାଙ୍କ ସ୍ତ୍ରୀ ମୈତ୍ରୀ ୱଲଭରହାମ୍ପଟନ ବିଶ୍ୱବିଦ୍ୟାଳୟରେ ଏକ ଉତ୍ସବରେ ଯୋଗ ଦେଇଥିଲେ। ବିକ୍ରମସିଂଘେ କହିଥିଲେ, ତାଙ୍କ ପତ୍ନୀ ତାଙ୍କ ଯାତ୍ରାର ଖର୍ଚ୍ଚ ନିଜେ ବହନ କରିଥିଲେ ଏବଂ ଏଥିରେ ସରକାରୀ ଟଙ୍କା ବ୍ୟବହାର କରାଯାଇ ନ ଥିଲା।

ପୋଲିସ ଅଭିଯୋଗ କରିଛି, ବିକ୍ରମସିଂଘେ ବ୍ୟକ୍ତିଗତ ଯାତ୍ରା ପାଇଁ ସରକାରୀ ଟଙ୍କା ବ୍ୟବହାର କରିଥିଲେ। ପୋଲିସର କହିବା ଅନୁଯାୟୀ, ତଦନ୍ତରୁ ଜଣାପଡିଛି ଯେ, ରାନିଲ ବିକ୍ରମସିଙ୍ଘେଙ୍କ ଅଙ୍ଗରକ୍ଷୀଙ୍କୁ ମଧ୍ୟ ସରକାରୀ କୋଷାଗାରରୁ ଦରମା ଦିଆଯାଇଥିଲା। ଏହି ମାମଲାରେ ତାଙ୍କର ବୟାନ ରେକର୍ଡ କରିବା ପାଇଁ ବିକ୍ରମସିଙ୍ଘେ CID କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଏଠାରେ ତାଙ୍କୁ ଗିରଫ କରାଯାଇଥିଲା।

ଗୋତାବାୟା ରାଜପକ୍ଷେଙ୍କ କାର୍ଯ୍ୟକାଳ ପୂରଣ କରିବା ପାଇଁ ବିକ୍ରମସିଙ୍ଘେ ଜୁଲାଇ ୨୦୨୨ରେ ରାଷ୍ଟ୍ରପତି ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ। ଦୁର୍ନୀତି ଅଭିଯୋଗକୁ ନେଇ ରାଜପକ୍ଷେଙ୍କ ବିରୋଧରେ ସମଗ୍ର ଶ୍ରୀଲଙ୍କାରେ ବିରୋଧ ପ୍ରଦର୍ଶନ ହୋଇଥିଲା। ଏଥିପାଇଁ ରାଜପକ୍ଷେଙ୍କୁ ଇସ୍ତଫା ଦେବାକୁ ପଡିଥିଲା। ଶ୍ରୀଲଙ୍କାର ସବୁଠାରୁ ଖରାପ ଆର୍ଥିକ ସଙ୍କଟ ପରେ ୨୦୨୨ରେ ଦେଶର ଅର୍ଥନୀତିକୁ ସ୍ଥିର କରିବା ପାଇଁ ବିକ୍ରମସିଙ୍ଘେଙ୍କୁ ଶ୍ରେୟ ଦିଆଯାଏ, କିନ୍ତୁ ସେ ସେପ୍ଟେମ୍ବରରେ ପୁଣି ନିର୍ବାଚନରେ ହାରିଗଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri