Posted inଜାତୀୟ

ଭାବପ୍ରବଣ ପୋଷ୍ଟ କଲେ ପୂର୍ବତନ ରାଷ୍ଟ୍ରପତିଙ୍କ ଝିଅ

ନୂଆଦିଲ୍ଲୀ,୧୨।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କରୋନା ସଂକ୍ରମିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ଗତ ସୋମବାର ତାଙ୍କ ବ୍ରେନ୍‌ ସର୍ଜରୀ କରାଯାଇଥିଲା। ଏବେ ସେ ଭେଣ୍ଟିଲେଟରରେ ଅଛନ୍ତି। ବୁଧବାର ତାଙ୍କ କଂଗ୍ରେସ ନେତ୍ରୀ ତଥା ପ୍ରଣବଙ୍କ ଝିଅ ଶର୍ମିଷ୍ଠା ମୁଖାର୍ଜୀ ପିତାଙ୍କ ସୁସ୍ଥତା କାମନା କରି ଟୁଇଟରରେ ଏକ ଭାବପ୍ରବଣ ପୋଷ୍ଟ କରିଛନ୍ତି। ଶର୍ମିଷ୍ଠା ଟୁଇଟ୍‌ ଯୋଗେ କହିଛନ୍ତି, ଗତ ଅଗଷ୍ଟ ୮ରେ ମୋ ଜୀବନର ସବୁଠୁ ଖୁସିର ଦିନ ଥିଲା। କାରଣ ମୋ ପିତାଙ୍କୁ ଭାରତ ରତ୍ନରେ ସମ୍ମାନିତ କରାଯାଇଥିଲା। ଗୋଟିଏ ବର୍ଷ ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗମ୍ଭୀର ହୋଇଯାଇଛି। ଭଗବାନ ତାଙ୍କ ପାଇଁ ଭଲ କରନ୍ତୁ ଏବଂ ମୋତେ ଜୀବନର ସୁଖ ଏବଂ ଦୁଃଖ ମୁହୂର୍ତ୍ତ ସ୍ବୀକାର କରିବା ପାଇଁ ଶକ୍ତି ଦିଅନ୍ତୁ ବୋଲି ସେ କହିଛନ୍ତି।
ପ୍ରଣବ ମୁଖାର୍ଜୀ କରୋନା ଆକ୍ରାନ୍ତ ହୋଇ ଦିଲ୍ଲୀର ଆର୍ମି ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଗତ ଅଗଷ୍ଟ ୧୦ତାରିଖରେ ଆର୍ମି ହସ୍ପିଟାଲ ଭର୍ତ୍ତି କରାଯାଇଥିଲା। ଡାକ୍ତରଖାନାରେ ପରୀକ୍ଷା ସମୟରେ ମସ୍ତିଷ୍କରେ ରକ୍ତ ଜମାଟ ବାନ୍ଧିଥିବାର ଜଣାପଡିଥିଲା। ଏହା ପରେ ତାଙ୍କର ଅସ୍ତ୍ରୋପଚାର କରାଯାଇଥିଲା। ଅସ୍ତ୍ରୋପଚାର ପରେ ସେ ଭେଣ୍ଟିଲେଟରରେ ଅଛନ୍ତି। ସୂଚନାଯୋଗ୍ୟ, ଦେଶର ବରିଷ୍ଠ କଂଗ୍ରେସ ନେତା ତଥା ରାଷ୍ଟ୍ରପତି ମୁଖାର୍ଜୀ ୨୦୧୨ରୁ ୨୦୧୭ ପର୍ଯ୍ୟନ୍ତ ଦେଶର ରାଷ୍ଟ୍ରପତି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

ରକ୍ଷାବନ୍ଧନ ପୂର୍ବରୁ ପେଟ୍ରୋଲ-ଡିଜେଲ ଦରରେ ବଡ଼ ହଲଚଲ: ବଢିଲା କି କମିଲା କରନ୍ତୁ ଚେକ୍‌

ନୂଆଦିଲ୍ଲୀ,୨୭।୮: ଇରାନ ଉପରେ ଆମେରିକାର ନୂଆ କଠୋର ପ୍ରତିବନ୍ଧକ ଲାଗୁ ହେବା ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ମୂଲ୍ୟରେ ବଡ଼ ହ୍ରାସ ଦେଖାଯାଉଛି।…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

ୟୁଜିସି-ଏନ୍‌ଇଟି: ଚଳିତ ସପ୍ତାହରେ ପ୍ରକାଶ ପାଇବ ୮୪ ବିଷୟର ପରୀକ୍ଷାଫଳ

ନୂଆଦିଲ୍ଲୀ, ୨୭ା୮ : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ର ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି)ର ୮୪ଟି ବିଷୟର ଫଳାଫଳ ଚଳିତ ସପ୍ତାହରେ ପ୍ରକାଶ ପାଇବ। ବୁଧବାର…

ଭାଜପାର ବଡ଼ ଘୋଷଣା: ୧୭ରୁ ମାସେବ୍ୟାପୀ…

ଭୁବନେଶ୍ୱର, ୨୭।୮(ସୁନିତ୍‌ ମିଶ୍ର): ଶାସକ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୭ରୁ ମାସେବ୍ୟାପୀ ସେବା ସଂକଳ୍ପ ଅଭିଯାନ ପାଳନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ…

ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ…

କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ

କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri