ଦୁର୍ନୀତି ଗ୍ରସ୍ତ ନେତାଙ୍କ ତାଲିକାରେ ପୂର୍ବତନ ରାଷ୍ଟ୍ରପତି ଆଶରଫ୍‌ ଘନି…

ଓ୍ବାଶିଂଟନ, ୨୯।୧୨: ଆଫଗାନିସ୍ତାନର ପୂର୍ବତନ ରାଷ୍ଟ୍ରପତି ଅଶରଫ୍‌ ଘନି ପୃଥିବୀର ଦୁର୍ନୀତି ଗ୍ରସ୍ତ ନେତାଙ୍କ ତାଲିକାରେ ସ୍ଥାନ ପାଇଛନ୍ତି। ସଂଗଠିତ ଅପରାଧ ଏବଂ ଦୁର୍ନୀତି ରିପୋର୍ଟିଂ ପ୍ରୋଜେକ୍ଟ (ଓସିସିସିଆରପି) ନାମକ ଏକ ସଂଗଠନ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ବେଲାରୁଷର ରାଷ୍ଟ୍ରପତି ଆଲେକ୍ସଜାଣ୍ଡାର୍‌ ଲୁକାଶେଙ୍କୋଙ୍କୁ ସବୁଠାରୁ ଅଧିକ ଦୁର୍ନୀତ ଗ୍ରସ୍ତ ତାଲିକାର ଶୀର୍ଷରେ ସ୍ଥାନିତ କରାଯାଇଛି।

ଏହି ତାଲିକାରେ ସିରିଆର ଏକଛତ୍ରବାଦୀ ଶାସକ ବାଶାର ଅଲ-ଆସାଦ, ତୁର୍କୀ ରାଷ୍ଟ୍ରପତି ରିସେପ ତାଇପ ଏରଡୋନ ଏବଂ ଅଷ୍ଟ୍ରିଆର ଚାନ୍ସଲର ସେବାଷ୍ଟିଆନ କୁର୍ଜ ଅଛନ୍ତି।

ଓସିସିସିଆରପି ପକ୍ଷରୁ କୁହାଯାଇଛି ଯେ ଘନିଙ୍କୁ ଏହି ତାଲିକାରେ ସ୍ଥାନୀତ କରାଯାଇଛି କାରଣ ସେ ନିଜ ନାଗରିକଙ୍କ ମୃତ୍ୟୁ ମୁହଁରେ ଛାଡି ଦେଶ ଛାଡି ପଳାଇଛନ୍ତି। ଜଜ ପ୍ୟାନେଲରେ ସଂଗଠନର ସହ-ପ୍ରତିଷ୍ଠାତା ଡ୍ରୁ ସଲିଓ୍ବେନ ମଧ୍ୟ ଥିଲେ। ଦୁର୍ନୀତି ଏବଂ ଅକ୍ଷମତା ହେତୁ ଘନିଙ୍କୁ ଏହି ତାଲିକାରେ ସ୍ଥାନ ଦିଆଯାଇଛି ବୋଲି ସଲିଓ୍ବେନ କହିଛନ୍ତି।

ସେ କହିଛନ୍ତି ଯେ ଘନି ନିଜ ଲୋକଙ୍କୁ ଦୁଃଖ ଓ ମୃତ୍ୟୁ ମଧ୍ୟରେ ଛାଡି ଦେଇଛନ୍ତି ଯାହା ଦ୍ୱାରା ସେ ନିଜେ ଦେଶର ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ସହ ୟୁଏଇରେ ଖୁସିରେ ବାସ କରି ପାରିବେ।

୬ ଜଣ ଗଣମାଧ୍ୟମ ପ୍ରତିନିଧି ଏବଂ ବିଶେଷଜ୍ଞଙ୍କ ଦ୍ୱାରା ଗଠିତ ଏକ ପ୍ୟାନେଲ ପକ୍ଷରୁ ଏହି ତାଲିକା ପ୍ରସ୍ତୁତ କରାଯାଇିଛି। ଏହା ଦ୍ୱାରା ଘନିଙ୍କ ସମସ୍ୟା ପୁଣି ବଢ଼ିବ ବୋଲି ଆଶଙ୍କା କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri